ମାଟି ଖୋଲିଲେ ବିଡିଓ, ବୋହିଲେ ମହିଳା ସରପଞ୍ଚ

କୁଚିଣ୍ଡା,୧୯ା୧(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକ ଅଞ୍ଚଳରେ ଏମ୍‌ଜିଏନ୍‌ଆରଇଜିଏସ୍‌ରେ ବିଭିନ୍ନ ପ୍ରକଳ୍ପ କାମ ହେଉଛି। କୁଚିଣ୍ଡା ବ୍ଲକ ଖଣ୍ଡୋକଟା ପଞ୍ଚାୟତର ଜୁନାନୀ ଗ୍ରାମର ଚାଷଜମିକୁ ଜଳସେଚନ ନିମନ୍ତେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ୧୦ଲକ୍ଷ ଟଙ୍କାର ବ୍ୟୟ ଅଟକଳରେ ବ୍ଲକ ପକ୍ଷରୁ ଏକ କେନାଲ ଖନନ ହେଉଛି। ଇତି ମଧ୍ୟରେ ଶ୍ରମିକମାନେ ମାଟି କେନାଲ କାମ ଆରମ୍ଭ କରିଛନ୍ତି। କାମ ଆରମ୍ଭ ପରେ ଶନିବାର ତଦାରଖ ନିମନ୍ତେ କୁଚିଣ୍ଡା ବିଡିଓ ଜୟନ୍ତ ସାହୁ, ସହକାରୀ ଯନ୍ତ୍ରୀ ଶ୍ୟାମସୁନ୍ଦର ମାଝି, ଏପିଓ କୁଳବନ୍ତ ବା, ଖଣ୍ଡୋକଟା ସରପଞ୍ଚ କୁନି ସେଉଳ ଏବଂ ଏଡିଇଓ କବିତା ଆଚାର୍ଯ୍ୟ କାର୍ଯ୍ୟସ୍ଥଳରେ ପହଞ୍ଚି ଥିଲେ। ଶ୍ରମିକମାନେ କେନାଲ କାମ କରୁଥିବା ଦେଖି ବିଡିଓ ଖୁସିବ୍ୟକ୍ତ କରିଥିଲେ।

ଶ୍ରମିକମାନଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ବିଡିଓ ସାହୁ କୋଡିରେ ମାଟି ଖୋଳିଥିବା ବେଳେ ମହିଳା ସରପଞ୍ଚ ସେଉଳ ନିଜକୁ ସମ୍ଭାଳି ନ ପାରି ଟୋକେଇ(ଝୁଡି)ରେ ମାଟି ମୁଣ୍ଡେଇ ବୋହିଥିଲେ। ନିୟୋଜିତ ମହିଳାପୁରୁଷ ଶ୍ରମିକଙ୍କୁ ବର୍ଷସାରା ଏଭଳି କାମ ଯୋଗାଇ ଦେଲେ ସେମାନେ ଉପକୃତ ଦେବେ ବୋଲି ବିଡିଓଙ୍କୁ କହିଥିଲେ। ବିଡିଓ ଏବଂ ସରପଞ୍ଚଙ୍କ ଏଭଳି କାର୍ଯ୍ୟକୁ ଜୁନାନୀ ଗ୍ରାମବାସୀ ପ୍ରଶଂସା କରିଥିଲେ। ଏହି କେନାଲ ଦ୍ବାରା ଚାଷଜମିରେ ଜଳସେଚନ ହୋଇ ମରୁଡି କବଳରୁ ମୁକ୍ତି ମିଳିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri