ଆଇଇଡି ବୋମା ବିସ୍ଫୋରଣରେ ଯବାନ ଶହୀଦ

ରାଉଲକେଲା,୧୧।୧୦(ସଂଗୀତା ଜେନା): ଓଡ଼ିଶା-ଝାଡଖଣ୍ଡ ସୀମାରେ ଚାଲୁଥିବା ସନ୍ଧାନ ଅଭିଯାନ ସମୟରେ ଘଟିଥିବା ବିସ୍ଫୋରଣ ଘଟଣାରେ ଏକ ସିଆରପିଏଫ ଯବାନ ଶହୀଦ ହୋଇଥିବା ଖବର ପରେ ସୁରକ୍ଷା ବଳ ଓ ଅଞ୍ଚଳ ଭିତରେ ଶୋକର ଛାୟା ଖେଳିଯାଇଛି। ଏହି ଘଟଣା ଝାଡଖଣ୍ଡର ପଶ୍ଚିମ ସିଂହଭୂମି ଜିଲାର ଜରାଇକେଲା ଥାନା ଅଧୀନ ସାରଣ୍ଡା ଜଙ୍ଗଲ ଅନ୍ତର୍ଗତ ବାବୁଦେରା ଅଞ୍ଚଳରେ ଶୁକ୍ରବାର ଘଟିଥିଲା। ସୂତ୍ର ଅନୁସାରେ, ସିଆରପିଏଫ ୬୦ ବାଟାଲିୟନ ଦ୍ୱାରା ଏହି ଅଞ୍ଚଳରେ ଗତ ଶୁକ୍ରବାରଠାରୁ ସନ୍ଧାନ କାର୍ଯ୍ୟ ଅସମ୍ର ରାଜ୍ୟବାସୀ ଯବାନ ମହେନ୍ଦ୍ର ଲଷ୍କର ଗୁରୁତର ଭାବେ ଆହତ ହୋଇଥିଲେ ଓ ପରେ ଚିକିତ୍ସା ସମୟରେ ଶହୀଦ ହୋଇଯାଇଥିଲେ। ଖବର ଅନୁସାରେ, ଶୁକ୍ରବାର ସନ୍ଧ୍ୟାରେ ମାଓବାଦୀମାନଙ୍କ ପ୍ରସ୍ତୁତ ବିସ୍ଫୋରଣରେ ୬୦ ବାଟାଲିୟନର ଇନ୍ସପେକ୍ଟର କୌଶଳ କୁମାର ମିଶ୍ର ଗୁରୁତର ଆହତ ହୋଇଥିଲେ। ତା’ପରେ ରାତିରେ ଦ୍ୱିତୀୟ ଆଇଇଡି ବିସ୍ଫୋରଣ ଘଟିଥିଲା, ଯେଉଁଥିରେ ରାମକୃଷ୍ଣ ଗାଗରାଇ ଓ ମହେନ୍ଦ୍ର ଲଷ୍କର ଆହତ ହୋଇଥିଲେ। ରାଉରକେଲାର ଏକ ବେସରକାରୀ ହସ୍ପିଟାଲରେ ସ୍ଥାନାନ୍ତର କରାଯାଇଥିବା ଦୁଇଜଣଙ୍କ ମଧ୍ୟରୁ ମହେନ୍ଦ୍ର ଲଷ୍କର ଚିକିତ୍ସା ସମୟରେ ଜୀବନ ହାରିଥିଲେ। ଘଟଣା ପରେ ସାରଣ୍ଡା ଜଙ୍ଗଲ ଓ ସୀମାଞ୍ଚଳରେ ଅତିରିକ୍ତ ସୁରକ୍ଷା ବଳ ନିୟୋଜିତ କରି ତଲାସି ଅଭିଯାନକୁ ଆହୁରି ତୀବ୍ର କରାଯାଇଛି। ସିଆରପିଏଫର ବରିଷ୍ଠ ଅଫିସରମାନେ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିର ସମୀକ୍ଷା କରୁଛନ୍ତି। ଶହୀଦ ମହେନ୍ଦ୍ର ଲଷ୍କରଙ୍କ ପାର୍ଥିବ ଶରୀରକୁ ତାଙ୍କ ଜନ୍ମଭୂମି ଅସମ୍ରକୁ ପଠାଇବା ପାଇଁ ପ୍ରସ୍ତୁତି ଚାଲିଛି। ଅପର ପକ୍ଷରେ ଅନ୍ୟତମ ଆହତ ଗାଗରାଇଙ୍କ ବଡ଼ଭାଇ ତଥା ଝାଡଖଣ୍ଡର ବିଧାୟକ ଶନିବାର ସକାଳେ ସେକ୍ଟର ୧୯ ଆପୋଲୋ ହସ୍ପିଟାଲ ପହଞ୍ଚିଥିବା ସୂଚନା ମିଳିଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ବିଶ୍ୱାସରେ ବିଷ: ୧୮ ଲକ୍ଷ ଟଙ୍କାର ଋଣ ଜାଲିଆତି, ମହିଳାଙ୍କୁ ବାନ୍ଧିଲା ତାରସିଂ ପୋଲିସ

ଭଞ୍ଜନଗର, ୧୯।୩ (ବାବୁଲା ପ୍ରଧାନ): ବିଶ୍ୱାସରେ ଦେଲେ ବିଷ । ସାଙ୍ଗସାଥୀ ଓ ପଡ଼ୋଶୀ ମହିଳାଙ୍କ ନାମରେ ବ୍ୟାଙ୍କରୁ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ଋଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ଦିଗପହଣ୍ଡିରେ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ କର୍ମଶାଳା ଉଦଯାପିତ: ପ୍ରଭାବଶାଳୀ ଶିକ୍ଷାଦାନ ପାଇଁ…

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ…

ଚଷାନିମଖଣ୍ଡି ସରକାରୀ ହାଇସ୍କୁଲର ବାର୍ଷିକୋତ୍ସବ: ମନ ଜିଣିଲା ନାଟକ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଚଷାନିମଖଣ୍ଡି ଗ୍ରାମ ସରକାରୀ ହାଇସ୍କୁଲ ପରିସରରେ ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri