ସୋଲାର ଜଳପ୍ରକଳ୍ପ ଅଧାପନ୍ତରିଆ

ଅମରପାଲି,୪ା୩(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଅନ୍ତର୍ଗତ କର୍ଣ୍ଣପାଲି ଗ୍ରାମରେ ଏବେ ଘୋର ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରୀଷ୍ମ ଆରମ୍ଭରୁ ଜଳକଷ୍ଟରେ ଥିବା ଏକ ଓ୍ବାର୍ଡ ବିଶିଷ୍ଟ ଏହି ଗାଁର ସମସ୍ୟା ପ୍ରତି କାହାର ଦଷ୍ଟି ପଡୁନାହିଁ। ପାରମ୍ପରିକ ଜଳାଶୟର ପାଣି କମିଗଲାଣି। ନିଜସ୍ବ ବାଡିରେ ଥିବା କୂଅର ପାଣି କେଉଁ ତଳକୁ ଚାଲିଗଲାଣି। ବୀରମହାରାଜପୁରରୁ ୨କି.ମି ଦୂରରେ ଅବସ୍ଥିତି ଏହି ଗାଁର ଜନସଂଖ୍ୟା ଏକ ହଜାରରୁ ଊର୍ଦ୍ଧ୍ୱ । ଏତେ ସଂଖ୍ୟକ ଲୋକଙ୍କ ପାଇଁ ଗ୍ରାମରେ ଦୁଇଟି ନଳକୂପ ରହିଛି। ସ୍ନାନଶୌଚଠାରୁ ପାନୀୟ ଯାଏ ଗ୍ରାମବାସୀ ଉକ୍ତ ନଳ ଉପରେ ନିର୍ଭର କରନ୍ତି। ହେଲେ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇ ଯାଇଥିବାରୁ ନଳକୂପଗୁଡିକରୁ ଏବେ ଆବଶ୍ୟକତାଠାରୁ କମ୍‌ ପାଣି ବାହାରୁଛି। ଫଳରେ ଲୋକେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। ଯେଉଁ କେତେଜଣଙ୍କ ନିଜସ୍ବ କୂଅ ରହିଛି ତାହାର ପାଣି ପର୍ଯ୍ୟାପ୍ତ ହେଉନାହିଁ ।
ଜଳଭାବକୁ ଆଖି ଆଗରେ ରଖି ୨୦୨୦-୨୧ ମସିହାରେ ପାନୀୟ ଉପଯୋଗୀ ପାଣି ବାହାରୁଥିବା ସ୍ଥାନରେ ବୋରିଙ୍ଗରୁ ସୋଲାର ସାହାଯ୍ୟରେ ଗାଁକୁ ପାନୀୟ ଜଳ ଯୋଗାଣ ପାଇଁ ବ୍ୟବସ୍ଥା କରାଯାଇଥିଲା। କିନ୍ତୁ ପ୍ରକଳ୍ପ ନିର୍ମାଣ ପାଇଁ ନିୟୋଜିତ ଠିକାଦାର ଏବଂ ବିଭାଗୀୟ କର୍ମଚାରୀଙ୍କ ଖାମଖିଆଲି ମନୋଭାବ ପାଇଁ ପ୍ରକଳ୍ପ ଅସମ୍ପୂର୍ଣ୍ଣ ରହିଛି। ପାଣି ଟାଙ୍କି, ସୋଲାର ପ୍ଲେଟ ଅପରିତ୍ୟକ୍ତ ଭାବେ ପଡି ରହିଛି। ଏ ନେଇ ବିଭାଗୀୟ ଯନ୍ତ୍ରୀ ମଞ୍ଜୁଲତା ଗୌଡଙ୍କୁ ପଚାରିବାରୁ ପ୍ରକଳ୍ପରେ କିଛି ତ୍ରୁଟି ନେଇ ଗ୍ରାମବାସୀ ଅଭିଯୋଗ କରିବା ପରେ କାମ ବନ୍ଦ ରହିଥିଲା। କିନ୍ତୁ ଏବେ ଖୁବ୍‌ଶୀଘ୍ର ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri