ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର ବ୍ୟବସ୍ଥା କରାଯାଇଥିଲେ ସୁଦ୍ଧା ରକ୍ଷଣବେକ୍ଷଣ କରା ନ ଯିବା ହେତୁ ବହୁ ଷ୍ଟ୍ରିଟ ଲାଇଟ ଅଚଳ ହୋଇପଡିଛି। ଫଳରେ ଦାରିଙ୍ଗବାଡି ଅଞ୍ଚଳର ଶତାଧିକ ଲୋକ ଏବଂ ପର୍ଯ୍ୟଟକ ସନ୍ଧ୍ୟା ହେଲେ ବଜାରରେ ବୁଲିବାକୁ ସୁରକ୍ଷିତ ଭାବୁନାହାନ୍ତି। ପର୍ଯ୍ୟଟକ ଦାରିଙ୍ଗବାଡିରେ ଷ୍ଟ୍ରିଟ ଫୁଡ ଖାଇବା ଓ ବଜାର ବୁଲିବା ସମୟରେ ଅନ୍ଧାର ଯୋଗୁ ମଜା ନେଇପାରୁନାହାନ୍ତି। ସନ୍ଧ୍ୟା ସମୟରେ ହିଁ ଷ୍ଟ୍ରିଟ ଫୁଡ ଦୋକାନଗୁଡିକ ଖୋଲୁଥିବାରୁ ଷ୍ଟ୍ରିଟ ଆଲୁଅ ନ ଥିବାରୁ ସେମାନଙ୍କ ବ୍ୟବସାୟ ହେଉ ନ ଥିବା ଅଭିଯୋଗ ହେଉଛି।
ପ୍ରକାଶ ଯେ ୫୯ ନଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ବାଲିଗୁଡାଠାରୁ ଦାରିଙ୍ଗବାଡି ପର୍ଯ୍ୟନ୍ତ ଜାତୀୟ ରାଜପଥର ସମ୍ପ୍ରସାରଣ ସମୟରେ ସୋଲାର ପାନେଲ ଥାଇ ଷ୍ଟ୍ରିଟ ଲାଇଟ ବ୍ୟବସ୍ଥା କରାଯାଇଥିଲା। ପ୍ରତି ୩୦ ମିଟର ଦୂରତା ଓ ରାଜପଥ କଡ଼ରେ ରହିଥିବା ଗ୍ରାମ ଭିତରେ ଏହି ଆଲୁଅ ବ୍ୟବସ୍ଥା କରାଯାଇଥିଲା ୩ ଶହରୁ ଉର୍ଦ୍ଧ୍ୱ ଷ୍ଟ୍ରିଟ ଲାଇଟଦ୍‌ରୁ ସୋଲାର ପାନେଲ ସହ ବେଟେରୀ ଆଦି ଚୋରି ହୋଇ ଏବେ ଅଚଳ ଅବସ୍ଥାରେ ରହିଛି। ଏହି ଆଲୁଅ ବ୍ୟବସ୍ଥା ସହ ରାସ୍ତାର ରକ୍ଷଣବେକ୍ଷଣ ଅତି କମରେ ୫ ବର୍ଷ ପର୍ଯ୍ୟନ୍ତ ସମ୍ପୃକ୍ତି ଠିକା ସଂସ୍ଥା କରିବା ନିୟମ ରହିଥିଲେ ମଧ୍ୟ ଉକ୍ତ ଠିକା ସଂସ୍ଥା ଜିଲାପ୍ରଶାସନ, ସ୍ଥାନୀୟ ପ୍ରଶାସନ କିମ୍ବା ସାଧରଣ ଲୋକଙ୍କ କଥାକୁ ଭୃକ୍ଷେପ କରୁ ନ ଥିବା ଅଭିଯୋଗ ହେଉଛି। ଶୀଘ୍ର ଆଲୁଅ ବ୍ୟବସ୍ଥା କରା ନ ଗଲେ ଆସନ୍ତା ଦିନରେ ରାଜରାସ୍ତାକୁ ଓହ୍ଲାଇବାକୁ ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି। ଏନେଇ ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ସହ ଯୋଗାଯୋଗ କରାଯିବାରୁ ସେ ଏନେଇ ସମ୍ପୃକ୍ତ ଠିକା ସଂସ୍ଥାକୁ ତାଗିଦ୍‌ କରାଯାଇଛି। ଶୀଘ୍ର ନ କଲେ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲା ପ୍ରଶାସନକୁ ଅବଗତ କରାଯିବ ବୋଲି ସେ କହିଛନ୍ତି। ସୂଚନା ଯୋଗ୍ୟ ଯେ ଜାତୀୟ ରାଜପଥର ଉକ୍ତ ବ୍ଲକ ପାଟାଙ୍ଗି, କିରିକୁଟି, ଆଦିବାସୀ, ସିମନବାଡି, ଡାବୁଲୁମାହା, ସୁଲୁମାହା, ଶ୍ରାନିକେତା, ଦାରିଙ୍ଗବାଡି, ପଞ୍ଚୁପାଲି, ଡବେରୀ ଅଞ୍ଚଳର ସମସ୍ତ ଷ୍ଟ୍ରିଟ ଆଲୁଅ ଅଚଳବସ୍ଥାରେ ଅଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri