Posted inଜାତୀୟ

ଇଦ୍‌ରେ ଘରକୁ ଆସିଥିବା ଯବାନ ଅପହରଣ

ଜମ୍ମୁ,୩।୮: ଇଦ୍‌ରେ ଘରକୁ ଆସିଥିବା ଜବାନଙ୍କୁ ଆତଙ୍କବାଦୀମାନେ ରବିବାର ସନ୍ଧ୍ୟାରେ ଅପହରଣ କରିନେଇଛନ୍ତି। ଏଥିସହ ଯବାନଙ୍କ ଗାଡ଼ିକୁ ମଧ୍ୟ ଆତଙ୍କବାଦୀମାନେ ପୋଡ଼ି ଦେଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ସୂଚନାଯୋଗ୍ୟ, ୧୬୨ ଟେରିଟୋରିଆଲ ଆର୍ମିରେ ଦକ୍ଷିଣ କଶ୍ମୀରର ବାଲାପୁରରେ ୧୨ସେକ୍ଟର ହେଡକ୍ୱାର୍ଟରରେ ମୁତୟନ ଥିବା ଶାକିର ମଞ୍ଜୁର ଇଦ୍‌ ଅବସରରେ ଛୁଟିରେ ଘରକୁ ଆସିଥିଲେ। ରବିବାର ସନ୍ଧ୍ୟାରେ ଜିଲାର ରାମଭାମା ଅଞ୍ଚଳରେ ଥିବା ଯବାନ ଶାକିରଙ୍କ ଘରେ ଆତଙ୍କବାଦୀମାନେ ପହଞ୍ଚିଥିଲେ। ସେଠାରୁ ତାଙ୍କୁ ଜବରଦସ୍ତି ଅପହରଣ କରିନେବା ସହ ସାଙ୍ଗରେ ଘରକୁ ନେଇଥିବା ଗାଡ଼ିରେ ମଧ୍ୟ ଆତଙ୍କବାଦୀମାନେ ନିଆଁ ଲଗାଇଦେଇଥିଲେ। ପରେ ପରିବାର ଲୋକ ଏନେଇ ପୋଲିସରେ ଅଭିଯୋଗ କରିଥିଲେ। ଏହାପରେ ସୁରକ୍ଷାକର୍ମୀ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରିଥିଲେ। ସୂଚନା ମୁତାବକ, ଅଗଷ୍ଟ ୫ରେ ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ହଟାଯିବାର ପ୍ରଥମ ବାର୍ଷିକି ହେଉଥିବା ବେଳେ ଏହାପୂର୍ବରୁ ଘାଟିରେ ଆତବାଦୀମାନେ ବଡ଼ଧରଣର ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଛନ୍ତି। ମିଳିଥିବା ଗୁଇନ୍ଦା ବିଭାଗର ସୂଚନା ଅନୁସାରେ ସୀମା ଆରପାରିରୁ ସେନା, ପୋଲିସ ଓ ଏସ୍‌ପିଙ୍କୁ ଟାର୍ଗେଟ କରିବାକୁ ତାଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri