ମୁଖ୍ୟମନ୍ତ୍ରୀଙ୍କୁ ସିଧା ସିଧା ପଚାରିଲେ ସୋଫିଆ, ରାଜନୀତିରେ ହଲଚଲ

ଭୁବନେଶ୍ୱର, ୧୯।୯: ଓଡ଼ିଶା ସରକାର ବିଗତ ତିନୋଟି ବିତ୍ତୀୟ ବର୍ଷରେ ଟିଭି ଓ ଖବରକାଗଜ ବିଜ୍ଞାପନ ପାଇଁ ମୋଟ ୩୮୦.୯୫ କୋଟି ଟଙ୍କା ଖର୍ଚ୍ଚା କରିଛନ୍ତି। ଏନେଇ ନିଜେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ପ୍ରଶ୍ନରେ ଉତ୍ତର ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

୨୦୨୨-୨୩ ବିତ୍ତୀୟ ବର୍ଷରେ ବିଜ୍ଞାପନରେ ୮୬.୨୮ କୋଟି ଟଙ୍କା ଖର୍ଚ୍ଚା ହୋଇଥିବାବେଳେ ନିର୍ବାଚନ ବର୍ଷ ୨୦୨୩-୨୪ରେ ବୃଦ୍ଧି ପାଇ ୧୮୬.୬୦ କୋଟି ଟଙ୍କା ଯାଏ ଖର୍ଚ୍ଚ ହୋଇଛି। ସେହିପରି ୨୦୨୪-୨୫ ବିତ୍ତୀୟ ବର୍ଷରେ ସରକାର ୧୦୮.୦୬ କୋଟି ଟଙ୍କା ବିଜ୍ଞାପନରେ ବ୍ୟୟ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ତିନୋଟି ବିତ୍ତୀୟ ବର୍ଷରେ ସମ୍ପୂର୍ଣ୍ଣ ବିଜ୍ଞାପନ ଖର୍ଚ୍ଚା ମଧ୍ୟରୁ ସର୍ବାଧିକ ୩୪୪.୩୦ କୋଟି ଟଙ୍କା ସମ୍ବାଦପତ୍ର ବିଜ୍ଞାପନରେ ବ୍ୟୟ ହୋଇଛି। ଏହାଛଡା ଇଲୋକ୍ଟ୍ରନିକ ମିଡିଆରେ ୨୦.୨୩ କୋଟି ଏବଂ ହୋର୍ଡିଙ୍ଗଗୁଡ଼ିକରେ ୧୬.୪୧ କୋଟି ଟଙ୍କା ଖର୍ଚ୍ଚ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri