ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ଯବାନଙ୍କ ଅନ୍ତିମ ସଂସ୍କାର;ଶ୍ରଦ୍ଧାଞ୍ଜଳି ଦେଲେ ବ୍ଲକ୍‌, ପୋଲିସ ପ୍ରଶାସନ

ଦିଗପହଣ୍ଡି,୮ା୪ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ ଅନ୍ତର୍ଗତ ଆମ୍ବଗାଁର ବି.ସୁରେନ୍ଦ୍ର ରେଡ୍ଡୀଙ୍କ ପୁଅ ପବିତ୍ର ରେଡ୍ଡୀ(୩୪) ପଞ୍ଜାବର ଭତିଣ୍ଡା ସେନା କ୍ୟାମ୍ପସରେ ସିପାହୀ ଭାବେ କାର୍ଯ୍ୟରତ ଥିବା ବେଳେ ରବିବାର ସେ ଆକସ୍ମିକ ଅସୁସ୍ଥ ହୋଇପଡ଼ିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିଲା। ସେ ଦୀର୍ଘ ୧୪ ବର୍ଷ ଧରି ଭାରତୀୟ ସ୍ଥଳ ସେନା ବାହିନୀରେ ସିପାହୀ ଭାବେ ଦେଶସେବାରେ ନିୟୋଜିତ ଥିବା ବେଳେ ତାଙ୍କ ସ୍ତ୍ରୀ ସାନଖେମୁଣ୍ଡି ବ୍ଲକ୍‌ ସୁମନ୍ତପୁର ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟରତ ଅଛନ୍ତି। ରବିବାର ଯବାନ ପବିତ୍ର ହଠାତ୍‌ ଅସୁସ୍ଥ ଅନୁଭବ କରିବାରୁ ସେଠାରେ ଉପସ୍ଥିତ ସାଥୀ ସହକର୍ମୀମାନେ ତାଙ୍କୁ ଆର୍ମି ମେଡ଼ିକାଲରେ ଭର୍ତ୍ତି କରିଥିଲେ। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଖବର ପାଇ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡ଼ିବା ସହ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ତାଙ୍କର ପାର୍ଥିବ ଶରୀର ମଙ୍ଗଳବାର ଅପରାହ୍ନରେ ଏକ ସୁସଜ୍ଜିତ ସେନା ବାହିନୀ ଗାଡ଼ିରେ ପହଞ୍ଚିବା ପରେ ଏକ ବିଶାଳ ଶୋଭାଯାତ୍ରା ଗ୍ରାମ ପରିକ୍ରମା କରିଥିଲା। ସହିଦ ଯବାନ ପବିତ୍ର ଅମର ରହେ ଧ୍ୱନିରେ ଗ୍ରାମ ପ୍ରକମ୍ପିତ ହୋଇଥିଲା। ସାନଖେମୁଣ୍ଡି ବ୍ଲକ୍‌ ବିଡ଼ିଓ ଜିତେନ୍ଦ୍ର କୁମାର ମିଶ୍ର, ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ, ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରାଙ୍କ ସମେତ ସ୍ଥାନୀୟ ସରପଞ୍ଚ ପ୍ରତିନିଧି ଦେବରାଜ ସେଠୀ, ସମିତି ସଭ୍ୟ କାଳୁ ଚରଣ ଭୂୟାଁ ଏବଂ ଅଞ୍ଚଳର ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଅନ୍ତିମ ଶୋଭାଯାତ୍ରା ରେ ଉପସ୍ଥିତ ରହିବା ସହ ଶବାଧାରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଏହାପରେ ଗ୍ରାମ ଶ୍ମଶାନ ରେ ସେନା ବାହିନୀ ପକ୍ଷରୁ ବୀର ଯବାନ ପବିତ୍ରଙ୍କୁ ଗାର୍ଡ ଅଫ ଅନର ଦିଆଯାଇ ଅନ୍ତିମ ସଂସ୍କାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri