ଆନ୍ଦୋଳନ ଭିତରେ ଗର୍ଜିଲେ ସୋଫିଆ, ମୁଖ୍ୟମନ୍ତ୍ରୀ କଲେ ସିଧା ଟାର୍ଗେଟ

ଭୁବନେଶ୍ୱର,୧୭।୭: ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ସୌମ୍ୟାଶ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟରେ ତୀବ୍ର ଅସନ୍ତୋଷ ଓ ବିକ୍ଷୋଭ ଦେଖାଦେଇଛି। ଏହି ଘଟଣାରେ କଂଗ୍ରେସ ଆଜି ସାରା ରାଜ୍ୟରେ ଓଡ଼ିଶା ବନ୍ଦ ଡାକରା ଦେଇଛି। ତେବେ ଆନ୍ଦୋଳନ ଚାଲିଥିବା ଭିତରେ ବିଧାୟିକା ସୋଫିଆ ଫିର୍ଦ୍ଦୋସ ବଡ଼ ବୟାନ ଦେଇଛନ୍ତି। ସେ ସିଧାସଳଖ ସରକାରଙ୍କୁ ଟାର୍ଗେଟ କରିବା ସହ ଦାବି ନ ଶୁଣିଲେ ଆନ୍ଦୋଳନ ଜୋରଦାର ହେବ ବୋଲି ମଧ୍ୟ କହିଛନ୍ତି।

ସୋଫିଆ ସରକାରଙ୍କୁ କଡ଼ା ସମାଲୋଚନା କରି କହିଛନ୍ତି, “ଆମେ ବିଧାନସଭାରେ ନାରୀ ନିର୍ଯାତନା ପ୍ରସଙ୍ଗ ଉଠାଇଥିଲୁ। ସେତେବେଳେ ଯଦି ସରକାର ସଚେତନ ହୋଇଥାନ୍ତେ, ଆଜି ଏଭଳି ଦୁଃଖଦ ଘଟଣା ଘଟିନଥାନ୍ତା। ଏହି ଘଟଣାକୁ ରାଜ୍ୟ ସରକାରଙ୍କ ଅପାରଗତାର ପରିଚୟ। ଛାତ୍ରୀଙ୍କ ଅଭିଯୋଗକୁ ଗୁରୁତ୍ୱ ଦିଆଯାଇ ନ ଥିଲା। ଏହା ଏକ ବଡ଼ ବ୍ୟବସ୍ଥାଗତ ବିଫଳତା। ସରକାର ଓ କଲେଜ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ଜଣେ ଛାତ୍ରୀଙ୍କ ଜୀବନ ଚାଲିଗଲା।” ତେବେ ତାଙ୍କୁ ନ୍ୟାୟ ଦେବା ପାଇଁ ଆମର ଏହି ଆନ୍ଦୋଳନ ଜାରି ରହିବ। ମୁଖ୍ୟମନ୍ତ୍ରୀ ନ୍ୟାୟ ଦେବେ ନ ହେଲେ ଇସ୍ତଫା ଦେବା ପରେ ଆମ ଆନ୍ଦୋଳନ ବନ୍ଦ ହେବ ବୋଲି ସୋଫିଆ କହିଛନ୍ତି।

ସୂଚନା ଅନୁଯାୟୀ, ଦ୍ୱିତୀୟ ବର୍ଷର ବି.ଏଡ ଛାତ୍ରୀ ସୌମ୍ୟାଶ୍ରୀ ବିଶୀ ତାଙ୍କ ବିଭାଗର ମୁଖ୍ୟ ସମୀର ସାହୁଙ୍କ ଦ୍ୱାରା ଯୌନ ଉତ୍ପୀଡ଼ନ, ମାନସିକ ର୍ନିଯାତନା ଓ ବ୍ଲାକମେଲର ଅଭିଯୋଗ ଆଣିଥିଲେ। କିନ୍ତୁ କଲେଜ କର୍ତ୍ତୃପକ୍ଷ ଏବଂ ସ୍ଥାନୀୟ ପ୍ରଶାସନ ଏହି ଅଭିଯୋଗ ଉପରେ କୌଣସି ପଦକ୍ଷେପ ନେଇନଥିବାରୁ ସୌମ୍ୟାଶ୍ରୀ ନିରାଶ ହୋଇ କଲେଜ ପରିସରରେ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କରିଥିଲେ। ତିନି ଦିନ ଧରି ଭୁବନେଶ୍ୱର ଏମ୍ସରେ ଜୀବନ ମରଣ ସଂଘର୍ଷ ପରେ ସେ ମୃତ୍ୟୁବରଣ କରିଥିଲେ।

ଏହି ଘଟଣା ପରେ ବାଲେଶ୍ବରରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଜିଲ୍ଲାବ୍ୟାପୀ ବନ୍ଦ ଡାକରା ଦିଆଯାଇଥିଲା, ଯାହା ସାଧାରଣ ଜୀବନକୁ ପ୍ରଭାବିତ କରିଥିଲା। ବିଜେଡି ନେତା ଏବଂ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଏହି ଘଟଣାକୁ “ବ୍ୟବସ୍ଥାର ବିଫଳତା” ବୋଲି ଅଭିହିତ କରିଛନ୍ତି। ସେ ଏକ ନ୍ୟାୟିକ ତଦନ୍ତ ଦାବି କରିଛନ୍ତି ଏବଂ ରାଜ୍ୟ ସରକାରଙ୍କୁ ଏହା ପାଇଁ ଦାୟୀ କରିଛନ୍ତି।

ଏହି ଘଟଣାରେ କଲେଜର ଅଧ୍ୟକ୍ଷଙ୍କ ସମେତ ଅନ୍ୟ କେତେଜଣ ଅଧ୍ୟାପକଙ୍କୁ ଗିରଫ କରାଯାଇଛି। ଓଡ଼ିଶା ପୁଲିସର କ୍ରାଇମ ବ୍ରାଞ୍ଚ ଏହି ମାମଲାର ତଦନ୍ତ କରୁଛି। ଏହାସହ, ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଏକ ଚାରି ଜଣିଆ ତଥ୍ୟ ଅନୁସନ୍ଧାନ କମିଟି ଗଠନ କରିଛି, ଯେଉଁମାନେ ଯୌନ ଉତ୍ପୀଡ଼ନ ଅଭିଯୋଗ ଓ ଏହାର ପରିପ୍ରେକ୍ଷୀରେ କଲେଜର ନିୟମ ପାଳନ ସ୍ଥିତି ତଦନ୍ତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri