ଘରୁ ପଳାଇଯାଇ ସୋହେଲଙ୍କ ହାତ ଧରିଥିଲେ ସୀମା, ଆର୍ଯ୍ୟ ସମାଜ ମନ୍ଦିରରେ..

ବମ୍ବେ: ଅଭିନେତା ସୋହେଲ ଖାନ୍‌ ଏବଂ ତାଙ୍କ ସ୍ତ୍ରୀ ସୀମାଙ୍କ ଲଭ୍‌ଷ୍ଟୋରୀ କୌଣସି ଫିଲ୍ମକାହାଣୀଠାରୁ କମ୍‌ ନୁହେଁ। ସୀମାଙ୍କ ପ୍ରକୃତ ନାମ ସୀମା ସଚଦେବ। ସେ ପଞ୍ଜାବୀ ହିନ୍ଦୁ ପରିବାରର। କ୍ୟାରିୟର ପାଇଁ ମୁମ୍ବାଇ ଆସିଥିବା ସମୟରେ ଶୋହେଲଙ୍କୁ ଭେଟିଥିଲେ ସେ। ପ୍ରଥମ ଦେଖାରେ ହିଁ ଉଭୟ ଉଭୟଙ୍କୁ ପସନ୍ଦ କରିନେଇଥିଲେ। ହେଲେ ପରିବାରଲୋକେ ସମ୍ପର୍କକୁ ଗ୍ରହଣ କରିବାକୁ ଅନିଚ୍ଛା ପ୍ରକାଶ କରିଥିଲେ। ଶେଷରେ ସୀମା ଘରୁ ପଳାଇଯାଇ ଶୋହେଲଙ୍କୁ ବିବାହ କରିଥିଲେ। ଆର୍ଯ୍ୟ ସମାଜ ମନ୍ଦିରରେ ଏହି ବିବାହ ହୋଇଥିଲା। ଏହା ପୂର୍ବରୁ ଉଭୟ ମୁସଲମାନ ରୀତିନୀତି ଅନୁଯାୟୀ ବିବାହ ମଧ୍ୟ କରିଥିଲେ। ପରବର୍ତ୍ତୀ ସମୟରେ ପରିବାରଲୋକ ନିଜ ଭୂଲ ବୁଝି ଉଭୟଙ୍କୁ ଗ୍ରହଣ କରିଥିଲେ। ଏବେ ଉଭୟଙ୍କ ଦୁଇ ସନ୍ତାନ ନିରଓ୍ବାନ ଓ ୟୋହାନ ଅଛି।

ପେସାରେ ସୀମା ଜଣେ ଫ୍ୟାଶନ ଡିଜାଇନର। ବିଶେଷକରି ଲାଇମ୍‌ଲାଇଟ୍‌ରୁ ନିଜକୁ ଦୂରରେ ରଖୁଥିବା ସୀମା ଏବେ ପରଦାରେ ନଜର ଆସିବେ। କରଣ ଜୋହରଙ୍କ ଓ୍ବେବ୍‌ ସିରିଜ ‘ ଦ ଫାବୁଲସ ଲାଇଫ୍ସ ଅଫ୍‌ ବଲିଉଡ୍‌ ଓ୍ବାଇଭ୍ସ’ରେ ସେ କାମ କରିଛନ୍ତି। ଖାନ୍‌ ପରିବାରର ବୋହୂ ମଲାଇକାଙ୍କ ପରେ ଏବେ ସୀମା କି କିମିଆ କରୁଛନ୍ତି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri