ଜାତୀୟ ରାଜପଥ କଡ଼ ସୋଲାର ଲାଇଟ ଅଚଳ: ମରାମତି ପାଇଁ ଚାଲିଛି ସର୍ଭେ 

ଦାରିଙ୍ଗବାଡ଼ି,୧୮।୧(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ନଂ ଜାତୀୟ ରାଜପଥର ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲି ପଞ୍ଚାୟତ ପଞ୍ଚୁପଲଠାରୁ ବାଲିଗୁଡା ମଧ୍ୟରେ ରାଜପଥର ୨ କଡ଼ରେ ସୋଲାର ପ୍ୟାନେଲ, ବ୍ୟାଟେରି ଥାଇ ଷ୍ଟ୍ରିଟ ଲାଇଟ୍‌ ବ୍ୟବସ୍ଥା କରାଯଇଥିଲା।
ମୋଟ ୩୫୪ଟି ପୋଲରେ ଏହି ଆଲୋକ ବ୍ୟବସ୍ଥା କରାଯିବାର କମ୍‌ଦିନ ମଧ୍ୟରେ ସମସ୍ତ ଲାଇଟ ଅଚଳ ହୋଇପଡ଼ିଥିଲା। ଏହି କାର୍ଯ୍ୟ କରିଥିବା ଠିକାସଂସ୍ଥା ପକ୍ଷରୁ ରକ୍ଷଣବେକ୍ଷଣ କରାଯିବା ଅବହେଳା ଯୋଗୁ ସମସ୍ତ ଲାଇଟ ଅଚଳ ହୋଇପଡିଛି। ଏ ନେଇ ଅଞ୍ଚଳବାସୀ ସ୍ଥାନୀୟ ପ୍ରଶାସନ ଏବଂ ଜିଲା ପ୍ରଶାସନଠାରୁ ଆରମ୍ଭ କରି ମନ୍ତ୍ରୀ ପର୍ଯ୍ୟନ୍ତ
ସମସ୍ତଙ୍କୁ ଅଭିଯୋଗ ପରେ ଚାପରେ ଚାପି ହୋଇ ଠିକାସଂସ୍ଥା ପକ୍ଷରୁ ଏବେ ଅଚଳ ସୋଲାର ଲାଇଟକୁ ସଚଳ କରୁଛି।
ଏବେ ସୁଦ୍ଧା ମାତ୍ର ୧୧ଟି ଲାଇଟକୁ ମରାମତି କରି ସ୍ବାଭାବିକ କରାଯାଇଥିବା ବେଳେ ରାଜପଥ କଡ଼ରେ ଲାଗିଥିବା ଅନ୍ୟ ସୋଲାର  ଆଲେକା  ମରାମତି ପୂର୍ବରୁ କଣ ସବୁ ନଷ୍ଟ ହୋଇଛି, ସେଗୁଡିକ ସର୍ଭେ କରାଯାଉଛି । ଅଧିକାଂଶ ସୋଲାର ପ୍ୟାନେଲ ଓ ବ୍ୟାଟେରି ଚୋରି ହୋଇଥିବା ବେଳେ ଆଉ କିଛି ସ୍ଥାନରେ ବ୍ୟାଟେରି ରହିଥିଲେ ମଧ୍ୟ ସେଠାରେ ପଡୁଥିବା ଡିଷ୍ଟିଲ ୱାଟର ସରିଯାଇଥିବା ଠିକା ସଂସ୍ଥା ପକ୍ଷରୁ କୁହାଯାଇଛି। ଆସନ୍ତା ୩ ମାସ ମଧ୍ୟରେ ମରାମତି କାର୍ଯ୍ୟ ସରିବ ବୋଲି କୁହାଯାଉଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri