ଆଇଇଡି ବୋମା ବିସ୍ଫୋରଣରେ ଯବାନ ଶହୀଦ

ରାଉଲକେଲା,୧୧।୧୦(ସଂଗୀତା ଜେନା): ଓଡ଼ିଶା-ଝାଡଖଣ୍ଡ ସୀମାରେ ଚାଲୁଥିବା ସନ୍ଧାନ ଅଭିଯାନ ସମୟରେ ଘଟିଥିବା ବିସ୍ଫୋରଣ ଘଟଣାରେ ଏକ ସିଆରପିଏଫ ଯବାନ ଶହୀଦ ହୋଇଥିବା ଖବର ପରେ ସୁରକ୍ଷା ବଳ ଓ ଅଞ୍ଚଳ ଭିତରେ ଶୋକର ଛାୟା ଖେଳିଯାଇଛି। ଏହି ଘଟଣା ଝାଡଖଣ୍ଡର ପଶ୍ଚିମ ସିଂହଭୂମି ଜିଲାର ଜରାଇକେଲା ଥାନା ଅଧୀନ ସାରଣ୍ଡା ଜଙ୍ଗଲ ଅନ୍ତର୍ଗତ ବାବୁଦେରା ଅଞ୍ଚଳରେ ଶୁକ୍ରବାର ଘଟିଥିଲା। ସୂତ୍ର ଅନୁସାରେ, ସିଆରପିଏଫ ୬୦ ବାଟାଲିୟନ ଦ୍ୱାରା ଏହି ଅଞ୍ଚଳରେ ଗତ ଶୁକ୍ରବାରଠାରୁ ସନ୍ଧାନ କାର୍ଯ୍ୟ ଅସମ୍ର ରାଜ୍ୟବାସୀ ଯବାନ ମହେନ୍ଦ୍ର ଲଷ୍କର ଗୁରୁତର ଭାବେ ଆହତ ହୋଇଥିଲେ ଓ ପରେ ଚିକିତ୍ସା ସମୟରେ ଶହୀଦ ହୋଇଯାଇଥିଲେ। ଖବର ଅନୁସାରେ, ଶୁକ୍ରବାର ସନ୍ଧ୍ୟାରେ ମାଓବାଦୀମାନଙ୍କ ପ୍ରସ୍ତୁତ ବିସ୍ଫୋରଣରେ ୬୦ ବାଟାଲିୟନର ଇନ୍ସପେକ୍ଟର କୌଶଳ କୁମାର ମିଶ୍ର ଗୁରୁତର ଆହତ ହୋଇଥିଲେ। ତା’ପରେ ରାତିରେ ଦ୍ୱିତୀୟ ଆଇଇଡି ବିସ୍ଫୋରଣ ଘଟିଥିଲା, ଯେଉଁଥିରେ ରାମକୃଷ୍ଣ ଗାଗରାଇ ଓ ମହେନ୍ଦ୍ର ଲଷ୍କର ଆହତ ହୋଇଥିଲେ। ରାଉରକେଲାର ଏକ ବେସରକାରୀ ହସ୍ପିଟାଲରେ ସ୍ଥାନାନ୍ତର କରାଯାଇଥିବା ଦୁଇଜଣଙ୍କ ମଧ୍ୟରୁ ମହେନ୍ଦ୍ର ଲଷ୍କର ଚିକିତ୍ସା ସମୟରେ ଜୀବନ ହାରିଥିଲେ। ଘଟଣା ପରେ ସାରଣ୍ଡା ଜଙ୍ଗଲ ଓ ସୀମାଞ୍ଚଳରେ ଅତିରିକ୍ତ ସୁରକ୍ଷା ବଳ ନିୟୋଜିତ କରି ତଲାସି ଅଭିଯାନକୁ ଆହୁରି ତୀବ୍ର କରାଯାଇଛି। ସିଆରପିଏଫର ବରିଷ୍ଠ ଅଫିସରମାନେ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିର ସମୀକ୍ଷା କରୁଛନ୍ତି। ଶହୀଦ ମହେନ୍ଦ୍ର ଲଷ୍କରଙ୍କ ପାର୍ଥିବ ଶରୀରକୁ ତାଙ୍କ ଜନ୍ମଭୂମି ଅସମ୍ରକୁ ପଠାଇବା ପାଇଁ ପ୍ରସ୍ତୁତି ଚାଲିଛି। ଅପର ପକ୍ଷରେ ଅନ୍ୟତମ ଆହତ ଗାଗରାଇଙ୍କ ବଡ଼ଭାଇ ତଥା ଝାଡଖଣ୍ଡର ବିଧାୟକ ଶନିବାର ସକାଳେ ସେକ୍ଟର ୧୯ ଆପୋଲୋ ହସ୍ପିଟାଲ ପହଞ୍ଚିଥିବା ସୂଚନା ମିଳିଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅନ୍‌ଲାଇନରେ ବୁକ୍ କରିହେବ ପୂର୍ତ୍ତ ବିଭାଗର ଡାକବଙ୍ଗଳା; ଲଞ୍ଚ୍ ହେଲା ପୋର୍ଟାଲ

ଭୁବନେଶ୍ୱର,୨୮ା୧: ପର୍ଯ୍ୟଟକ ଏବଂ ସରକାରୀ ଅଧିକାରୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ବିଭିନ୍ନ ପର୍ଯ୍ୟଟନ ସ୍ଥାନରେ ଡାକବଙ୍ଗଳା ନିର୍ମାଣ କରିଛନ୍ତି। ଏଣିକି ପୂର୍ତ୍ତ ବିଭାଗର ଡାକବଙ୍ଗଳା ବା…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

ପତ୍ନୀଙ୍କଠାରୁ ଅଲଗା ହେବେ ଗୌରବ ଖନ୍ନା! ପ୍ରଶଂସକଙ୍କ ବଢ଼ିଲା ଚିନ୍ତା 

ମୁମ୍ବାଇ: ପୁଣି ଚର୍ଚ୍ଚାରେ ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌ ବିଜେତା ତଥା ଅଭିନେତା ଗୌରବ ଖନ୍ନା। ଶୋ’ରେ ପତ୍ନୀଙ୍କ ପ୍ରତି ଥିବା ଭଲପାଇବାକୁ ନେଇ ସେ ଖବର…

ପାଇଖାନା ଯାଇଥିବା ବେଳେ ପଡ଼ିଗଲା କାନ୍ଥ, ଅକାଳରେ ଚାଲିଗଲା ଜୀବନ

ପାଇକମାଳ,୨୮ା୧( ବଡ ଶତପଥୀ) : ବରଗଡ଼ ଜିଲା ପାଇକମାଳ ବ୍ଲକ୍ ମାଣ୍ଡୋସିଲ ଗାଁରେ ଅଭାବନୀୟ ଘଟଣା । ମଙ୍ଗଳବାର ଭୋର ୫ଟାରେ ପାଇଖାନା କାନ୍ଥ ପଡ଼ି ଜଣେ…

ନବନିର୍ମାଣ କୃଷକ ସଙ୍ଗଠନର ଓଡ଼ିଶା ବନ୍ଦ ଡାକରା, ଥୁଆମୂଳ ରାମପୁରରେ ମିଶ୍ରିତ ପ୍ରଭାବ

ଥୁଆମୂଳ ରାମପୁର, ୨୮ା୧ (ଦୁର୍ଗା କୀର୍ତ୍ତି): ରାଜ୍ୟରେ ଧାନ ବିକ୍ରିରେ ଅବ୍ୟବସ୍ଥା, ସ୍ମାର୍ଟ ମିଟର ନାମରେ ଟାଟା ପାୱାରର ଶୋଷଣ ଏବଂ ପରିବହନ କ୍ଷେତ୍ରରେ ମାତ୍ରାଧିକ ଜରିମାନା…

IPL ୨୦୨୬ରେ ଏସବୁ ଖେଳାଳିଙ୍କୁ ମିଳିପାରେ ସୁଯୋଗ: ତାଲିକାରେ ଷ୍ଟିଭ୍ ସ୍ମିଥ୍, ଉମେଶ ଯାଦବ

ମୁମ୍ବାଇ,୨୮ା୧: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ର ଆଗାମୀ ସିଜିନ୍ ଆଉ କିଛିଦିନ ପରେ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ବିସିସିଆଇ ପକ୍ଷରୁ ‘ରେଜିଷ୍ଟର୍ଡ ଆଭେଲେବଲ୍ ପ୍ଲେୟାର…

ଯୋଗାଣ ମନ୍ତ୍ରୀଙ୍କ କଡ଼ା ତାଗିଦ, ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ ଦେଢ଼ଗୁଣା…

ଭୁବନେଶ୍ବର,୨୮ା୧:  ମୃତକଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ କଡ଼ା ତାଗିଦ କଲେ ଯୋଗାଣ ମନ୍ତ୍ରୀ । ମୃତକଙ୍କ ନାଁରେ ଚାଉଳ ଉଠାଉଥିଲେ ଆକ୍ସନ୍ ହେବ କହିଛନ୍ତି କୃଷ୍ଣଚନ୍ଦ୍ର…

୩୦ ବର୍ଷ ପରେ ଅସ୍ତ ହେବେ ଶନି, ହୋଲି ପରେ ଖୋଲିବ ଏହି ୩ ରାଶିର ଭାଗ୍ୟ

ନଅଟି ଗ୍ରହ ମଧ୍ୟରୁ ଗୋଟିଏ ଶନି ମହାରାଜଙ୍କୁ ନ୍ୟାୟ, ଶୃଙ୍ଖଳା ଏବଂ ଦାୟିତ୍ୱର କାରକ ବୋଲି ବିବେଚନା କରାଯାଏ। ଏହା ବ୍ୟକ୍ତିର ଜୀବନର ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri