କାମରେ ଆସୁନି ସୌରଚାଳିତ ଆଲୋକୀକରଣ

ନିରାକାରପୁର,୬ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ୍‌ ଅନ୍ତର୍ଗତ ସାନରାଉତପଡ଼ା ପଞ୍ଚାୟତ ମୂଳୀଝରଗଡ଼ ଠାରେ ରହିଛି ମା’ଉଗ୍ରତାରାଙ୍କ ପୀଠ। ଏହି ପୀଠକୁ ରାଜ୍ୟ ତଥା ରାଜ୍ୟ ବାହାରୁ ସବୁ ସମୟରେ ଭକ୍ତମାନେ ଆସିବା ସହ ଗହଳି ଲାଗି ରହିଥାଏ। ୧୬ ନମ୍ବର ଜାତୀୟ ରାଜପଥରୁ ମା’ଉଗ୍ରତାରାଙ୍କ ପୀଠକୁ ପ୍ରାୟ ୩ କିଲୋମିଟର ହୋଇଥିବାରୁ ସନ୍ଧ୍ୟା ପରେ ରାସ୍ତା ଅନ୍ଧାର ରହିଥାଏ। ଫଳରେ ମା’ଙ୍କ ପୀଠକୁ ଆସୁଥିବା ଭକ୍ତମାନେ ହଇରାଣ ହୋଇଥାନ୍ତି। ଭକ୍ତମାନେ କିଭଳି ସୁବିଧାରେ ଯାତାୟାତ କରିପାରିବେ ଉକ୍ତ ୩ କିଲୋମିଟର ରାସ୍ତାର ଉଭୟ ପାର୍ଶ୍ୱରେ ୨୦/୮/୨୦୨୦ ରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ୧୦୦ଟି ସୌରଚାଳିତ ଆଲୋକୀକରଣ ବ୍ୟବସ୍ଥା କରିବା ସହ ଏହାର ଉଦ୍‌ଘାଟନ କରିଥିଲେ। ତେବେ ରକ୍ଷଣାବେକ୍ଷଣ ଅଭାବରୁ କେତୋଟି ସୌରଚାଳିତ ଖୁଣ୍ଟକୁ ବାଦ୍‌ ଦେଲେ ଅନ୍ୟ ଖୁଣ୍ଟଗୁଡ଼ିକ ମାଟିରେ ଶୋଇରହିଥିବା ଦେଖିବାକୁ ମିଳିଛି। ଏପରିକି କେତେକ ଖୁଣ୍ଟରେ ଲାଇଟ୍‌ କିମ୍ବା ସୌରଚାଳିତ ପେନାଲ ସିଟ୍‌ ନ ଥିବା ଜଣାପଡ଼ିଛି। ତୁରନ୍ତ ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri