ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ସୋହିନୀ

ଖୋର୍ଦ୍ଧା/ବାଲେଶ୍ୱର ଅଫିସ,୧୫।୧୨: ଖୋର୍ଦ୍ଧା ଜିଲା କାଇମାଟିଆ ଗ୍ରାମର କମଳେନ୍ଦୁ ନାୟକ ଏବଂ ରଞ୍ଜନା ରାଣୀ ଦାସଙ୍କ ଝିଅ ସୋହିନୀ ନାୟକ। ବୟସ ୩ ବର୍ଷ ୭ ମାସ। ଏହି ବୟସରେ ପିଲାମାନେ ନାଚଗୀତ, ଖେଳକୁଦରେ ମସ୍‌ଗୁଲ ଥିବା ବେଳେ ସେ କିନ୍ତୁ ସମସ୍ତଙ୍କଠାରୁ ଟିକିଏ ନିଆରା। ନିକଟରେ ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସ (ଆଇବିଆର)ରେ ସୋହିନୀଙ୍କ ନାମ ସ୍ଥାନ ପାଇଛି। ସଂସ୍ଥା ପକ୍ଷରୁ ସେ ମାନପତ୍ର, ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସୋହିନୀ ୧୪୩ଟି ଦେଶର ନାମ, ପର୍ଯ୍ୟାୟ ସାରଣୀର ମୌଳିକ (ଏଲିମେଣ୍ଟ୍‌ସ ଅଫ୍‌ ପିରିୟଡିକ ଟେବୁଲ) ଗୁଡିକର ନାମ, ୧୮ଟି ଭାରତୀୟ ଜାତୀୟ ସଙ୍କେତ, ସୌର ମଣ୍ଡଳ ଗ୍ରହଙ୍କ ଅବସ୍ଥିତି ପ୍ରାଞ୍ଜଳ ଭାବେ ବର୍ଣ୍ଣନା କହିପାରନ୍ତି। ଏଥିସହ ମାନଚିତ୍ର ଦେଖି ୮୩ଟି ଦେଶର ନାମ, ମଣିଷ ଶରୀରର ଅଙ୍ଗପ୍ରତ୍ୟଙ୍ଗ ନାମ କହିବା ସହ ସେମାନଙ୍କ କାର୍ଯ୍ୟ ବର୍ଣ୍ଣନା କରନ୍ତି। ସୋହିନୀ ଗିନିଜ୍‌ ଓ୍ବାଲର୍‌ଡ ରେକଡର୍‌ସରେ ସ୍ଥାନ ପାଇବା ଲାଗି ତାଙ୍କ ପରିବାର ଉଦ୍ୟମ ଜାରି ରଖିଛନ୍ତି। ବାପା କମଳେନ୍ଦୁ ନାୟକ, ମା’ ରଞ୍ଜନା, ଜେଜେବାପା ଭରତ ନାୟକ, ଜେଜେମା’ ପ୍ରତିମା କୁମାରୀ, ଅଜା ଅବସରପ୍ରାପ୍ତ ରୟାୟନ ବିଜ୍ଞାନ ଅଧ୍ୟାପକ ରବୀନ୍ଦ୍ର ନାଥ ଦାସ ଓ ଆଈ ଆନନ୍ଦିନୀ ସୋହିନୀଙ୍କ ବିସ୍ମୟ ପ୍ରତିଭାକୁ ପରଖିଥିଲେ। ଆଗାମୀ ଦିନରେ ସୋହିନୀ ‘ମ୍ୟାପ୍‌ର ଆଉଟ୍‌ଲାଇନ୍‌’ ବିଷୟକୁ ନେଇ ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ଼ ନିମନ୍ତେ ପ୍ରସ୍ତୁତ ହେଉଥିବା ତାଙ୍କ ମା’ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?