ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ଼ସ୍‌ରେ ୩ବର୍ଷର ସୋହିନୀ

ଖୋର୍ଦ୍ଧା/ ବାଲେଶ୍ୱର ଅଫିସ, ୧୫।୧୨- ଖୋର୍ଦ୍ଧା ଜିଲା କାଇମାଟିଆ ଗ୍ରାମର କମଳେନ୍ଦୁ ନାୟକ ଏବଂ ରଞ୍ଜନା ରାଣୀ ଦାସଙ୍କ ଝିଅ ସୋହିନୀ ନାୟକ। ବୟସ ୩ ବର୍ଷ ୭ ମାସ। ଏହି ବୟସରେ ପିଲାମାନେ ନାଚଗୀତ, ଖେଳକୁଦରେ ମସ୍‌ଗୁଲ ଥିବା ବେଳେ ସେ କିନ୍ତୁ ସମସ୍ତଙ୍କଠାରୁ ଟିକିଏ ନିଆରା। ନିକଟରେ ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସ (ଆଇବିଆର)ରେ ସୋହିନୀଙ୍କ ନାମ ସ୍ଥାନ ପାଇଛି। ସଂସ୍ଥା ପକ୍ଷରୁ ସେ ମାନପତ୍ର, ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସୋହିନୀ ୧୪୩ଟି ଦେଶର ନାମ, ପର୍ଯ୍ୟାୟ ସାରଣୀର ମୌଳିକ (ଏଲିମେଣ୍ଟ୍‌ସ ଅଫ୍‌ ପିରିୟଡିକ ଟେବୁଲ) ଗୁଡିକର ନାମ, ୧୮ଟି ଭାରତୀୟ ଜାତୀୟ ସଙ୍କେତ, ସୌର ମଣ୍ଡଳ ଗ୍ରହଙ୍କ ଅବସ୍ଥିତି ପ୍ରାଞ୍ଜଳ ଭାବେ ବର୍ଣ୍ଣନା କହିପାରନ୍ତି। ଏଥିସହ ମାନଚିତ୍ର ଦେଖି ୮୩ଟି ଦେଶର ନାମ, ମଣିଷ ଶରୀରର ଅଙ୍ଗପ୍ରତ୍ୟଙ୍ଗ ନାମ କହିବା ସହ ସେମାନଙ୍କ କାର୍ଯ୍ୟ ବର୍ଣ୍ଣନା କରନ୍ତି। ସୋହିନୀ ଗିନିଜ୍‌ ଓ୍ବାଲର୍‌ଡ ରେକଡର୍‌ସରେ ସ୍ଥାନ ପାଇବା ଲାଗି ତାଙ୍କ ପରିବାର ଉଦ୍ୟମ ଜାରି ରଖିଛନ୍ତି। ବାପା କମଳେନ୍ଦୁ ନାୟକ, ମା’ ରଞ୍ଜନା, ଜେଜେବାପା ଭରତ ନାୟକ, ଜେଜେମା’ ପ୍ରତିମା କୁମାରୀ, ଅଜା ଅବସରପ୍ରାପ୍ତ ରୟାୟନ ବିଜ୍ଞାନ ଅଧ୍ୟାପକ ରବୀନ୍ଦ୍ର ନାଥ ଦାସ ଓ ଆଈ ଆନନ୍ଦିନୀ ସୋହିନୀଙ୍କ ବିସ୍ମୟ ପ୍ରତିଭାକୁ ପରଖିଥିଲେ। ଆଗାମୀ ଦିନରେ ସୋହିନୀ ‘ମ୍ୟାପ୍‌ର ଆଉଟ୍‌ଲାଇନ୍‌’ ବିଷୟକୁ ନେଇ ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ଼ ନିମନ୍ତେ ପ୍ରସ୍ତୁତ ହେଉଥିବା ତାଙ୍କ ମା’ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri