Posted inଜାତୀୟ

ସମାଧାନ ରାସ୍ତାରେ ହୁଏ ନାହିଁ: ଅମିତ ଶାହା

ନୂଆଦିଲ୍ଲୀ,୧୪।୧୨: ମହାରାଷ୍ଟ୍ର ଏବଂ କର୍ନାଟକ ମଧ୍ୟରେ ଚାଲିଥିବା ସୀମା ବିବାଦ ମଧ୍ୟରେ ବୁଧବାର ଦିଲ୍ଲୀର ସଂସଦ ଗୃହରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସହ ବୈଠକରେ କର୍ନାଟକ ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇ ଏବଂ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଉପସ୍ଥିତ ଥିଲେ। ଏହି ବୈଠକରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ମଧ୍ୟ ସାମିଲ ହୋଇଥିଲେ।
ବୈଠରେ ଅମିତ ଶାହା କହିଛନ୍ତି, ରାଜନୈତିକ ବିରୋଧ ଯାହା ବି ହୋଇପାରେ, ଉଭୟ ରାଜ୍ୟର ନେତା ଏହାକୁ ରାଜନୈତିକ ପ୍ରସଙ୍ଗ କରିବା ଉଚିତ ନୁହେଁ। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ଆମେ ଅପେକ୍ଷା କରିବା ଉଚିତ୍‌। ଏହାକୁ ରାଜନୈତିକ ପ୍ରସଙ୍ଗ ନ କରିବାରେ କଂଗ୍ରେସ, ଏନସିପି ଏବଂ ଉଦ୍ଧବ ଠାକରେଙ୍କ ଗୋଷ୍ଠୀ ସହଯୋଗ କରିବେ। ମାମଲାର ସମାଧାନ ପାଇଁ ଏକ କମିଟି ଗଠନ କରାଯାଇଛି। ରାସ୍ତାରେ ବିବାଦର ସମାଧାନ ହୁଏ ନାହିଁ। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପର୍ଯ୍ୟନ୍ତ କୌଣସି ରାଜ୍ୟ ପରସ୍ପରକୁ ଦୋଷ ଦେଇପାରିବେ ନାହିଁ। କମିଟି ଏବଂ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ଅପେକ୍ଷା କରନ୍ତୁ।
ଶାହା ଆହୁରି ମଧ୍ୟ କହିଛନ୍ତି, ଉଭୟ ମୁଖ୍ୟମନ୍ତ୍ରୀ ଏକ ସକାରାତ୍ମକ ଆଭିମୁଖ୍ୟ ରଖିଛନ୍ତି। ସମ୍ବିଧାନ ଅନୁଯାୟୀ ମାମଲାର ସମାଧାନ କରାଯାଇପାରିବ ବୋଲି ଉଭୟ ସହମତ ହୋଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ହୋଇଥିବାରୁ ମୁଁ ଉଭୟ ରାଜ୍ୟର ବିରୋଧୀଦଳର ନେତାମାନଙ୍କୁ ମଧ୍ୟ ନିବେଦନ କରୁଛି ଯେ, ଏହି ପ୍ରସଙ୍ଗକୁ ସେମାନେ ରାଜନୈତିକ ରଙ୍ଗ ନ ଦେଇ ସହଯୋଗ କରିବେ।
ସୂଚନାଯୋଗ୍ୟ, ମହାରାଷ୍ଟ୍ର କର୍ନାଟକର ପାଞ୍ଚଟି ଜିଲାର ୮୬୫ଟି ଗ୍ରାମ ନିଜର ବୋଲି ଦାବି କରୁଛି। ଏହି ମାମଲା ସର୍ବୋଚ୍ଚ ନ୍ୟାୟାଳୟରେ ଅଛି। ନିକଟରେ ସୀମା ବିବାଦକୁ ନେଇ ଉଭୟ ରାଜ୍ୟରେ ଅନେକ ଆଲୋଡ଼ନ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri