ଅକ୍ସିଜେନ ସିଲିଣ୍ଡର ବଦଳରେ ସିଏନ୍‌ଜି ସିଲିଣ୍ଡର

ନୂଆଦିଲ୍ଲୀ,୨୬।୫: ଦେଶରେ କରୋନା ପ୍ରକୋପ ଜାରି ରହିଛି। କିଛି ସମୟର ବ୍ୟତିକ୍ରମ ପରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ବେକାବୁ ହେବାରେ ଲାଗିଛି। କରୋନା କାଳ ମଧ୍ୟରେ ଦେଶରେ କଳାବଜାରି ମଧ୍ୟ ବୃଦ୍ଧି ପାଇଛି। କରୋନା ଚିକିତ୍ସାରେ ବ୍ୟବହାର କରାଯାଉଥିବା ମେଡିସିନ୍‌, ଇଞ୍ଜେକ୍ସନ, ଅକ୍ସିଜେନ ଓ ଉପକରଣର କଳାବଜାରି ହେଉଥିବା ଘଟଣା ଅନେକ ଥର ନଜରକୁ ଆସିଛି। କେଉଁଟା ଅସଲି ଓ ନକଲି ତାହା ଜାଣିବା ଏବେ କଷ୍ଟକର ହୋଇପଡ଼ିଛି। କିଛି ଏଭଳି ଘଟଣା ଦେଖିବାକୁ ମିଳିଛି ଦିଲ୍ଲୀର ଶାହଦର ଜିଲାର ଜଗତପୁରୀରେ। ସୂଚନାଯୋଗ୍ୟ, ଜଗତପୁରୀରେ ରହୁଥିବା ମୋହିତ ଅରୋରାଙ୍କ ପିତା କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କୁ ନିଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ଅକ୍ସିଜେନର ଆବଶ୍ୟକତା ପଡ଼ିଥିଲା। ତେଣୁ ମୋହିତ ଅକ୍ସିଜେନର ଖାଲି ସିଲିଣ୍ଡିର କିଣିବାକୁ ବାହାରିଥିଲେ। ସେହି ସମୟରେ ସୋସିଆଲ ମିଡିଆରେ ଶାସ୍ତ୍ରୀ ପାର୍କର ଯମୁନା ଖାଦରରେ ରହୁଥିବା ମହମ୍ମଦ ଶକିଲ ଅକ୍ସିଜେନ ସଲିଣ୍ଡର ବିକ୍ରି କରୁଥିବା ନେଇ ସେ ଜାଣିବାକୁ ପାଇଥିଲେ। ସୋସିଆଲ ମିଡିଆରେ ଦିଆଯାଇଥିବା ନମ୍ବରରେ ମୋହିତ ମହମ୍ମଦଙ୍କୁ ସମ୍ପର୍କ କରିଥିଲେ। ଖାଲି ସିଲିଣ୍ଡର ପାଇଁ ମହମ୍ମଦ ମୋହିତଙ୍କୁ ୧୦ହଜାର ଟଙ୍କା ମାଗିଥିଲେ। ମୋହିତ ତାଙ୍କୁ ଟଙ୍କା ଦେଇ ସିଲିଣ୍ଡର ନେବା ପରେ ସେଥିରେ ଅକ୍ସିଜେନ ଭରିବାକୁ ଯାଇଥିଲେ। ହେଲେ ସେଠାରେ ଏହା ଅକ୍ସିଜେନ ସିଲିଣ୍ଡର ନୁହେଁ ବରଂ ସିଏନ୍‌ଜି ସିଲିଣ୍ଡର ବୋଲି ଜାଣିବାକୁ ପାଇଥିଲେ। ଯେଉଁଥିରେ ଅକ୍ସିଜେନ ଭର୍ତ୍ତି କରାଯାଇପାରିବନାହିଁ। ଏନେଇ ମୋହିତ ଜଗତପୁରୀ ଥାନାରେ ଅଭିଯୋଗ କରିବା ସହ ମହମ୍ମଦଙ୍କ ନାଁରେ ମାମଲା ରୁଜୁ କରିଥିଲେ। ଏହାପରେ ପୋଲିସ ମହମ୍ମଦଙ୍କୁ ଗିରଫ କରି ଘଟଣାର ତଦନ୍ତ ଚଳାଇଛି। ତେବେ ୧୫ଶହ ଟଙ୍କାରେ ସିଏନ୍‌ଜି ସିଲିଣ୍ଡର କିଣି ମୋହିତଙ୍କୁ ୧୦ ହଜାର ଟଙ୍କାରେ ବିକ୍ରି କରିଥିବା ନେଇ ପୋଲିସ ସମ୍ମୁଖରେ ମହମ୍ମଦ ସ୍ବୀକାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri