ନିଜ ସର୍ଭିସ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ

ନୂଆପଡ଼ା,୧୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଭିତରେ ଥିବା ଢେକୁନପାଣି ସିଆର୍‌ପିଏଫ୍‌ କ୍ୟାମ୍ପରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ନିଜ ସର୍ଭିସ ବନ୍ଧୁକରୁ ଗୁଳିକରି ଜଣେ ଯବାନ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ୨୧୬ ବାଟାଲିୟନରେ କାର୍ଯ୍ୟ କରୁଥିବା ଖଡିଆଳ ଥାନା ସାନମହେଶ୍ୱର ପଞ୍ଚାୟତ ଘରଧରା ଗାଁର ଗୋପୀନାଥ ଶବର। ସୂଚନା ଅନୁଯାୟୀ ପୂର୍ବାହ୍ନ ୧୧ଟା ସମୟରେ ହଠାତ୍‌ ଗୋପୀନାଥ ନିଜ ଏକେ ୪୭ ବନ୍ଧୁକରୁ ଗୁଳି କରି ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ହେଲେ ସେ କେଉଁ କାରଣରୁ ଆତ୍ମହତ୍ୟା କରିଛନ୍ତି ତାହା ଅସ୍ପଷ୍ଟ ରହିଛି। ଖବର ପାଇ ତାଙ୍କ ସ୍ତ୍ରୀ ଘଟଣାସ୍ଥଳକୁ ଯାଇଛନ୍ତି। ଉଚ୍ଚସ୍ତରୀୟ ପୋଲିସ ଅଧିକାରୀ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରୁଛନ୍ତି। ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଛି। ରାତି ହୋଇଯିବାରୁ ଶନିବାର ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ। ଘଟଣାସ୍ଥଳ ଓ ଅନ୍ୟାନ୍ୟ ସ୍ଥାନରେ ତଦନ୍ତ ଜାରି ରହିଛି ବୋଲି ଜିଲା ଆରକ୍ଷୀ ଅଧୀକ୍ଷକ ଅମ୍ରିତପାଲ ସିଂ କହିଛନ୍ତି ା

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

ଅବସର ନେଲେ ରାଜେନ୍ଦ୍ର କୁମାର, କେଏସୟୁବିର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ କୁମୁନ୍ଦ ମହାପାତ୍ର

ଭଞ୍ଜନଗର,୩୧।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷ ପଦବୀରୁ ଶନିବାର ଅବସର ନେଇଛନ୍ତି। ଏନେଇ ସନ୍ଧ୍ୟାରେ…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri