୨ହଜାର ଟଙ୍କାରେ ଦୁଇ ପିଲାଙ୍କୁ ବିକିଥିଲେ

ନୀଳଗିରି,୨୩।୯(ସ୍ବ.ପ୍ର): ଦାରିଦ୍ର୍ୟର କଷାଘାତରେ ଏକ ଦମ୍ପତି ସେମାନଙ୍କ ଦୁଇ ଶିଶୁଙ୍କୁ ମାତ୍ର ୨ ହଜାର ଟଙ୍କାରେ ଜଣେ ବ୍ୟକ୍ତିଙ୍କୁ ବିକ୍ରି କରିଦେବା ଘଟଣା ପଦାକୁ ଆସିଛି। ଏହା ଜଣାପଡ଼ିବା ପରେ ସାଧାରଣରେ ଉତ୍ତେଜନା ପ୍ରକାଶ ପାଇଛି। ଗୁରୁବାର ପୋଲିସ ପହଞ୍ଚି ଶିଶୁ ଦ୍ୱୟଙ୍କୁ ଉଦ୍ଧାର କରିବା ସହ ଚାଇଲ୍ଡଲାଇନ୍‌ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରିଛି। ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ଏହି ଘଟଣା ଚର୍ଚ୍ଚାର ବିଷୟ ହୋଇଛି।
ସୂଚନା ଅନୁଯାୟୀ, ଔପଦା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଅସ୍ତିଆ ପାଟଣା ଗାଁର ଶ୍ୟାମ ହାଁସଦାଙ୍କ ଦୁଇ ସ୍ତ୍ରୀ ଥିଲେ। ଦୁଇ ସ୍ତ୍ରୀଙ୍କ ଦୁଇ ପୁତ୍ର ସନ୍ତାନ ଥିଲେ। ତେବେ ପ୍ରଥମ ସ୍ତ୍ରୀଙ୍କ ମୃତ୍ୟୁ ପରେ ବର୍ଷକ ତଳେ ଶ୍ୟାମ ତାଙ୍କର ଗୋଟିଏ ପୁଅକୁ ନୀଳଗିରି ଏନ୍‌ଏସି ଅଧୀନ ୧ନଂ. ୱାର୍ଡର ଷ୍ଟେଟ୍‌ ବ୍ୟାଙ୍କ ନିକଟରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ୧ହଜାର ଟଙ୍କାରେ ବିକ୍ରି କରିଦେଇଥିଲେ। ପରେ ଶ୍ୟାମ ରୋଗାଗ୍ରସ୍ତ ହୋଇ ପଡ଼ିଥିଲେ। ତାଙ୍କ ଚିକିତ୍ସା ପାଇଁ ଅର୍ଥ ଅଭାବରୁ ଦ୍ୱିତୀୟ ସ୍ତ୍ରୀ ପାନ ହାଁସଦା ଅନ୍ୟ ଏକ ୮ବର୍ଷର ପୁଅକୁ ମଧ୍ୟ ସେହି ବ୍ୟକ୍ତିଙ୍କୁ ହଜାରେ ଟଙ୍କାରେ ବିକ୍ରି କରିଦେଇଥିଲେ। ଗତ କିଛି ମାସ ତଳେ ଶ୍ୟାମଙ୍କ ମଧ୍ୟ ମୃତ୍ୟୁ ହୋଇଥିଲା। ତେବେ ଗୁରୁବାର

ପାନ ହାଁସଦା ଏହି ପିଲା ବିକ୍ରି କଥା ଗାଁ ଲୋକଙ୍କୁ ଜଣାଇବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା। ଶତାଧିକ ଲୋକ ଏକତ୍ରିତ ହୋଇ ପିଲା କିଣିଥିବା ବ୍ୟକ୍ତିଙ୍କ ଘରକୁ ଯାଇ ଗୋଟିଏ ପୁଅକୁ ଉଦ୍ଧାର କରିଥିଲେ। ପରେ ନୀଳଗିରି ପୋଲିସ ପହଞ୍ଚିି ଅନ୍ୟ ଜଣଙ୍କୁ ଉଦ୍ଧାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP

ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର…

ଶ୍ରାବଣରେ ଏହି ୩ ଗ୍ରହଙ୍କ ଚାଲିରେ ହେବ ବଡ଼ ପରିବର୍ତ୍ତନ, ୪ ରାଶିଙ୍କ ବଢ଼ିପାରେ ସମସ୍ୟା! ରୁହନ୍ତୁ ସତର୍କ…

ଶ୍ରାବଣ ମାସରେ ଭଗବାନ ଶିବଙ୍କୁ ପୂଜା କରାଯାଏ। ଏହି ମାସରେ ମହାଦେବଙ୍କ ବିଶେଷ ପୂଜାର୍ଚ୍ଚନା ଏବଂ ଜଳାଭିଷେକର ବିଧାନ ରହିଛି। ଦୃକ ପଞ୍ଚାଙ୍ଗ ଅନୁସାରେ, ଏହି ବର୍ଷ…

ପୁଅ ନେଲା ବାପାଙ୍କ ଜୀବନ

କୁଚିଣ୍ଡା,୨୮।୭(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ଧୂଡିପାଲି ପଞ୍ଚାୟତ ମନାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ପୁଅର…

ଶ୍ରାବଣ ସୋମବାର ପାଇଁ ଅଛି କି ସ୍ୱତନ୍ତ୍ର ଡ୍ରେସ କୋଡ? ଜାଣନ୍ତୁ ଜିନ୍ସ-ଟିସାର୍ଟ ପିନ୍ଧି ପୂଜା କରିପାରିବେ କି ନାହିଁ…

ସନାତନ ଧର୍ମରେ ଶ୍ରାବଣ ମାସକୁ ଅତ୍ୟନ୍ତ ପବିତ୍ର, ମଙ୍ଗଳକାରୀ ଏବଂ ଆଧ୍ୟାତ୍ମିକ ଦୃଷ୍ଟିକୋଣରୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ଏହି ମାସ ଭଗବାନ ଶିବଙ୍କୁ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

ଘରୁ ମା’, କେନାଲରୁ ଝିଅ: ଏକାସାଥିରେ ମିଳିଲା ଦୁଇ ମୃତଦେହ, ରହସ୍ୟମୟ ଘଟଣାରେ ଥରହର ଅଞ୍ଚଳ

ଉଦଳା, ୨୮।୭(ସନ୍ତୋଷ କୁମାର ବାଛିନୀ): ଘରୁ ମିଳିଲା ମା ଏବଂ ଦିବ୍ୟାଙ୍ଗ ଝିଅର ମୃତଦେହ । ଯାହା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଉଦଳା…

ଲଗାଣ ବର୍ଷାରେ ଗ୍ରାମବାସୀ ଜଳବନ୍ଦୀ

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡିଛି ଉଦଳା। ଏପରି କି କପ୍ତିପଦା ଉପଖଣ୍ଡ ଉଦଳା, କପ୍ତିପଦା ଏବଂ ଗୋପବନ୍ଧୁନଗର ବ୍ଲକ ଅଞ୍ଚଳରେ ମଧ୍ୟ…

କୋଟିଆରେ ଚାଲୁଥିବା SIR-୨୦୨୬ କାର୍ଯ୍ୟକ୍ରମର ସମୀକ୍ଷା କଲେ ଉପ-ଶାସନ ସଚିବ, ଦେଲେ ଏଭଳି ନିର୍ଦ୍ଦେଶ

ପଟ୍ଟାଙ୍ଗି, ୨୮।୭(ଶରତ କୁମାର ଧଳ): କୋରାପୁଟ ଜିଲା ଗସ୍ତରେ ଆସିଥିବା ଉପ-ଶାସନ ସଚିବ ଜିତେନ୍ଦ୍ର କୁମାର ପାତ୍ର ଜିଲାର ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତରେ ପହଞ୍ଚିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri