Posted inଜାତୀୟ

ଇଦ୍‌ରେ ଘରକୁ ଆସିଥିବା ଯବାନ ଅପହରଣ

ଜମ୍ମୁ,୩।୮: ଇଦ୍‌ରେ ଘରକୁ ଆସିଥିବା ଜବାନଙ୍କୁ ଆତଙ୍କବାଦୀମାନେ ରବିବାର ସନ୍ଧ୍ୟାରେ ଅପହରଣ କରିନେଇଛନ୍ତି। ଏଥିସହ ଯବାନଙ୍କ ଗାଡ଼ିକୁ ମଧ୍ୟ ଆତଙ୍କବାଦୀମାନେ ପୋଡ଼ି ଦେଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ସୂଚନାଯୋଗ୍ୟ, ୧୬୨ ଟେରିଟୋରିଆଲ ଆର୍ମିରେ ଦକ୍ଷିଣ କଶ୍ମୀରର ବାଲାପୁରରେ ୧୨ସେକ୍ଟର ହେଡକ୍ୱାର୍ଟରରେ ମୁତୟନ ଥିବା ଶାକିର ମଞ୍ଜୁର ଇଦ୍‌ ଅବସରରେ ଛୁଟିରେ ଘରକୁ ଆସିଥିଲେ। ରବିବାର ସନ୍ଧ୍ୟାରେ ଜିଲାର ରାମଭାମା ଅଞ୍ଚଳରେ ଥିବା ଯବାନ ଶାକିରଙ୍କ ଘରେ ଆତଙ୍କବାଦୀମାନେ ପହଞ୍ଚିଥିଲେ। ସେଠାରୁ ତାଙ୍କୁ ଜବରଦସ୍ତି ଅପହରଣ କରିନେବା ସହ ସାଙ୍ଗରେ ଘରକୁ ନେଇଥିବା ଗାଡ଼ିରେ ମଧ୍ୟ ଆତଙ୍କବାଦୀମାନେ ନିଆଁ ଲଗାଇଦେଇଥିଲେ। ପରେ ପରିବାର ଲୋକ ଏନେଇ ପୋଲିସରେ ଅଭିଯୋଗ କରିଥିଲେ। ଏହାପରେ ସୁରକ୍ଷାକର୍ମୀ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରିଥିଲେ। ସୂଚନା ମୁତାବକ, ଅଗଷ୍ଟ ୫ରେ ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ହଟାଯିବାର ପ୍ରଥମ ବାର୍ଷିକି ହେଉଥିବା ବେଳେ ଏହାପୂର୍ବରୁ ଘାଟିରେ ଆତବାଦୀମାନେ ବଡ଼ଧରଣର ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଛନ୍ତି। ମିଳିଥିବା ଗୁଇନ୍ଦା ବିଭାଗର ସୂଚନା ଅନୁସାରେ ସୀମା ଆରପାରିରୁ ସେନା, ପୋଲିସ ଓ ଏସ୍‌ପିଙ୍କୁ ଟାର୍ଗେଟ କରିବାକୁ ତାଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri