ସୌରଶକ୍ତି ଚାଳିତ ଲୌହଜଳ ଅପସାରଣ ପ୍ରକଳ୍ପ ଉଦ୍‌ଘାଟିତ

ଦେବଗଡ,୩୦ା୪(ଶଶାଙ୍କ ଶେଖର ଝାଙ୍କର)- ବାରକୋଟ ବ୍ଲକର ବିଭିନ୍ନ ଗ୍ରାମରେ ଜାତୀୟ ସ୍ବେଚ୍ଛାସେବୀ ଅନୁଷ୍ଠାନ ୱାଟରଏଡ୍‌ ଇଣ୍ଡିଆ ପକ୍ଷରୁ ଜିଲା ପ୍ରଶାସନ ଆନୁକୂଲ୍ୟରେ ୯ଟି ସୌରଶକ୍ତି ଚାଳିତ ଲୌହଜଳ ଅପସାରଣ ପ୍ରକଳ୍ପ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ମଙ୍ଗଳବାର ବମ୍ପରଡା ଗ୍ରାମପଞ୍ଚାୟତ ସଭାଗୃହରେ ଉକ୍ତ ପ୍ରକଳ୍ପର ଉଦ୍‌ଘାଟନୀ ସଭା ଏବଂ ପ୍ରକଳ୍ପ ପରିଚାଳନା ଓ ରକ୍ଷଣାବେକ୍ଷଣ ନିମନ୍ତେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ୱାଟରଏଡ୍‌ ଇଣ୍ଡିଆର ବରିଷ୍ଠ ଅଧିକାରୀ ସୀମାଞ୍ଚଳ ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦେବଗଡ଼ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ, ସମ୍ମାନିତ ଅତିଥି ଭାବେ ବମ୍ପରଡା ସରପଞ୍ଚ ନମିତା ସାହୁ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଯଶୋଧର କିସାନ, ଗ୍ରାମ୍ୟ ଜଳ ଓ ପରିମଳ ବିଭାଗ କନିଷ୍ଠ ଯନ୍ତ୍ରୀ ନୁଏଲ ମୁଣ୍ଡା ଯୋଗଦେଇଥିଲେ। ବମ୍ପରଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ନେତ୍ରାବାହାଲ ଏବଂ କତ୍ରାପାଲି ଗ୍ରାମରେ ନିର୍ମାଣ ହୋଇଥିବା ସୌରଶକ୍ତି ଚାଳିତ ଲୌହଜଳ ଅପସାରଣ ପ୍ରକଳ୍ପକୁ ଅତିଥି ଉଦ୍‌ଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜଳ ଓ ପରିମଳ କମିଟି ସଦସ୍ୟା, ସଦସ୍ୟଙ୍କ ସହିତ ଶତାଧିକ ମହିଳା ଓ ପୁରୁଷ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ…

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…

ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri