କାମରେ ଲାଗୁନି ସୋଲାର ପାନୀୟ ଜଳ ପ୍ରକଳ୍ପ

ଚନ୍ଦାହାଣ୍ଡି, ୨୩ା୬(ଡି.ଏନ୍‌.ଏ.): ଗ୍ରାମାଞ୍ଚଳ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ନିମନ୍ତେ ସୋଲାର ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଇଛି। ଆଜକୁ ଏକ ବର୍ଷ ହେବ ପ୍ରକଳ୍ପ ଅଚଳ ହୋଇ ପଡିଥିବାରୁ ଗ୍ରାମବାସୀ ବିଶୁଦ୍ଧ ପାନୀୟ ଜଳ ନ ପାଇ ଡହଳବିକଳ ହେଉଛନ୍ତି। ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ଗ୍ରାମବାସୀ ବିଭାଗୀୟ ଅଧିକାରୀ, ରାଜନେତାଙ୍କୁ ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବାରୁ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଦୀର୍ଘ ଏକ ବର୍ଷ ହେବ ବିଶୁଦ୍ଧ ପାନୀୟ ଜଳ ନ ପାଇ ହଇରାଣ ହେଉଛନ୍ତି ବେହେରାମୁଣ୍ଡା ଗ୍ରାମ ପଞ୍ଚାୟତ ଅଧୀନ ସାଲେଟା ତଳସାହି ବାସିନ୍ଦା।
ଅନୁଯାୟୀ ବେହେରାମୁଣ୍ଡା ପଞ୍ଚାୟତ ଅଧୀନ ସାଲେଭଟା ତଳ ସାହିରେ ସରକାରଙ୍କ ପକ୍ଷରୁ ସୋଲାର ଚାଳିତ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଇଥିଲା। ଏଥିନିମନ୍ତେ ୧୦ହଜାର ଲିଟର ବିଶିଷ୍ଟ ପାଣି ଟାଙ୍କି ସହ ଷ୍ଟାଣ୍ଡପୋଷ୍ଟ ତିଆରି କରାଯାଇଥିଲା। ଉକ୍ତ ବସ୍ତିରେ ଥିବା ନଳକୂପରେ ମଟର ଲଗାଇ ସୋଲାର ମାଧ୍ୟମରେ ପାଣି ଉଠାଇ ଷ୍ଟାଣ୍ଡ ପୋଷ୍ଟ ମାଧ୍ୟମରେ ଲୋକଙ୍କୁ ପାଣି ଯୋଗାଇ ଦେବା ଏହି ପ୍ରକଳ୍ପର ଉଦ୍ଦେଶ୍ୟ ଥିଲା। ମଟର ଖରାପ ହେବା ପରେ ଏହାକୁ ମରାମତି କରାଯାଉ ନ ଥିବା ଗ୍ରାମବାସୀ ପ୍ରକାଶ କହିଛନ୍ତି। ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରକଳ୍ପ ଯୋଗେ ପାଣି ପାଉ ନ ଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଶୀଘ୍ର ଏହି ପ୍ରକଳ୍ପକୁ କାର୍ଯ୍ୟକ୍ଷମ କରିବାକୁ ଗ୍ରାମବାସୀ ସହଦେବ ବାଘ, ଦୁର୍ଜନ ବାଘ, କୁମର ବାଘ, ନିତ୍ୟାନନ୍ଦ ନାୟକ, ଦୁର୍ଯ୍ୟୋଧନ ନାୟକ, ଅରକ୍ଷିତ ବାଘ, ଅଭିରାମ ବାଘ, ପ୍ରକାଶ ବାଘ ପ୍ରମୁଖ ଦାବି କରଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

୩୩ ଭୂମିହୀନଙ୍କ ମୁହଁରେ ଫୁଟିଲା ହସ, ସମସ୍ତଙ୍କୁ ମିଳିଲା…

ଝରିଗାଁ,୧୨ା୩(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକର ଭୂମିହୀନଙ୍କୁ ବସୁନ୍ଧରା ଯୋଜନାରେ ଗୁରୁବାର ତହସିଲ ପକ୍ଷରୁ ପଟ୍ଟା ବଣ୍ଟନ କରାଯାଇଛି। ତହସିଲଦାର ସୁମନ୍ତ ପାତ୍ରଙ୍କ ସଂଯୋଜନାରେ…

ସମ୍ପର୍କୀୟ ଦେଇଥିଲେ ଖବର, ବେକରେ ଭୁଜାଲି ଲଗାଇ ହାତ ଗୋଡ଼ ବାନ୍ଧି ଲୁଟିଥିଲେ ୭୦ ଲକ୍ଷ; ୭ଜଣ ଡକାୟତଙ୍କୁ ବାନ୍ଧି ବଡ଼ ପର୍ଦ୍ଦାଫାଶ କଲା…  

ଉମରକୋଟ,୩।୩(ସନ୍ତୋଷ ସତପଥୀ): ଉମରକୋଟ ଥାନା ଅଧୀନ କୋଚନିଆମ୍ବା ଗ୍ରାମରେ ଗତ ଫେବୃଆରୀ ୨୨ ଓ ୨୩ ତାରିଖ ମଧ୍ୟରାତ୍ରିରେ ବଡ଼ ଧରଣର ଡକାୟତି ହୋଇଥିଲା। ବେକରେ ଭୁଜାଲି…

୫ ଦିନ ପରେ ମିଳିଲା ପ୍ରଧାନଶିକ୍ଷକଙ୍କ ଝୁଲନ୍ତା ମୃତଦେହ, ପାଖରୁ ମିଳିଲା…

ଝରିଗାଁ,୨୫ା୨(କିଶୋର ଚନ୍ଦ୍ର ମଣ୍ଡଳ): ନିଖୋଜ ହେବାର ୫ ଦିନ ପରେ ମିଳିଲା ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ମୃତଦେହ। ଯାହାକି ପରିବାର ଏବଂ ବିଦ୍ୟାଳୟରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।…

ଝିଅ ଅନ୍ୟଜାତିରେ ବିବାହ କରିବାରୁ ମଲାପରେ ବାପାଙ୍କୁ ମିଳିଲାନି ଚାରି କାନ୍ଧ, ବଡ଼ ପୁଅ ବି ଆସିଲେନି…

ନବରଙ୍ଗପୁର,୨୫।୨(ସଦାଶିବ ପ୍ରହରାଜ): ଆଜିର ସଭ୍ୟ ସମାଜରେ ଜାତିପ୍ରଥା ଭଳି ପରମ୍ପରା ବଞ୍ଚିରହିଛି । ଜାତିପ୍ରଥା ଯୋଗୁ ଶବକୁ ମିଳିଲାନି ଚାରି କାନ୍ଧ । ଏପରିକି ବଡ଼ ପୁଅ…

ମାରଣାସ୍ତ୍ର ଦେଖାଇ ବ୍ୟାବସାୟୀଙ୍କ ଘରୁ ଲୁଟ୍‌

ପାପଡ଼ାହାଣ୍ଡି,୨୪।୨(ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମୈଦଲପୁରର ସଦର ବ୍ୟବସାୟୀ କାଶୀନାଥ ଗୁପ୍ତାଙ୍କ ଘରୁ ବଡ଼ ଧରଣର ଲୁଟ୍‌ ହୋଇଛି। କଳା ମୁଖା ପିନ୍ଧା ଦୁବୃର୍ତ୍ତମାନେ…

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା ଶୁଭାରମ୍ଭ

ନବରଙ୍ଗପୁର,୧୪।୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲାରେ ସ୍ବାଧୀନତା ସଂଗ୍ରାମୀମାନଙ୍କ ଅବଦାନ ଓ ବଳିଦାନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଇବା ସହ କହିଛନ୍ତି, ଓଡ଼ିଶା ହେଉଛି କଳା…

୧୨ ଘଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri