କାମରେ ଆସୁନି ସୋଲାର ଚାଳିତ ନଳକୂପ, ବର୍ଷାଦିନରେ ବି ଜଳକଷ୍ଟ

ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଦୁର୍ଗମ ଆଡ଼କି ଗ୍ରାମରେ ପିଇବା ପାଇଁ ପାଣିର ଅଭାବ ଦେଖା ଯାଇଛି। ଏବେ ଲଘୁଚାପ ଜନିତ ବର୍ଷାରେ ସବୁଠାରୁ ଅଧିକ କଷ୍ଟ ଦେଖାଯାଇଛି। ଗ୍ରାମରେ ଶୁଦ୍ଧ ପାନୀୟଜଳ ପାଇବା ପାଇଁ ରାଜ୍ୟ ସରକାରଙ୍କ ଅନୁଦାନ କ୍ରମେ ୩ ଲକ୍ଷ ଅନୁଦାନରେ ଜଳ ଯୋଗାଣ ପାଇଁ ବ୍ୟବସ୍ଥା କରିବାକୁ ପଞ୍ଚାୟତକୁ ନିର୍ଦ୍ଦେଶ ରହିଥିଲା। ପଞ୍ଚାୟତ ଆଡ଼କିରେ ଥିବା ଏକ ନଳକୂଅରେ ସୋଲାର ବ୍ୟବସ୍ଥାରେରେ ଜଳ ଉଠାଣ ପାଇଁ ଟାଙ୍କି ଓ ମୋଟର ବ୍ୟବସ୍ଥା କରାଗଲା। ଏଥିପାଇଁ ଏକ ଏଜେନ୍ସି ମାଧ୍ୟମରେ କାର୍ଯ୍ୟ କରାଯାଇଥିଲା। ତେବେ ଏଥିରେ ଚଞ୍ଚକତା କରାଯାଇ ଅର୍ଥ ତୋଷରପାତ କରାଯାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଗତ ବର୍ଷ ଏହି କାର୍ଯ୍ୟ କରିବାର ମାତ୍ର କିଛି ଦିନ ଉକ୍ତ ସୋଲାର ନଳକୂଅ କାର୍ଯ୍ୟକ୍ଷମ କରିବା ପରେ ତାହା ଅଚଳ ହୋଇପଡ଼ିଛି। ଆଜକୁ ଏକ ବର୍ଷ ହେଲା ଆଉ ତାହା କାର୍ଯ୍ୟକ୍ଷମ କରୁନାହିଁ। ଫଳରେ ପିଇବା ପାଣି ପାଇଁ ଆଡକି ଗ୍ରାମବାସୀ ଚୁଆ ଏବଂ ନାଳ ଜଳ ଉପରେ ନିର୍ଭର କରି ବିଭିନ୍ନ ରୋଗର ଶିକାର ହେଉଛନ୍ତି। ଏନେଇ ସିମନବାଡ଼ି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ବିରଜା ସାହୁଙ୍କୁ ପଚାରିବାରୁ ସେ କହିଛନ୍ତି, ଅଚଳ ମେଶିନକୁ ମରାମତି କରିବା ପାଇଁ ଉକ୍ତ ଏଜେନ୍ସି ନେଇଛନ୍ତି। ସେ ଆଜି ପର୍ଯ୍ୟନ୍ତ ତାକୁ ମରାମତି କରିନାହାନ୍ତି। ତତ୍କାଳ ପଞ୍ଚାୟତ କାର୍ଯ୍ୟକ୍ରମ ଅଧିକାରୀ ଦୁଃଶାସନ ବେହେରା ସେହି ସମୟରେ ଉକ୍ତ ଏଜେନ୍ସିଙ୍କୁ ୩ଲକ୍ଷ ଅନୁଦାନର ବିଲ କରିଛନ୍ତି ତେବେ ତାଙ୍କ ସହ ଯୋଗାଯୋଗ ହୋଇପାରୁନି ବୋଲି କହିଛନ୍ତି। ଶୀଘ୍ର ଏହାର ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri