କାମରେ ଲାଗୁନି ସୋଲାର ପ୍ୟାନେଲ

କେନ୍ଦୁଝର, ୭।୬ (ସ୍ବ.ପ୍ର.) ଅନ୍ଧାରରେ କେହି ରହିବେ ନାହିଁ। ଏଣୁ ସମସ୍ତ ଗ୍ରାମକୁ ବିଭିନ୍ନ ଯୋଜନାରେ ବିଦ୍ୟୁତ୍‌ ବ୍ୟବସ୍ଥା କରୁଛନ୍ତି। ଦୁର୍ଗମ ଅଞ୍ଚଳରେ ଯେଉଁଠି ବିଦ୍ୟୁତ ଯୋଗାଣ ହୋଇ ପାରୁନାହିଁ ସେଠାରେ ସୋଲାର ଲାଇଟ ବ୍ୟବସ୍ଥା କରୁଛନ୍ତି। ତେବେ ଉପଯୁକ୍ତ ରକ୍ଷଣାବେକ୍ଷଣ ଯୋଗୁ ଅନେକ ଗ୍ରାମରେ ସୋଲାର ଲାଇଟ କାମ କରୁ ନ ଥିବାରୁ ଅନ୍ଧାରରେ ରାତି କାଟୁଛନ୍ତି ଓ ଲୋକ ମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ସମସ୍ୟା ଦେଖିବାକୁ ମିଳିଛି ହରିଚନ୍ଦନପୁର ବ୍ଲକର ବଡ଼ପଳାଶପାଳ ପଞ୍ଚାୟତର ବଣପାହାଡ଼ ଘେରା କହ୍ନେଇଗୋଳା ଗ୍ରାମରେ। ଜୁଆଙ୍ଗ ଜନଜାତିର ଲୋକ ମାନେ ଦୀର୍ଘ ବର୍ଷ ହେଲା କଷ୍ଟ ଭୋଗୁଥିଲେ ହେଁ କେହି ଶୁଣୁ ନ ଥିବାରୁ ଜିଲା ପ୍ରଶାସନ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ଉକ୍ତ ଗ୍ରାମରେ ପାଖପାଖି ୧୩୦ ଘର ରହିଛି। ଦୀନ ଦୟାଲ ଉପାଧ୍ୟାୟ ଗ୍ରାମ୍ୟ ଜ୍ୟୋତି ଯୋଜନାରେ ୨୦୧୬ ମସିହାରେ ଲକ୍ଷାଧିକ ଟଙ୍କା ବ୍ୟୟରେ ୩୦ କିଲୋଓ୍ବାଟ କ୍ଷମତା ବିଶିଷ୍ଟ ସୋଲାର ପ୍ରକଳ୍ପ ସ୍ଥାପନା କରାଯାଇଥିଲା। ଗ୍ରାମ ମୁଣ୍ଡରେ ସୋଲାର ପ୍ୟାନେଲ ବସାଯାଇ ସାୈରଶକ୍ତି ସଂରକ୍ଷଣ କରି ଖୁଣ୍ଟ ଓ ତାର ଜରିଆରେ ସାହିର ପ୍ରତ୍ୟେକ ଘରକୁ ବିଦ୍ୟୁତ ଯୋଗାଣ ହୋଇଛି। ତେବେ ଦୁଇ ବର୍ଷ ପରେ ଏହା ଆଉ କାର୍ଯ୍ୟକ୍ଷମ ହେଲା ନାହିଁ। ଏହାର ମରାମତି କରିବା ପାଇଁ କେହି ଗଲେ ନାହିଁ। ଏଣୁ ବାଧ୍ୟ ହୋଇ ପୂର୍ବ ପରି ଅନ୍ଧାରରେ ରାତି କାଟୁଛୁ। ସନ୍ଧ୍ୟା ହେଲେ ପଦାକୁ ବାହାରି ପାରୁନାହୁଁ କାରଣ ବନ୍ୟଜନ୍ତୁଙ୍କ ଭୟ ରହୁଛି। ପିଲାମାନେ ପାଠ ପଢିପାରୁନାହାନ୍ତି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏଣୁ ତୁରନ୍ତ ମରାମତି କରି ଆଲୁଅ ଯୋଗାଇବାକୁ ସେମାନେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri