ଆନ୍ଦୋଳନ ଭିତରେ ଗର୍ଜିଲେ ସୋଫିଆ, ମୁଖ୍ୟମନ୍ତ୍ରୀ କଲେ ସିଧା ଟାର୍ଗେଟ

ଭୁବନେଶ୍ୱର,୧୭।୭: ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ସୌମ୍ୟାଶ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟରେ ତୀବ୍ର ଅସନ୍ତୋଷ ଓ ବିକ୍ଷୋଭ ଦେଖାଦେଇଛି। ଏହି ଘଟଣାରେ କଂଗ୍ରେସ ଆଜି ସାରା ରାଜ୍ୟରେ ଓଡ଼ିଶା ବନ୍ଦ ଡାକରା ଦେଇଛି। ତେବେ ଆନ୍ଦୋଳନ ଚାଲିଥିବା ଭିତରେ ବିଧାୟିକା ସୋଫିଆ ଫିର୍ଦ୍ଦୋସ ବଡ଼ ବୟାନ ଦେଇଛନ୍ତି। ସେ ସିଧାସଳଖ ସରକାରଙ୍କୁ ଟାର୍ଗେଟ କରିବା ସହ ଦାବି ନ ଶୁଣିଲେ ଆନ୍ଦୋଳନ ଜୋରଦାର ହେବ ବୋଲି ମଧ୍ୟ କହିଛନ୍ତି।

ସୋଫିଆ ସରକାରଙ୍କୁ କଡ଼ା ସମାଲୋଚନା କରି କହିଛନ୍ତି, “ଆମେ ବିଧାନସଭାରେ ନାରୀ ନିର୍ଯାତନା ପ୍ରସଙ୍ଗ ଉଠାଇଥିଲୁ। ସେତେବେଳେ ଯଦି ସରକାର ସଚେତନ ହୋଇଥାନ୍ତେ, ଆଜି ଏଭଳି ଦୁଃଖଦ ଘଟଣା ଘଟିନଥାନ୍ତା। ଏହି ଘଟଣାକୁ ରାଜ୍ୟ ସରକାରଙ୍କ ଅପାରଗତାର ପରିଚୟ। ଛାତ୍ରୀଙ୍କ ଅଭିଯୋଗକୁ ଗୁରୁତ୍ୱ ଦିଆଯାଇ ନ ଥିଲା। ଏହା ଏକ ବଡ଼ ବ୍ୟବସ୍ଥାଗତ ବିଫଳତା। ସରକାର ଓ କଲେଜ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ଜଣେ ଛାତ୍ରୀଙ୍କ ଜୀବନ ଚାଲିଗଲା।” ତେବେ ତାଙ୍କୁ ନ୍ୟାୟ ଦେବା ପାଇଁ ଆମର ଏହି ଆନ୍ଦୋଳନ ଜାରି ରହିବ। ମୁଖ୍ୟମନ୍ତ୍ରୀ ନ୍ୟାୟ ଦେବେ ନ ହେଲେ ଇସ୍ତଫା ଦେବା ପରେ ଆମ ଆନ୍ଦୋଳନ ବନ୍ଦ ହେବ ବୋଲି ସୋଫିଆ କହିଛନ୍ତି।

ସୂଚନା ଅନୁଯାୟୀ, ଦ୍ୱିତୀୟ ବର୍ଷର ବି.ଏଡ ଛାତ୍ରୀ ସୌମ୍ୟାଶ୍ରୀ ବିଶୀ ତାଙ୍କ ବିଭାଗର ମୁଖ୍ୟ ସମୀର ସାହୁଙ୍କ ଦ୍ୱାରା ଯୌନ ଉତ୍ପୀଡ଼ନ, ମାନସିକ ର୍ନିଯାତନା ଓ ବ୍ଲାକମେଲର ଅଭିଯୋଗ ଆଣିଥିଲେ। କିନ୍ତୁ କଲେଜ କର୍ତ୍ତୃପକ୍ଷ ଏବଂ ସ୍ଥାନୀୟ ପ୍ରଶାସନ ଏହି ଅଭିଯୋଗ ଉପରେ କୌଣସି ପଦକ୍ଷେପ ନେଇନଥିବାରୁ ସୌମ୍ୟାଶ୍ରୀ ନିରାଶ ହୋଇ କଲେଜ ପରିସରରେ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କରିଥିଲେ। ତିନି ଦିନ ଧରି ଭୁବନେଶ୍ୱର ଏମ୍ସରେ ଜୀବନ ମରଣ ସଂଘର୍ଷ ପରେ ସେ ମୃତ୍ୟୁବରଣ କରିଥିଲେ।

ଏହି ଘଟଣା ପରେ ବାଲେଶ୍ବରରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଜିଲ୍ଲାବ୍ୟାପୀ ବନ୍ଦ ଡାକରା ଦିଆଯାଇଥିଲା, ଯାହା ସାଧାରଣ ଜୀବନକୁ ପ୍ରଭାବିତ କରିଥିଲା। ବିଜେଡି ନେତା ଏବଂ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଏହି ଘଟଣାକୁ “ବ୍ୟବସ୍ଥାର ବିଫଳତା” ବୋଲି ଅଭିହିତ କରିଛନ୍ତି। ସେ ଏକ ନ୍ୟାୟିକ ତଦନ୍ତ ଦାବି କରିଛନ୍ତି ଏବଂ ରାଜ୍ୟ ସରକାରଙ୍କୁ ଏହା ପାଇଁ ଦାୟୀ କରିଛନ୍ତି।

ଏହି ଘଟଣାରେ କଲେଜର ଅଧ୍ୟକ୍ଷଙ୍କ ସମେତ ଅନ୍ୟ କେତେଜଣ ଅଧ୍ୟାପକଙ୍କୁ ଗିରଫ କରାଯାଇଛି। ଓଡ଼ିଶା ପୁଲିସର କ୍ରାଇମ ବ୍ରାଞ୍ଚ ଏହି ମାମଲାର ତଦନ୍ତ କରୁଛି। ଏହାସହ, ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଏକ ଚାରି ଜଣିଆ ତଥ୍ୟ ଅନୁସନ୍ଧାନ କମିଟି ଗଠନ କରିଛି, ଯେଉଁମାନେ ଯୌନ ଉତ୍ପୀଡ଼ନ ଅଭିଯୋଗ ଓ ଏହାର ପରିପ୍ରେକ୍ଷୀରେ କଲେଜର ନିୟମ ପାଳନ ସ୍ଥିତି ତଦନ୍ତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri