ଦୁଇ ବର୍ଷ ହେଲା ସୋଲାର ପମ୍ପ ଅଚଳ: ପାଣି ପାଇଁ ହଇରାଣରେ ଗ୍ରାମବାସୀ

କର୍ଲାମୁଣ୍ଡା,୨୨।୧୧(ଡି.ଏନ୍‌.ଏ.): ପିଇବା ପାଣିର ସୁବ୍ୟବସ୍ଥା ପାଇଁ ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତାର ଅଭାବ ଯୋଗୁ ଯୋଜନାଗୁଡିକ ସମସ୍ତ ବାଟବଣା ହେଉଛି। କିଛି ଏଭଳି ପରିସ୍ଥିତି ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ ଶୀଶାଖାଲ ଗାଁରେ।

ମିଳିଥିବା ସୂଚନା ମୁତାବକ, ଶୀଶାଖାଲ ଗାଁର ବ୍ଲକ ସଦର ମହକୁମାଠାରୁ ପ୍ରାୟ ୨୦ କିଲୋମିଟର ଦୂରରେ ଅବସ୍ଥିତ। ଶୀଶାଖାଲ (ବସ୍ତିରେ)୧୧୦ଟି ପରିବାରରେ ପ୍ରାୟ ୪ଶହ ୫୦ ଜଣ ଲୋକଙ୍କ ପିଇବା ପାଣି ପାଇଁ ରହିଛି ୪ଟି ନଳକୂପ। ସେଥିମଧ୍ୟରୁ ୩ଟି ନଳକୂପର ପାଣି ବ୍ୟବହାର ଉପଯୋଗୀ ହେଉନାହିଁ। ଲୋକଙ୍କ ପିଇବା ପାଣିର ବ୍ୟବସ୍ଥା ପାଇଁ ପଞ୍ଚାୟତ ପକ୍ଷରୁ ୨୦୧୯ରେ ନଳକୂପରେ ସୋଲାର ବ୍ୟବସ୍ଥା କରାଯାଇଥିଲା। ତେବେ ପ୍ରଥମ ଗୋଟିଏ ବର୍ଷ ଠିକ୍‌ ଭାବେ ଲୋକେ ଏହାର ସୁବିଧା ଉଠାଇଥିଲେ। ହେଲେ ୨୦୨୦ରୁ ସୋଲାର ପମ୍ପ ଅଚଳାବସ୍ଥାରେ ପଡିରହିଛି। ଏଥିପାଇଁ ତତ୍କାଳୀନ ସରପଞ୍ଚ ବିଡ଼ିଓଙ୍କୁ ବାରମ୍ବାର ଜଣାଇଲେ ମଧ୍ୟ କେହି ଗୁରୁତ୍ୱ ଦେଉ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷେ ସୋମବାର ସ୍ଥାନୀୟ ପଞ୍ଚାୟତରେ ହେଇଥିବା ଜନ ଶୁଣାଣୀ ଶିବିରରେ ନୂତନ ବିଡିଓଙ୍କୁ ଗ୍ରାମବାସୀ ଏକ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପଟେ ଏନେଇ ବିଭାଗୀୟ ଯନ୍ତ୍ରୀ ବିଭୂତି କିଷାନଙ୍କୁ ପଚାରିବାରୁ ପଞ୍ଚାୟତ ପକ୍ଷରୁ ଖର୍ଚ୍ଚ କରି ମରାମତି ପାଇଁ ବ୍ୟବସ୍ଥା ଥିଲେ ହେଁ ତତ୍କାଳୀନ ସରପଞ୍ଚ କୌଣସି ପଦକ୍ଷେପ ନେଲେ ନାହିଁ। ଏବେ ବିଭାଗ ପକ୍ଷରୁ ଖର୍ଚ୍ଚ କରି ସୋଲାର ପମ୍ପର ମରାମତି ସପ୍ତାହ ମଧ୍ୟରେ କରିବୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri