୨ ବର୍ଷ ହେଲା ସୋଲାର ପମ୍ପ ଅଚଳ

କର୍ଲାମୁଣ୍ଡା,୧୯।୧୨(ଡି.ଏନ.ଏ.):ସାଧାରଣ ଲୋକଙ୍କ ବିଭିନ୍ନ ସମସ୍ୟା ତଥା ଅଭିଯୋଗଗୁଡ଼ିକ ତୁରନ୍ତ ସମାଧାନ ଦିଗରେ ପଦକ୍ଷେପ ନେବାକୁ ସରକାର ପ୍ରତି ପଞ୍ଚାୟତସ୍ତରରେ ଯୁଗ୍ମଜନଶିବିର କରିବାକୁ କଡାନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ପଞ୍ଚାୟତଠୁଁ ବ୍ଲକସ୍ତରରେ ମଧ୍ୟ ଜନଶୁଣାଣି ଶିବିର ଆୟୋଜନ କରାଯାଇଛି। ତେବେ ନାମକୁ ମାତ୍ର ଜନଶୁଣାଣି ଶିବିର ହେଉଥିବା ଅଭିଯୋଗ ହେଉଛି। ଏପରି ଅଭିଯୋଗ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ ଶିଶାଖାଲ ଗାଁରୁ ଆସିଛି। ସୂଚନାମତେ ଏହି ଗାଁ ବ୍ଲକ ସଦର ମହକୁମାଠାରୁ ପ୍ରାୟ ୨୦ କିଲୋମିଟର ଦୂରରେ ଅବସ୍ଥିତ। ଶିଶାଖାଲ (ବସ୍ତିରେ) ୧୧୦ ପରିବାରରେ ପ୍ରାୟ ୪୫୦ଜଣ ଲୋକଙ୍କ ପିଇବା ପାଣି ପାଇଁ ରହିଛି ୪ଟି ନଳକୂପ। ସେଥି ମଧ୍ୟରୁ ୩ଟି ନଳକୂପର ପାଣି ବ୍ୟବହାର ଉପଯୋଗୀ ହୋଇ ନ ଥିବାରୁ ଲୋକଙ୍କ ପିଇବା ପାଣି ରବ୍ୟବସ୍ଥା ପାଇଁ ଗ୍ରାମପଞ୍ଚାୟତ ପକ୍ଷରୁ ୨୦୧୯ରେ ନଳକୂପରେ ସୋଲାର ବ୍ୟବସ୍ଥା କରାଯାଇଥିଲା। ପ୍ରଥମ ଗୋଟିଏ ବର୍ଷ ଠିକ ଭାବେ ଲୋକେ ସୋଲାର ଜରିଆରେ ସୁବିଧାରେ ପାଣି ପାଇଥିଲେ। ୨୦୨୦ରୁ ସୋଲାର ପମ୍ପ ଅଚଳାବସ୍ଥାରେ ପଡିରହିଛି। ଏଥିପାଇଁ ତତ୍କାଳୀନ ବ୍ଲକ ପ୍ରଶାସନଙ୍କୁ ବାରମ୍ବାର ଜଣାଇ ଥିଲେ ହେଁ କୌଣସି ସମାଧାନ ହେଇ ପାରି ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଅନ୍ୟପଟେ ନଭେମ୍ବରରେ ଜୋରାଡବରା ପଞ୍ଚାୟତରେ ଜନଶୁଣାଣି ଶିବିରରେ ଗ୍ରାମବାସୀ ଲିଖିତ ଅଭିଯୋଗ କରିଥିଲେ ହେଁ ସୋଲାର ପମ୍ପ ମରାମତି ବର୍ତ୍ତମାନ ସୁଦ୍ଧା ହେଇପାରି ନ ଥିବା ଦୁର୍ଭାଗ୍ୟର ବିଷୟ ବୋଲି ଗ୍ରାମବାସୀ କହିଛନ୍ତି। ଏ ନେଇ ବିଡିଓ ସୁଚରିତା ମୁଗ୍ରୀଙ୍କୁ ଯୋଗାଯୋଗ କରାଯିବାରୁ ବିଭାଗୀୟ ଯନ୍ତ୍ରୀଙ୍କୁ କହି ଶୀଘ୍ର ଯେମିତି ସମାଧାନ ହେବ, ସେ ଦିଗରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri