ସରକାରୀ ଜମିରୁ ଚାଲିଛି ମାଟି ଚାଲାଣ

ପଟ୍ଟାମୁଣ୍ଡାଇ, ୭ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ତହସିଲ ଅଧୀନ ଅଳଭା ଗ୍ରାମସ୍ଥ ବ୍ରାହ୍ମଣୀ ନଦୀ ପଠାରୁ ବେଆଇନ ଭାବେ ମାଟି ଖୋଳାଯାଇ ଚାଲାଣ କରାଯାଉଛି। ଜେସିବି ଲଗାଇ ନଦୀପଠାର ମାଟିକୁ ତଡ଼ାଯାଉଛି। ପରେ ଏହାକୁ ସ୍ଥାନୀୟ ଅଞ୍ଚଳ ଲୋକଙ୍କୁ ବିକ୍ରି କରାଯାଉଛି। ପଟ୍ଟାମୁଣ୍ଡାଇ ତହସିଲ ଅଧୀନରୁ ପ୍ରତିଦିନ ଏପରି ଭାବେ ଲକ୍ଷାଧିକ ଟଙ୍କାର ରାଜସ୍ବ ଲୁଟ୍‌ ହେଉଛି। ହେଲେ ତହସିଲଦାର ସବୁ ଜାଣି ନୀରବ ରହିଥିବା ଅଭିଯୋଗ ହୋଇଛି। ବେଆଇନ ମାଟି ଉଠାଣ ନେଇ ସ୍ଥାନୀୟ ଅଞ୍ଚଳବାସୀ ଉପଜିଲାପାଳ ଓ ତହସିଲଦାରଙ୍କ ନିକଟରେ ଅଭିଯୋଗ କରି ଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳିପାରୁନାହିଁ।
ସୂଚନା ଅନୁଯାୟୀ, ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ଅଳଭା ବ୍ରାହ୍ମଣୀ ନଦୀ ପାଳରୁ ବଡ଼ ଗର୍ତ୍ତ କରାଯାଇ ପ୍ରତଦିନ ଶତାଧିକ ଟ୍ରିପ୍‌ ମାଟିବାଲି ଉଠାଯାଇ ଚାଲାଣ କରାଯାଇଛି। ଏଥିରେ ମାଟି ବ୍ୟବସାୟୀମାନେ ଫାଇଦା ପାଉଛନ୍ତି। ହେଲେ ସରକାର ଲକ୍ଷାଧିକ ଟଙ୍କାର ରାଜସ୍ବ ହରାଉଛନ୍ତି। ଉପରୋକ୍ତ ସ୍ଥାନରୁ ମାଟି ଉଠାଣକୁ ନ୍ୟାଶନାଲ୍‌ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି) ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ଏନ୍‌ଜିଟି କେନ୍ଦ୍ରାପଡ଼ା ଜିଲା ପ୍ରଶାସନକୁ କଡା ଭାଷାରେ ସମାଲୋଚନା କରି ମାଟି ବ୍ୟବସାୟୀଙ୍କଠାରୁ ଲକ୍ଷାଧିକ ଟଙ୍କାର ଜରିମାନା ଆଦାୟ କରିବାକୁ କହିଥିଲେ। ଏତେସବୁ କଟକଣା ଥାଇ ବି ଆଇନର ନଜର ଆଢୁଆଳରେ ପ୍ରଶାସନ ମାଟି ବ୍ୟବସାୟୀଙ୍କ ସହିତ ଗୁପ୍ତ ବୁଝାମଣା କରିଥିବା ଚର୍ଚ୍ଚା ହେଉଛି। ସାମାଜିକ କର୍ମୀ ସର୍ବେଶ୍ୱର ସେଠୀ କୁହନ୍ତି, କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ତହସିଲ ଅଧୀନ ଅଳଭାପାଳରେ ଥିବା ସରକାରୀ ଜମିରୁ ବେଧଡକ ଭାବେ ଶତାଧିକ ଟ୍ରିପ ହାଇୱାରେ ମାଟି ବାଲି ଉଠାଣ ଚାଲିଛି। ଏ ସମ୍ପର୍କରେ ନିମପୁର ଶାସନ ଓ ଅଳଭା ଗ୍ରାମବାସୀ ଅଭିଯୋଗ କରିବା ସହିତ ଏହା ଊତିକଣ ବନ୍ୟା ନିରୋଧକ ବନ୍ଧ ପ୍ରତି ବିପଦ ସୃଷ୍ଟି କରୁଛି ବୋଲି ଅଭିଯୋଗ କରିଛନ୍ତି। ସ୍ଥାନୀୟ ତହସିଲଦାର ବେଆଇନ ମାଟି ଉଠାଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଗ୍ରାମବାସୀ ବାରମ୍ବାର ଦାବି କରିଛନ୍ତି। ମାତ୍ର ମାଟି ଉଠାଇବା ଘଟଣାରେ ପ୍ରଶାସନ କାହିଁକି ନୀବବ ଦ୍ରଷ୍ଟା ସାଜିଛି ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ବୋଲି ସେ କହିଛନ୍ତି। ଏ ସମ୍ପର୍କରେ ବରିଷ୍ଠ ସାମାଜିକ କର୍ମୀ ମିଟୁ ଦାଶ କହିଛନ୍ତି, ଅଳଭାଠାରେ ବ୍ରାହ୍ମଣୀ ନଦୀ ପଠାରୁ ବେଆଇନ ବାଲିମାଟି ଉଠାଣ ନେଇ ଏନ୍‌ଜିଟି ରହିତାଦେଶ ଦେଇଥିଲେ। କିନ୍ତୁ ସେଠାରୁ ବାଲି ମାଟି ଉଠାଣ ବନ୍ଦ ଥିବା ବେଳେ ଏହାର ୧ କି.ମି.ଦୂରରେ ଅଳଭାଠାରେ କିପରି ବେଆଇନ ଭାବେ ଉଠାଣ ହେଉଛି ସେଥିପାଇଁ ସେ ମୁଖ୍ୟ ଶାସନ ସଚିବଙ୍କ ସହିତ ଆଲୋଚନା କରି ମାମଲା ରୁଜୁ କରିବେ ବୋଲି ସେ କହିଛନ୍ତି। ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ତହସିଲଦାର ଦିଲୀପ କୁମାର ସେଠୀଙ୍କୁ ପଚାରିବାରୁ ସେ କହିଛନ୍ତି, ଘଟଣା ସମ୍ପର୍କରେ ମୁଁ ଅବଗତ ନ ଥିଲି। ଅଭିଯୋଗ ହେଲେ ମାଟି ବ୍ୟବସାୟୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri