ଅର୍ଥନୀତି ବଦଳାଇବ ସୌରଶକ୍ତି: ମୋରିସନ

ଓ୍ବାଶିଂଟନ,୨୫।୯: ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ୍‌ ମୋରିସନ୍‌ କହିଛନ୍ତି, ସେ ଓ ତାଙ୍କ ଭାରତ ପ୍ରତିପକ୍ଷ ତଥା ପ୍ରିୟ ବନ୍ଧୁ ନରେନ୍ଦ୍ର ମୋଦି କେତେକ ନୂଆ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ସହମତ ହୋଇଛନ୍ତି। ଏହା ମଧ୍ୟରେ ରହିଛି ନିମ୍ନ ଉତ୍ସର୍ଜନ କାରିଗରିରେ ସହଯୋଗିତା ଓ ଅତି କମ୍‌ ମୂଲ୍ୟରେ ସୌର କାର୍ଯ୍ୟକ୍ରମ, ଯାହାକି ଦୁଇଦେଶ ମଧ୍ୟରେ ଆର୍ଥିକ ସମ୍ପର୍କକୁ ଆହୁରି ମଜଭୁତ କରିବ।
ମୋଦି ଓ ମୋରିସନ୍‌ ଫୋନ୍‌ରେ ଭାରତ-ଅଷ୍ଟ୍ରେଲିଆ ବିସ୍ତୃତ ପ୍ରତିରକ୍ଷା ସହଯୋଗିତା କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି ନେଇ ସମୀକ୍ଷା କରିବାର ସପ୍ତାହେ ପରେ ଗୁରୁବାର ଓ୍ବାଶିଂଟନରେ ପରସ୍ପରକୁ ଭେଟିଛନ୍ତି। ଭାରତ, ଆମେରିକା, ଜାପାନ ଓ ଅଷ୍ଟ୍ରେଲିଆକୁ ନେଇ କ୍ୱାଡ୍ରିଲେଟ୍‌ରାଲ୍‌ ସିକ୍ୟୁରିଟି ଡାଇଲଗ୍‌ ବା କ୍ୱାଡ୍‌ ସମ୍ମିଳନୀ ଅବସରରେ ଏହି ଆଲୋଚନା ହୋଇଛି। ପ୍ରକାଶ ଯେ, ବର୍ତ୍ତମାନ ସୌରଶକ୍ତି ଉତ୍ପାଦନ କାର୍ଯ୍ୟକ୍ରମରେ ଭାରତ ବିଶ୍ୱରେ ଆଗୁଆ ରହିଛି। ଭାରତ ପକ୍ଷରୁ ସ୍ବଚ୍ଛ ରୋଷେଇ ଇନ୍ଧନକୁ ୮୦ ନିୟୁତ ପରିବାରକୁ ବିସ୍ତାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri