ସୋଲାର ଜଳପ୍ରକଳ୍ପ ଅଧାପନ୍ତରିଆ

ଅମରପାଲି,୪ା୩(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଅନ୍ତର୍ଗତ କର୍ଣ୍ଣପାଲି ଗ୍ରାମରେ ଏବେ ଘୋର ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରୀଷ୍ମ ଆରମ୍ଭରୁ ଜଳକଷ୍ଟରେ ଥିବା ଏକ ଓ୍ବାର୍ଡ ବିଶିଷ୍ଟ ଏହି ଗାଁର ସମସ୍ୟା ପ୍ରତି କାହାର ଦଷ୍ଟି ପଡୁନାହିଁ। ପାରମ୍ପରିକ ଜଳାଶୟର ପାଣି କମିଗଲାଣି। ନିଜସ୍ବ ବାଡିରେ ଥିବା କୂଅର ପାଣି କେଉଁ ତଳକୁ ଚାଲିଗଲାଣି। ବୀରମହାରାଜପୁରରୁ ୨କି.ମି ଦୂରରେ ଅବସ୍ଥିତି ଏହି ଗାଁର ଜନସଂଖ୍ୟା ଏକ ହଜାରରୁ ଊର୍ଦ୍ଧ୍ୱ । ଏତେ ସଂଖ୍ୟକ ଲୋକଙ୍କ ପାଇଁ ଗ୍ରାମରେ ଦୁଇଟି ନଳକୂପ ରହିଛି। ସ୍ନାନଶୌଚଠାରୁ ପାନୀୟ ଯାଏ ଗ୍ରାମବାସୀ ଉକ୍ତ ନଳ ଉପରେ ନିର୍ଭର କରନ୍ତି। ହେଲେ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇ ଯାଇଥିବାରୁ ନଳକୂପଗୁଡିକରୁ ଏବେ ଆବଶ୍ୟକତାଠାରୁ କମ୍‌ ପାଣି ବାହାରୁଛି। ଫଳରେ ଲୋକେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। ଯେଉଁ କେତେଜଣଙ୍କ ନିଜସ୍ବ କୂଅ ରହିଛି ତାହାର ପାଣି ପର୍ଯ୍ୟାପ୍ତ ହେଉନାହିଁ ।
ଜଳଭାବକୁ ଆଖି ଆଗରେ ରଖି ୨୦୨୦-୨୧ ମସିହାରେ ପାନୀୟ ଉପଯୋଗୀ ପାଣି ବାହାରୁଥିବା ସ୍ଥାନରେ ବୋରିଙ୍ଗରୁ ସୋଲାର ସାହାଯ୍ୟରେ ଗାଁକୁ ପାନୀୟ ଜଳ ଯୋଗାଣ ପାଇଁ ବ୍ୟବସ୍ଥା କରାଯାଇଥିଲା। କିନ୍ତୁ ପ୍ରକଳ୍ପ ନିର୍ମାଣ ପାଇଁ ନିୟୋଜିତ ଠିକାଦାର ଏବଂ ବିଭାଗୀୟ କର୍ମଚାରୀଙ୍କ ଖାମଖିଆଲି ମନୋଭାବ ପାଇଁ ପ୍ରକଳ୍ପ ଅସମ୍ପୂର୍ଣ୍ଣ ରହିଛି। ପାଣି ଟାଙ୍କି, ସୋଲାର ପ୍ଲେଟ ଅପରିତ୍ୟକ୍ତ ଭାବେ ପଡି ରହିଛି। ଏ ନେଇ ବିଭାଗୀୟ ଯନ୍ତ୍ରୀ ମଞ୍ଜୁଲତା ଗୌଡଙ୍କୁ ପଚାରିବାରୁ ପ୍ରକଳ୍ପରେ କିଛି ତ୍ରୁଟି ନେଇ ଗ୍ରାମବାସୀ ଅଭିଯୋଗ କରିବା ପରେ କାମ ବନ୍ଦ ରହିଥିଲା। କିନ୍ତୁ ଏବେ ଖୁବ୍‌ଶୀଘ୍ର ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

ମା’ ଠାକୁରାଣୀଙ୍କ ଯାତ୍ରାରେ ନବମ ଦିନରେ ପ୍ରକମ୍ପିତ ଗୌଡ଼ ସାହି

ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ମା’ ଠାକୁରାଣୀଙ୍କ ଯାତ୍ରା ୯ମ ଦିନରେ ପହଞ୍ଚିଛି। ଏହି ୯ଦିନ ଧରି ଦାରିଙ୍ଗବାଡ଼ିି ଉତ୍ସବମୁଖର ହୋଇପଡ଼ିଥିବା ବେଳେ ପ୍ରତିଦିନ...

ନିର୍ବାଚନ ପାଇଁ କଡ଼ା ନଜର ରଖିଛି ପୋଲିସ

ଫୁଲନଖରା,୧ା୫(ସତ୍ୟ ରଞ୍ଜନ ଦାସମହାପାତ୍ର): ଆସନ୍ତା ନିର୍ବାଚନ ପରିପ୍ରେକ୍ଷୀରେ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ଜନସାଧାରଣଙ୍କ ମଧ୍ୟରେ ବିଶ୍ବାସ ସୃଷ୍ଟି କରିବା ପାଇଁ କଟକ ସଦର ଥାନା ପୋଲିସ...

ବିଧାୟକ ମୋହନ ଚରଣ ମାଝିଙ୍କୁ ଥାନା ଅଧିକାରୀଙ୍କ ଦୁର୍ବ୍ୟବହାର, ପ୍ରତିବାଦରେ ଥାନା ସମ୍ମୁଖରେ ବସିଲେ ଧାରଣା

କେନ୍ଦୁଝର,୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବିଧାୟକ ତଥା ସଦର ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝିଙ୍କୁ ସଦର ଥାନା ଆଇଆଇସିଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଥାନା...

ସୁନ୍ଦରଗଡ଼ ଲୋକ ସଭା ଆସନ ପାଇଁ ଜନାର୍ଦ୍ଦନ ଦେହୁରୀଙ୍କ ନାମାଙ୍କନପତ୍ର ଦାଖଲ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ଆସନ୍ତା ୨୦ ତାରିଖରେ ସୁନ୍ଦରଗଡ଼ ଜିଲାରେ ହେବ ଭୋଟ୍‌ ଗ୍ରହଣ। ଏଥି ନିମନ୍ତେ ବୁଧବାର ଥିବା ପ୍ରାର୍ଥିପତ୍ର ଦାଖଲର ଚତୁର୍ଥ ଦିବସ। ଏହି...

ଯୋଗେଶ ସିଂହଙ୍କ ନିର୍ବାଚନୀ ପ୍ରଚାର

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ବିଧାୟକ ପ୍ରାର୍ଥୀ ଯୋଗେଶ କୁମାର ସିଂହ ବୁଧବାର ଲେଫ୍ରିପଡ଼ା ବ୍ଲକ ଅନ୍ତର୍ଗତ ବଡ଼ବଙ୍ଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri