୨ବର୍ଷ ହେଲା ସୋଲାର ଜଳପ୍ରକଳ୍ପ ଅଚଳ: ପିଇବା ପାଣି ପାଇଁ ହନ୍ତସନ୍ତ ତାରାପଦରବାସୀ

ଥୁଆମୂଳ ରାମପୁର,୧୬ା୧୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବପଦର ପଞ୍ଚାୟତର ତାରାପଦର ଗ୍ରାମରେ ଦୀର୍ଘ ଦୁଇବର୍ଷ ହେବ ସୋଲାର ପ୍ରକଳ୍ପ ଅଚଳ ହୋଇପଡିଛି। ଫଳରେ ଗାଁରେ ବସବାସ କରୁଥିବା ୮୦ରୁ ଊର୍ଦ୍ଧ୍ୱ ଆଦିବାସୀ ପରିବାର ପାଣି ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏମାନଙ୍କ ପାଇଁ ସରକାରଙ୍କ ପକ୍ଷରୁ ୨ଟି ନଳକୂପ ଖନନ କରାଯାଇଥିଲେ ମଧ୍ୟ ଏଥିରୁ ବାହାରୁଥିବା ପାଣି ଗ୍ରାମର ଗୁଡ଼ିପଡ଼ା, ସିଂଗ୍ରାପଡ଼ା, ସ୍କୁଲପଡ଼ା, ମଦନପଡ଼ାବାସୀଙ୍କ ଆବଶ୍ୟକତା ମେଣ୍ଟାଇ ପାରୁ ନ ଥିଲା। ଗ୍ରୀଷ୍ମ ଋତୁରେ ଏଠାକାର ଲୋକ ପାଣି ପାଇଁ ନାହିଁ ନ ଥିବା ଅସୁବିଧାରେ ସମ୍ମୁଖୀନ ହେଉଥିଲେ। ଏପରି କି ନାଳର ଦୂଷିତ ପାଣି ବ୍ୟବହାର କରୁଥିବା ନଜିର ରହିଛି। ଏହି ସମସ୍ୟାକୁ ଦୃଷ୍ଟିରେ ରଖି ବ୍ଲକ ଜଳ ଓ ପରିମଳ ବିଭାଗ ଦ୍ବାରା କିଛିବର୍ଷ ତଳେ ଲକ୍ଷାଧିକ ଟଙ୍କା ବ୍ୟୟ ଅଟକଳରେ ଏକ ସୋଲାର ଜଳପ୍ରକଳ୍ପ ସ୍ଥାପନ କରାଯାଇଥିଲା। ଏହି ପ୍ରକଳ୍ପଟି କିଛିମାସ ଠିକ ଚାଲିବା ପରେ ଦୁଇବର୍ଷ ହେଲା ଅଚଳ ହୋଇପଡିଛି। ଏ ନେଇ ଗ୍ରାମବାସୀ ବାରମ୍ବାର ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଅଭିଯୋଗ କରିଥିଲେ ସୁଦ୍ଧା ସୁଫଳ ପାଇ ନ ଥିବା କହିଛନ୍ତି। ଏ ସମ୍ପର୍କରେ ଜଳ ପରିମଳ ବିଭାଗ ଅଧିକାରୀ ମନ୍ମଥ ମୁର୍ମୁଙ୍କୁ ପଚାରିବାରୁ ଏ ସମସ୍ୟା ଉପରେ ମୁଁ ଅବଗତ ଅଛି। ସମସ୍ୟା କ’ଣ ହୋଇଛି ତଦାରଖ କରି ତୁରନ୍ତ ଏହାର ସମାଧାନ କରାଯିବ ବୋଲି କହିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ କରିବ ବଡ଼ ଆକ୍ରମଣ, ଡରିଲାଣି ଆମେରିକା!

ଓ଼୍ବାଶିଂଟନ,୧୯।୩: ଆମେରିକାର ଜାତୀୟ ଗୁପ୍ତଚର ନିର୍ଦ୍ଦେଶକ ତୁଲସୀ ଗାବାର୍ଡ ବୁଧବାର ପାକିସ୍ତାନକୁ ଆମେରିକା ସାମ୍ନା କରୁଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରମାଣୁ ବିପଦ ମଧ୍ୟରୁ ଗୋଟିଏ ଭାବରେ ଚିହ୍ନଟ…

ଜଙ୍ଗଲ ନିଆଁ ରୋକିବା ପାଇଁ ସାଇକେଲ ରାଲି: କଣ୍ଟେଇପଲ୍ଲୀ ଭିଏସଏସ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି

ଭଞ୍ଜନଗର,୧୯।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା। ଏହାକୁ…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri