ସୋଲାର ଜଳ ପ୍ରକଳ୍ପ ଅଚଳ

ଅମରପାଲି,୨୮।୪(ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତର ଅମାତପାଲି ଗ୍ରାମରେ ଦୀର୍ଘ ୧୫ଦିନ ହେଲା ସୋଲାର ଜଳ ପ୍ରକଳ୍ପ ଅଚଳ ହୋଇ ପଡିଛି। ଫଳରେ ଗ୍ରାମରେ ଦେଖାଦେଇଛି ପାନୀୟ ଜଳ ସଙ୍କଟ। ଅମାତପାଲି ଗ୍ରାମ ପଞ୍ଚାୟତର ଗୋଟିଏ ୱାର୍ଡ ବିଶିଷ୍ଟ ଗ୍ରାମ । ଗ୍ରାମରେ ୭୦-୮୦ ପରିବାର ବସବାସ କରନ୍ତି। ଗ୍ରାମର ଲୋକେ ଗ୍ରାମରେ ଥିବା ପୋଖରୀ ଓ ନଳକୂପଗୁଡିକ ଉପରେ ନିର୍ଭର କରନ୍ତି। ସଂପ୍ରତି ଗ୍ରୀଷ୍ଣ ପ୍ରବାହ ଯୋଗୁ ଗ୍ରାମର ଜଳାଶୟ ଓ ପୋଖରୀଗୁଡିକ ଶୁଖି ଯାଇଛି। ଏପରି କି ଗ୍ରାମରେ ଥିବା ନଳକୂପଗୁଡିକ ମଧ୍ୟରୁ କେତେକ ନଳକୂପରୁ ଆବଶ୍ୟକ ଠାରୁ କମ ପାଣି ବାହାରୁ ଥିବା ବେଳେ ଆଉ କେତେକରୁ ବ୍ୟବହାର ଅନୁପଯୋଗୀ ପାଣି ବାହାରୁଛି। ତେଣୁ ଗ୍ରାମବାସୀ ପାଣି ପାଇବାରୁ ବଞ୍ଚିତ ହେଉଛନ୍ତି। ଗ୍ରାମର ଲୋକେ ପାନୀୟ ଜଳ ଠାରୁ ଆରମ୍ଭ କରି ସ୍ନାନ ଶୌଚ, ରୋଷେଇବାସ ଆଦି କାମ ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗୃହପାଳିତ ପଶୁମାନେ ପାଣି ପାଇଁ ଡହକ ବିକଳ ହେଉଥିବା ଦେଖିବାକୁ ମିଳୁଛି। ଏଭଳିି ପରିସ୍ଥିତିରେ ପାନୀୟ ଜଳ ପ୍ରକଳ୍ପ ଅଚଳ ହେତୁ ଗ୍ରାମବାସୀ ବାଧ୍ୟ ହୋଇ କେତେଜଣ ବ୍ୟକ୍ତିଙ୍କ ଘରୁ ପାଣି ଆଣୁଛନ୍ତି। ଗ୍ରାମରେ ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ଏକ ସୋଲାର ଜଳ ପ୍ରକଳ୍ପ କରାଯାଇଥିଲା। ସୋଲାର ପ୍ଲେଟ ଲଗା ଯାଇଥିବା ବେଳେ ପାଣିଟାଙ୍କି ଲଗାଯାଇଥିଲା। ଫଳରେ ପାନୀୟ ଜଳ ସମସ୍ୟା ନ ଥିଲା। ଏବେ ପ୍ରକଳ୍ପ ଅଚଳ ହେତୁ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି । ଏନେଇ ଗ୍ରାମବାସୀ ସ୍ଥାନୀୟ ଜନପ୍ରତିନିଧିଙ୍କ ଠାରୁ ଆରମ୍ଭ କରି ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ ା ବୀରମହାରାଜପୁର ବିଡିଓ ମୋତିଲାଲ ସୁଲିଆ ସ୍ଥାନୀୟ ସରପଞ୍ଚଙ୍କୁ ଯଥାଶୀଘ୍ର ଏହି ପ୍ରକଳ୍ପ ମରାମତି କରି କାର୍ଯ୍ୟକ୍ଷମ କରିବାକୁ କହିଛନ୍ତି। ଯଥାଶୀଘ୍ର ଏହାକୁ କାର୍ଯ୍ୟକ୍ଷମ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri