ବିକ୍ରି ହୋଇଥିବା ଶିଶୁ କନ୍ୟା ଉଦ୍ଧାର: ହସ୍ପିଟାଲ୍‌ରେ ଭର୍ତ୍ତି, ମାତ୍ର ୨୦ ହଜାରେ ଟଙ୍କାରେ…

ଟିଟିଲାଗଡ,୨୮।୭(ଶରତ ମିଶ୍ର): ଟିଟିଲାଗଡ଼ ବ୍ଲକରେ ବିକ୍ରି ହୋଇଥିବା ଶିଶୁ କନ୍ୟାକୁ ଉଦ୍ଧାର କରିଛି ଚାଇଲ୍ଡ ହେଲ୍ପ ଲାଇନ। ପାଇକମାଳରେ ପହଞ୍ଚି ଉଦ୍ଧାର କରିଛି l ଶିଶୁ କନ୍ୟାକୁ ବଲାଙ୍ଗୀର ଭୀମଭୋଇ ମେଡିକାଲ ଅଧିକ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଟିଟିଲାଗଡ଼ ବ୍ଲକର ବାଗଡେର ଗଁାର ଏକ ଅଭାବୀ ଦମ୍ପତି ନିଜ ଶିଶୁକନ୍ୟାକୁ ୨୦ ହଜାର ଟଙ୍କାରେ ଅନ୍ୟ ଏକ ଦମ୍ପତିଙ୍କ ହାତକୁ ଟେକିଦେଇଥିବା ଅଭିଯୋଗ ହୋଇଥିଲା। ଏ ସମ୍ପର୍କରେ ଖବର ମିଳିବା ପରେ ଜିଲା ଶିଶୁ ସୁରକ୍ଷା ୟୁନିଟ୍‌ ଏବଂ ଚାଇଲ୍ଡ ଲାଇନର ଏକ ଚାରି ଜଣିଆ ଟିମ୍‌ ଟିଟିଲାଗଡ଼ ଗସ୍ତ କରି ସମ୍ପୃକ୍ତ ଶିଶୁକନ୍ୟାର ବାପାଙ୍କୁ ପଚରାଉଚରା ପାଇଁ ଥାନାକୁ ଡକାଇଥିଲେ।
ମିଳିଥିବା ସୂଚନା ଅନୁଯାୟୀ, ବାଗଡେର ଗାଁର ଜଣେ ବ୍ୟକ୍ତିଙ୍କ ପୂର୍ବରୁ ଏକ ଝିଅ ଥିଲା। ନିକଟରେ ତାଙ୍କ ସ୍ତ୍ରୀ ଟିଟିଲାଗଡ଼ ହସ୍ପିଟାଲରେ ପୁଣି ଏକ ଶିଶୁକନ୍ୟା ଜନ୍ମ ଦେଇଥିଲେ। ମହିଳା ଜଣକ ଘରକୁ ଆସିବାର କିଛିଦିନ ପରେ ବରଗଡ଼ ଜିଲା ପଦ୍ମପୁର ସବ୍‌ଡିଭିଜନ ଅଧୀନ ପାଇକମାଳ ଗଁାର ସମ୍ପୃକ୍ତ ଦମ୍ପତିଙ୍କ ସହ କଥାବାର୍ତ୍ତା କରି ଶିଶୁକନ୍ୟାକୁ ବିକ୍ରି କରିଦେଇଥିବା ଅଭିଯୋଗ ହୋଇଥିଲା। ବିକ୍ରି କରିଥିବାନେଇ ଶିଶୁକନ୍ୟାର ମା’ବାପା ଏହାକୁ ସ୍ବୀକାର ମଧ୍ୟ କରିଛନ୍ତି। ଏହି ଦମ୍ପତି ଗରିବ ଶ୍ରେଣୀର ହୋଇଥିବାରୁ ଅଧିକାଂଶ ସମୟ ଦାଦନ ଖଟିବାକୁ ଯାଇଥାନ୍ତି। ସରକାର ଗରିବ ଲୋକଙ୍କ ପାଇଁ ଅନେକ ଉନ୍ନୟନମୂଳକ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ଏହାର ସୁଫଳ ପାଇବାରୁ ଉକ୍ତ ଦମ୍ପତି (ଶିଶୁକନ୍ୟାର ମା’ବାପା)ଙ୍କ ପରିବାର ବଞ୍ଚତ୍ତ ହୋଇଛନ୍ତି। ଭଙ୍ଗାଦଦରା ଘରେ ଅତି ଦୟନୀୟ ଭାବେ ଦିନ କାଟୁଥିବରୁ ଅଭାବରେ ନିଜ ଝିଅକୁ ବିକ୍ରି କରିବାକୁ ପଛାଇ ନାହାନ୍ତି ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ ଚୋରି କରି କମ୍‌ ଦାମ୍‌ରେ ବିକୁଥିଲେ ଅଭିଯୁକ୍ତ, ଧରିଲା ପୋଲିସ

ବଲାଙ୍ଗିର,୨।୨ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ପୁଇଁତଳା ଥାନା ପୋଲିସ ହାତରେ ଧରାପଡିଛନ୍ତି ବାଇକ ଚୋର । ଜଣେ ବାଇକ ଚୋର ସହିତ ଚୋର…

ଗଣିତ ନୋଟ୍‌ ବୁକ୍‌ ନେଇ ନଥିଲେ ବୋଲି ୩ୟ ଶ୍ରେଣୀ ଛାତ୍ରଙ୍କୁ ଲହୁଲୁହାଣ କଲେ ଶିକ୍ଷୟିତ୍ରୀ, ଡାକ୍ତରଖାନାରେ ହେଲେ ଭର୍ତ୍ତି

ଦାରିଙ୍ଗବାଡି, ୨ ।୨ (ଅରୁଣ ସାହୁ ): ଦଣ୍ଡମୁକ୍ତ ଅଞ୍ଚଳରେ ପ୍ରଚଣ୍ଡ ଦଣ୍ଡ ବ୍ୟବସ୍ଥା। ସାଧାରଣ ଗଣିତ ନୋଟ୍‌ ବୁକ୍‌ ଭୁଲିଯିବା ଓ ବିନା ନୋଟ୍‌ ବୁକ୍‌ରେ…

୧୫ ଫୁଟ୍‌ ପୋଲ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର, ହେଲ୍‌ପର

ଲାଞ୍ଜିଗଡ଼,୨।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶନାଥପୁର ଥାନା ଅନ୍ତର୍ଗତ ଢେପଗୁଡ଼ା ପୋଲରେ ପୁଣି ଏକ କୋଇଲା ବୋଝେଇ ଟ୍ରକ୍‌ ପୋଲ ତଳକୁ ଖସିପଡ଼ିଛି।…

କେନ୍ଦ୍ର ବଜେଟ୍‌ରେ ଇକୋ ଟୁରିଜିମ୍‌କୁ ଗୁରୁତ୍ୱ: ଋଷିକୂଲ୍ୟା ମୁହାଁଣରେ ହେବ…

ଗଞ୍ଜାମ,୨।୨(ବିଦ୍ୟାଧର ସାହୁ): ବିଶ୍ବ ପର୍ଯ୍ୟଟନ ମାନଚିତ୍ରରେ ସାମୁଦ୍ରିକ କଇଁଛ ବିରଳ ପ୍ରଜାତିର ଅଲିଭ ରିଡ୍‌ଲେଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ବତନ୍ତ୍ର ସ୍ଥାନ ପାଇଥିବା ଋଷିକୂଲ୍ୟା ମୁହାଁଣରେ ଇକୋ କରିଡର…

ବାଟରେ ଯାଉଥିବାବେଳେ ଦୁର୍ଘଟଣାରେ ଗୁରୁତରଙ୍କୁ ଦେଖି ଏମିତି କାମ କଲେ ସାମାଜିକ କର୍ମୀ

ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ସୋମବାରଜଣେ ସ୍କୁଟି ଚାଳକ ଗାଡିରୁ ନିୟନ୍ତ୍ରଣ ହରାଇ…

ନାବାଳିକାଙ୍କୁ ଅପହରଣ କରିନେଇ ହାତ ଗୋଡ ବାନ୍ଧି ଜଙ୍ଗଲରେ ଛାଡି ପଳାଇଲେ, ଶାରୀରିକ ସମ୍ପର୍କ ପାଇଁ…

ତୁମୁଡିବନ୍ଧ,୨।୨(ଦୀପକ କୁମାର ପରାସେଠ): ନାବାଳିକାଙ୍କୁ ଅପହରଣ କରି ହାତ ଗୋଡ ବାନ୍ଧି ଜଙ୍ଗଲରେ ଛାଡି ପଳାଇଲେ। ରାତି ଅନ୍ଧାର ଭିତରେ ଘଞ୍ଚ ଜଙ୍ଗଲରେ ଭୟରେ ଜୀବନ ବଞ୍ଚାଇ…

ମିଛ ପ୍ରମାଣପତ୍ର ଦେଖାଇ ବୁଲୁଛନ୍ତି ଅନୁପ୍ରବେଶକାରୀ: ଚିହ୍ନଟ କରି ବିତାଡିତ ପାଇଁ ଏସଡିପିଓଙ୍କୁ ଦାବି କଲେ…

ଦାରିଙ୍ଗବାଡି, ୨।୨ (ଅରୁଣ ସାହୁ ): କନ୍ଧମାଳ ଜିଲାର ବିଭିନ୍ନ ବ୍ଲକ ସମେତ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବଙ୍ଗଳାଦେଶୀ ଅନୁପ୍ରବେଶକାରୀ ବିଭିନ୍ନ ପ୍ରମାଣପତ୍ର ହାତେଇ ଘୂରିବୁଲୁଛନ୍ତି ।…

ପୋଲିସକୁ ସଫଳତା: ସିରିଜ ଚୋରି ଘଟଣାରେ ଜେଲ ଗଲେ ୫ ଅଭିଯୁକ୍ତ, ଜବତ ହେଲା ଏତେ ପରିମାଣର…

ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଇଲାକାରେ ଗତ ୧୫ ଦିନ ମଧ୍ୟରେ ୫ ରୁ ଉଦ୍ଧର୍‌ବ ଗ୍ରାମରେ ଘଟିଥିବା ରହସ୍ୟମୟ ସିରିଜ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri