୨ ବର୍ଷ ହେଲା ସୋଲାର ପମ୍ପ ଅଚଳ

କର୍ଲାମୁଣ୍ଡା,୨୫।୧୧(ଡି.ଏନ.ଏ.): ପିଇବା ପାଣି ସୁବ୍ୟବସ୍ଥା ପାଇଁ ସରକାର ଯୋଜନା ଉପରେ ଯୋଜନା କରୁଥିଲେ ହେଁ ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତାର ଅଭାବ ଯୋଗୁ ଯୋଜନାଗୁଡିକ ଆରମ୍ଭ ହେଇ ପରବର୍ତ୍ତୀ ସମୟରେ ଠପ ହେଇଯାଉଛି। ଏପରି ପରିସ୍ଥିତି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ ଶୀଶାଖାଲ ଗାଁରେ ଦେଖିବାକୁ ମିଳିଛି। ସୂଚନା ମତେ ଏହି ଗାଁଟି ବ୍ଲକ ସଦର ମହକୁମାଠାରୁ ପ୍ରାୟ ୨୦ କିଲୋମିଟର ଦୂରରେ ଅବସ୍ଥିତ। ସିଶାଖାଲ (ବସ୍ତିରେ) ୧୧୦ ପରିବାରରେ ପ୍ରାୟ ୪ଶହ ୫ ଜଣ ଲୋକଙ୍କ ପିଇବା ପାଣି ପାଇଁ ରହିଛି ୪ଟି ନଳକୂପ। ସେଥି ମଧ୍ୟରୁ ୩ଟି ନଳକୂପର ପାଣି ବ୍ୟବହାର ଉପଯୋଗୀ ହୋଇ ନ ଥିବାରୁ ଲୋକଙ୍କ ପିଇବା ପାଣି ରବ୍ୟବସ୍ଥା ପାଇଁ ଗ୍ରାମ ପଞ୍ଚାୟତ ପକ୍ଷରୁ ୨୦୧୯ରେ ନଳକୂପରେ ସୋଲାର ବ୍ୟବସ୍ଥା କରାଯାଇଥିଲା। ତେବେ ପ୍ରଥମ ଗୋଟିଏ ବର୍ଷ ଠିକ ଭାବେ ଲୋକେ ସୋଲାର ଜରିଆରେ ସୁବିଧାରେ ପାଣି ପାଉଥିଲେ। ୨୦୨୦ରୁ ସୋଲାର ପମ୍ପ ଅଚଳାବସ୍ଥାରେ ପଡିରହିଛି। ଏଥିପାଇଁ ତତ୍କାଳୀନ ସରପଞ୍ଚ ବିଡିଓଙ୍କୁ ବାରମ୍ବାର ଜଣାଇଥିଲେ ହେଁ କୌଣସି ଗୁରୁତ୍ୱ ଦେଇ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଅନ୍ୟପଟେ ସୋମବାର ସ୍ଥାନୀୟ ପଞ୍ଚାୟତରେ ଜନଶୁଣାଣି ଶିବିରରେ ନୂତନ ବିଡିଓଙ୍କୁ ଲିଖିତ ଅଭିଯୋଗ ଦେଇ ଶୀଘ୍ର ସୋଲାର ପମ୍ପର ମରାମତି ହେବାକୁ ଆଶା ବାନ୍ଧିଥିବା ଗ୍ରାମବାସୀ କହିଛନ୍ତି। ଏ ନେଇ ବିଭାଗୀୟ ଯନ୍ତ୍ରୀ ବିଭୁତି କିଷାନଙ୍କୁ ପଚାରିବାରୁ ପଞ୍ଚାୟତ ପକ୍ଷରୁ ଖର୍ଚ୍ଚ କରି ସଜା ପାଇଁ ବ୍ୟବସ୍ଥା ଥିଲେ ହେଁ ତତ୍କାଳୀନ ସରପଞ୍ଚ କୌଣସି ପଦକ୍ଷେପ ନେଲେ ନାହିଁ। ଏବେ ଆମେ ଆମ ବିଭାଗରୁ ଖର୍ଚ୍ଚ କରି ସୋଲାର ପମ୍ପର ମରାମତି ଏହି ସପ୍ତାହ ମଧ୍ୟରେ କରିବୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri