ଆଳିରେ ମାତିଛନ୍ତି ମାଟି ମାଫିଆ

ଆଳି,୧୫ା୩(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ଆଳି ତହସିଲ ଅଧୀନରେ ଥିବା ସରକାରୀ ସ୍ଥାନ ଉପରେ ମାଟି ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡିଛି। ସେମାନଙ୍କ ସହ ସାଲିସ କରିଛନ୍ତି ସରକାରୀ ବାବୁ। ଆଳି ତହସିଲ ଅଧୀନରେ ଥିବା ସରକାରୀ ଜମିରୁ ମାଟି ଉଠାଇ ରାସ୍ତା ନିର୍ମାଣ କାର୍ଯ୍ୟ କରୁଥିବା କଣ୍ଟ୍ରାକ୍ଟରମାନଙ୍କୁ ବିକ୍ରି କରାଯାଉଛି। ଆଉ ଏଭଳି କାର୍ଯ୍ୟ ଆଳି ତହସିଲଦାରଙ୍କ ଜ୍ଞାତ ସାରରେ ହେଉଛି ବୋଲି ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମା ରବିବାର ଅଭିଯୋଗ କରିଛନ୍ତି। ପୂର୍ବତନ ବିଧାୟକ ଶର୍ମା ଅଭିଯୋଗ ଦର୍ଶାଇଛନ୍ତି, ଆଳି ତହସିଲଦାର ମାଫିଆମାନଙ୍କ ନିକଟରୁ ଲକ୍ଷାଧିକ ଟଙ୍କା ମୁନଫା ନେଇ ନଦୀ କିସମ ଜମିରୁ ମାଟି ବିକ୍ରି କରିବାକୁ ପ୍ରୋତ୍ସାହନ ଦେଉଛନ୍ତି। ଏ ନେଇ ତହସିଲଦାରଙ୍କୁ ଅଭିଯୋଗ କଲେ ମାଫିଆମାନେ ଅଭିଯୋଗକାରୀଙ୍କୁ ଧମକ ଚମକ ଦେଉଛନ୍ତି। ଯାହାର ଉଦାହରଣ ଦେଇ ପୂର୍ବତନ ବିଧାୟକ ଶର୍ମା କହିଛନ୍ତି, ତହସିଲ ଅନ୍ତର୍ଗତ କୁସୁମି ଏବଂ ମଦନଗିରି ମୌଜାରେ ଥିବା କାଣୀ ନଦୀର ପ୍ରାୟ ୮ ଏକରରୁ ଊର୍ଦ୍ଧ୍ୱ ନଦୀ କିସମ ଜମି ଜଳସେଚନ ବିଭାଗ ଅଧୀନରେ ରହିଛି। ନଦୀ ଖୋଳା ହେବା ପରେ ଯେଉଁ ମାଟି ରହିଛି ତାହାକୁ ତହସିଲଦାର ରାସ୍ତା ନିର୍ମାଣ କରୁଥିବା କଣ୍ଟ୍ରାକ୍ଟରମାନଙ୍କୁ ବିକ୍ରି କରିବାରେ ଲାଗିଛନ୍ତି। ଏପରିକି ନଦୀ କୂଳରୁ ମଧ୍ୟ ମାଟି ମାଫିଆମାନେ ଶତାଧିକ ଟ୍ରିପ ମାଟି ଲୁଟି ନେଉଥିବା ଦେଖିବାକୁ ମିଳିଛି। ଏହି ମାଟି ଚୋରା ଚାଲାଣ ତହସିଲ ଅଧୀନରେ ଥିବା ସରକାରୀ ଜମିରୁ ଚାଲିଛି। ଏହାକୁ ସେ ରୋକିବା ନିମନ୍ତେ ସେ କେନ୍ଦ୍ରାପଡ଼ା ଜିଲାପାଳଙ୍କ ନିକଟରେ ଦାବି କରିଛନ୍ତି। ଜିଲାପାଳ ଯଦି କୌଣସି କାର୍ଯ୍ୟାନୁଷ୍ଠାନ ନ ନିଅନ୍ତି ତେବେ କଂଗ୍ରେସ ଦଳ ଆଗାମୀଦିନରେ ରାଜରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ତହସିଲଦାର ତପନ ସେନାପତିଙ୍କୁ ପଚାରିବାରୁ ଗ୍ରାମବାସୀଙ୍କ ନିକଟରୁ ଅଭିଯୋଗ ପାଇବା ପରେ ସେ ସେଠାକୁ ଯାଇଥିଲେ। ସେଠାରେ ମାଟି ଖୋଳୁଥିବା ଜେସିବି ମାଲିକଙ୍କଠାରୁ ୧୦ ହଜାର ଟଙ୍କାର ଜରିମାନା ଆଦାୟ କରାଯାଇଛି। ମାଟି ବୋହୁଥିବା ଟ୍ରାକ୍ଟରଗୁଡିକ ସେଠାରୁ ପଳାଇ ଯାଇଥିଲା। ଆଗାମୀଦିନରେ ଚଢ଼ାଉ ଜାରି ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri