ଗ୍ରାମବାସୀଙ୍କ ଜମିରୁ ଖୋଳାଯାଉଛି ମାଟି, ମୋରମ

ଟାଙ୍ଗୀ, (କଟକ)୮ା୪(ଡି.ଏନ୍‌.ଏ.): ଟାଙ୍ଗୀ-ଚୌଦ୍ୱାର ତହସିଲ ଅଧୀନ ମଣିଆ ମୌଜାରେ ମାଟି, ମୋରମ ଓ ପଥର ମାଫିଆଙ୍କ ଦୌରାତ୍ମ୍ୟ ବଢିବାରେ ଲାଗିଛି। ରାସ୍ତା ଓ ରେଳପଥ ସମ୍ପସାରଣ କାର୍ଯ୍ୟ ପାଇଁ ସେମାନେ ଅନାବାଦୀ, ଗୋଚର ଓ ଜଙ୍ଗଲ କିସମ ଜମିରୁ ମାଟି, ମୋରମ ଓ ପଥର ଚାଲାଣ କରିଥିବା ଅଭିଯୋଗ ହୋଇଛି। ଏହାଦ୍ୱାରା ଲୋକମାନେ ନିଜ ଚାଷଜମିକୁ ଯିବା ପାଇଁ ଅସୁବିଧାର ସମ୍ମୁଖୀନ ହୋଇଥିବାବେଳେ ହାତୀଙ୍କ ଚଲାପଥ ପ୍ରଭାବିତ ହୋଇଛି। ଏବେ ଗ୍ରାମବାସୀଙ୍କ ଜମିରୁ ମାଫିଆମାନେ ବେଆଇନ ଭାବେ ମାଟି, ମୋରମ ଓ ପଥର ଖୋଳି ନେଉଛନ୍ତି। ଏହାର ପ୍ରତିବାଦ କଲେ ସେମାନେ ଜୀବନରୁ ମାରିଦେବାକୁ ଧମକ ଦେଉଛନ୍ତି। ଏହାକୁ ନେଇ ସେମାନେ ଭୟଭୀତ ହୋଇପଡିଛନ୍ତି। ତୁରନ୍ତ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଗ୍ରାମବାସୀ ସ୍ଥାନୀୟ ପୋଲିସ ଓ ରାଜସ୍ବ ନୀରିକ୍ଷକ ପବିତ୍ର କୁମାର ବେହେରାଙ୍କ ନିକଟରେ ଅଭିଯୋଗ କରିଥିଲେ। ଏ ନେଇ ରାଜସ୍ବ ନିରୀକ୍ଷକ ସରଜମିନ ତଦନ୍ତ କରିବା ପରେ ତହସିଲ କାର୍ଯ୍ୟାଳୟକୁ ଏହାର ରିପୋର୍ଟ ପଠାଇଥିଲେ। ଅନୁରୂପଭାବେ ଟାଙ୍ଗୀ ଥାନା ଅଧିକାରୀ ପଦାରବିନ୍ଦ ତ୍ରିପାଠୀ ଏହାର ତଦନ୍ତ କରିବା ପାଇଁ ବିଶ୍ୱାଳି ଫାଣ୍ଡି ଅଧିକାରୀଙ୍କୁ ପଠାଇଥିଲେ। ଫାଣ୍ଡି ଅଧିକାରୀ ଏହାର ତଦନ୍ତ କରିବା ପରେ ରିପୋର୍ଟ ଥାନାଧିକାରୀଙ୍କୁ ଦେଇଥିଲେ। ଇତିମଧ୍ୟରେ ଅନେକଦିନ ବିତି ଯାଇଥିଲେ ମଧ୍ୟ ମାଫିଆମାନଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। ଫଳରେ ଗ୍ରାମବାସୀ ଅଜୟ କୁମାର ପୃଷ୍ଟି, ଭରତ ଚରଣ ନାୟକ, କେଶବ ଚନ୍ଦ୍ର ବେହେରା, କୈଳାସ ଚନ୍ଦ୍ର ଖିଲାର ପ୍ରମୁଖ ଜିଲାପାଳ, ଉପ ଜିଲାପାଳ, ଆର୍‌ଡିସିଙ୍କ ନିକଟରେ ଅଭିଯୋଗ କରିବା ସହ ଉଚିତ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି। ରାଜସ୍ବ ନିରୀକ୍ଷକ ବେହେରା କହିଛନ୍ତି, ମୁଁ ତଦନ୍ତ ରିପୋର୍ଟ ତହସିଲ କାର୍ଯ୍ୟାଳୟକୁ ପଠାଇ ଦେଇଛି। ଯାହା ବୁଝିବା କଥା ତହସିଲଦାରଙ୍କୁ ପଚାରନ୍ତୁ। ତହସିଲଦାର ଅଜୟ କୁମାର ମଲ୍ଲିକଙ୍କୁ ଫୋନ ଯୋଗେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ୍‌ ଉଠାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri