ଦୁଇ ବର୍ଷ ହେଲା ସୋଲାର ପମ୍ପ ଅଚଳ: ପାଣି ପାଇଁ ହଇରାଣରେ ଗ୍ରାମବାସୀ

କର୍ଲାମୁଣ୍ଡା,୨୨।୧୧(ଡି.ଏନ୍‌.ଏ.): ପିଇବା ପାଣିର ସୁବ୍ୟବସ୍ଥା ପାଇଁ ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତାର ଅଭାବ ଯୋଗୁ ଯୋଜନାଗୁଡିକ ସମସ୍ତ ବାଟବଣା ହେଉଛି। କିଛି ଏଭଳି ପରିସ୍ଥିତି ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ ଶୀଶାଖାଲ ଗାଁରେ।

ମିଳିଥିବା ସୂଚନା ମୁତାବକ, ଶୀଶାଖାଲ ଗାଁର ବ୍ଲକ ସଦର ମହକୁମାଠାରୁ ପ୍ରାୟ ୨୦ କିଲୋମିଟର ଦୂରରେ ଅବସ୍ଥିତ। ଶୀଶାଖାଲ (ବସ୍ତିରେ)୧୧୦ଟି ପରିବାରରେ ପ୍ରାୟ ୪ଶହ ୫୦ ଜଣ ଲୋକଙ୍କ ପିଇବା ପାଣି ପାଇଁ ରହିଛି ୪ଟି ନଳକୂପ। ସେଥିମଧ୍ୟରୁ ୩ଟି ନଳକୂପର ପାଣି ବ୍ୟବହାର ଉପଯୋଗୀ ହେଉନାହିଁ। ଲୋକଙ୍କ ପିଇବା ପାଣିର ବ୍ୟବସ୍ଥା ପାଇଁ ପଞ୍ଚାୟତ ପକ୍ଷରୁ ୨୦୧୯ରେ ନଳକୂପରେ ସୋଲାର ବ୍ୟବସ୍ଥା କରାଯାଇଥିଲା। ତେବେ ପ୍ରଥମ ଗୋଟିଏ ବର୍ଷ ଠିକ୍‌ ଭାବେ ଲୋକେ ଏହାର ସୁବିଧା ଉଠାଇଥିଲେ। ହେଲେ ୨୦୨୦ରୁ ସୋଲାର ପମ୍ପ ଅଚଳାବସ୍ଥାରେ ପଡିରହିଛି। ଏଥିପାଇଁ ତତ୍କାଳୀନ ସରପଞ୍ଚ ବିଡ଼ିଓଙ୍କୁ ବାରମ୍ବାର ଜଣାଇଲେ ମଧ୍ୟ କେହି ଗୁରୁତ୍ୱ ଦେଉ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷେ ସୋମବାର ସ୍ଥାନୀୟ ପଞ୍ଚାୟତରେ ହେଇଥିବା ଜନ ଶୁଣାଣୀ ଶିବିରରେ ନୂତନ ବିଡିଓଙ୍କୁ ଗ୍ରାମବାସୀ ଏକ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପଟେ ଏନେଇ ବିଭାଗୀୟ ଯନ୍ତ୍ରୀ ବିଭୂତି କିଷାନଙ୍କୁ ପଚାରିବାରୁ ପଞ୍ଚାୟତ ପକ୍ଷରୁ ଖର୍ଚ୍ଚ କରି ମରାମତି ପାଇଁ ବ୍ୟବସ୍ଥା ଥିଲେ ହେଁ ତତ୍କାଳୀନ ସରପଞ୍ଚ କୌଣସି ପଦକ୍ଷେପ ନେଲେ ନାହିଁ। ଏବେ ବିଭାଗ ପକ୍ଷରୁ ଖର୍ଚ୍ଚ କରି ସୋଲାର ପମ୍ପର ମରାମତି ସପ୍ତାହ ମଧ୍ୟରେ କରିବୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri