ଏସ୍‌ଏଲ୍‌ବିସି ବୈଠକରେ ଯୋଗଦେଲେ ସୋମା ଶଙ୍କର

ଭୁବନେଶ୍ୱର,୨୬।୨: ୟୁକୋ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୋମା ଶଙ୍କର ପ୍ରସାଦ ନିକଟରେ ପ୍ରଥମ ଥର ପାଇଁ ୨ଦିନିଆ ଭୁବନେଶ୍ୱର ଗସ୍ତରେ ଆସିଥିଲେ। ଏହି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ଏବଂ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଡେଭେଲପମେଣ୍ଟ କମିଶନରଙ୍କୁ ମଧ୍ୟ ସେ ସାକ୍ଷାତ କରିଥିଲେ। ସେହିଭଳି ନିକଟରେ ଅନୁଷ୍ଠିତ ହୋଇଥିବା ଏସ୍‌ଏଲ୍‌ବିସିର ୧୬୫ ଏବଂ ୧୬୬ତମ ବୈଠକରେ ସେ ଅଧ୍ୟକ୍ଷତା କରିଥିଲେ। ଓଡ଼ିଶାର ଜନସାଧାରଣ ଏବଂ ବିଶେଷ ଭାବେ ବ୍ୟାଙ୍କ କର୍ମଚାରୀଙ୍କ ପାଇଁ ନିଆଯାଇଥିବା ଟିକାକରଣ ପଦକ୍ଷେପ ନିମନ୍ତେ ସୋମା ଶଙ୍କର ଓଡ଼ିଶା ସରକାରଙ୍କୁ ଗଭୀର କୃତଜ୍ଞତା ଜଣାଇଥିଲେ। ସେହିପରି ବାର୍ଷିକ ଋଣ ଯୋଜନାରେ ସଫଳତା ହାସଲ କରିବାକୁ ସେ ବ୍ୟାଙ୍କ ପ୍ରତିନିଧିମାନଙ୍କୁ ଅନୁରୋଧ କରିଥିଲେ। ଅପରପକ୍ଷରେ ଏନ୍‌ପିଏ ରିକଭରିରେ ସେ ବ୍ୟାଙ୍କ କର୍ମଚାରୀଙ୍କୁ ସହଯୋଗ କରିବା ପାଇଁ ଓଡ଼ିଶା ସରକାରଙ୍କ ଲାଇନ ଡିପାର୍ଟମେଣ୍ଟକୁ ନିର୍ଦ୍ଦେଶ ଦିଆଯାଉ ବୋଲି ସରକାରଙ୍କ ପ୍ରତିନିଧିମାନଙ୍କୁ ଅନୁରୋଧ କରିଥିଲେ। ଏହି ପରିପ୍ରେକ୍ଷୀରେ ସେ ପୁରୀ ମୁଖ୍ୟ ଶାଖା, ଅଶୋକା ମାର୍କେଟ ଶାଖା, ସଚିବାଳୟ ଶାଖା, ରସୁଲଗଡ଼ ଶାଖା ଆଦି ପରିଦର୍ଶନ କରିଥିଲେ। ଏହି ଅବସରରେ ସେ କେତେଜଣ ଯୋଗ୍ୟ ଗ୍ରାହକଙ୍କର ବିଜ୍‌ନେସ୍‌ ୟୁନିଟ୍‌ଗୁଡ଼ିକୁ ପରିଦର୍ଶନ କରିଥିଲେ। ଆର୍ଥିକ ବର୍ଷ ୨୦୨୨-୨୩ ରେ ୟୁକୋ ବ୍ୟାଙ୍କ ପକ୍ଷରୁ ୨୦୦ ନୂତନ ଶାଖା ଖୋଲାଯିବାର ଯୋଜନା ରହିଛି ବୋଲି ସୋମା ଶଙ୍କର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ପରିଶେଷରେ ସେ ବ୍ୟାଙ୍କର ଅବସରପ୍ରାପ୍ତ କର୍ମଚାରୀ ପ୍ରତିନିଧି ଏବଂ ରାଜ୍ୟ ସଂଘ ପ୍ରତିନିଧିଙ୍କ ସହ ସାକ୍ଷାତ କରିଥିଲେ। ଭୁବନେଶ୍ୱର, ବାଲେଶ୍ୱର ଏବଂ ସମ୍ବଲପୁର ଅଞ୍ଚଳର ଆଞ୍ଚଳିକ ମୁଖ୍ୟଙ୍କ ଉପସ୍ଥିତିରେ ସେ ସହରର ଶାଖା ମୁଖ୍ୟମାନଙ୍କୁ ସମ୍ବୋଧିତ କରିଥିଲେ। ସେ ଉତ୍ତମ ଗ୍ରାହକ ସେବା, ଗୁଣାତ୍ମକ ବ୍ୟବସାୟିକ ଅଭିବୃଦ୍ଧି ଏବଂ ଲାଭଦାୟକତା ଉପରେ ଗୁରୁତ୍ୱାରୋପ କରିବା ସହ ଏସ୍‌ବିଆଇ ଜୀବନ ବୀମା ଉତ୍ପାଦରେ ସର୍ବୋତ୍ତମ ପ୍ରଦର୍ଶନ କରିଥିବା ଶାଖା ମୁଖ୍ୟମାନଙ୍କୁ ଅଭିନନ୍ଦନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri