ତିର୍ତ୍ତୋଲ ବିଧାୟକଙ୍କ ନାଁରେ ଏତଲା ଦେଲେ ସୋମାଲିକା

ଜଗତ୍‌ସିଂହପୁର ଅଫିସ,୧୯।୬: ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ (୩୦) ଓ ତାଙ୍କ ପ୍ରେମିକା ତଥା ସ୍ଥାନୀୟ ଦେଉଳୀ ଗ୍ରାମେଶ୍ୱର ଗ୍ରାମର ସଂଗ୍ରାମ କିଶୋର ଦାଶଙ୍କ ଝିଅ ସୋମାଲିକା ଦାଶ (୨୯)ଙ୍କ ବିବାହ ପ୍ରସଙ୍ଗ ଏବେ ଭିନ୍ନ ମୋଡ଼ ନେଇଛି। ଶନିବାର ସୋମାଲିକା ଜଗତ୍‌ସିଂହପୁର ଥାନାରେ ବିଧାୟକ ଦାସଙ୍କ ସମେତ ମାନସ ଦାସ, ଦିଲୀପ କୁମାର ଦାସ, ସୁଜିତ କୁମାର ଦାସ, ତୁଷାର ବିଶ୍ୱାଳ, ସରୋଜ ସ୍ବାଇଁ, ବସନ୍ତ ମହାପାତ୍ର, ମନୋଜ ଭୋଇ ଓ ଅନ୍ୟମାନଙ୍କ ନାଁରେ ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗ ଅନୁଯାୟୀ, ଶୁକ୍ରବାର ଉଭୟେ ଜଗତ୍‌ସିଂହପୁର ଜିଲା ସବ୍‌-ରେଜିଷ୍ଟ୍ରାର(ଡିଏସ୍‌ଆର୍‌)ଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ ବିବାହ କରିବାର ଥିଲା। ଏହି ଅନୁଯାୟୀ ସେ ସମ୍ପର୍କୀୟମାନଙ୍କ ସହ ଡିଏସ୍‌ଆର୍‌ଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ ଅପେକ୍ଷା କରିଥିଲେ। କିନ୍ତୁ ବିଧାୟକ ଦାସ ଆସି ନ ଥିଲେ। ଏ ସମ୍ପର୍କରେ ବିଧାୟକଙ୍କ ମୋବାଇଲକୁ କଲ୍‌ କରିଥିଲେ ସୁଦ୍ଧା ସେ ଉଠାଇ ନ ଥିଲେ। ବାଧ୍ୟହୋଇ ବିଧାୟକଙ୍କ ସମ୍ପର୍କୀୟମାନଙ୍କୁ ଏ ବିଷୟରେ ପଚାରିବାରୁ ସେମାନେ ଦୁର୍ବ୍ୟବହାର କରିଥିଲେ ବୋଲି ସୋମାଲିକା ଅଭିଯୋଗ କରିଛନ୍ତି। ବିବାହ ତାରିଖ ସ୍ଥିର ହୋଇନାହିଁ। ଏହାକୁ ପଞ୍ଜୀକରଣ କରିବା ପାଇଁ ହୋଇଥିବା ଆବେଦନ ଅନୁଯାୟୀ, ଆଉ ୬୦ ଦିନ ବାକି ଥିବାରୁ ତା’ ଭିତରେ ବିବାହ ହେବ ବୋଲି ବିଧାୟକ ଦାସ କହିଥିଲେ। ମାତ୍ର ସୋମାଲିକା ଏଥିରେ ସନ୍ତୁଷ୍ଟ ହୋଇନାହାନ୍ତି। ଏ ସମ୍ପର୍କରେ ଆଇଆଇସି ପ୍ରଭାସ ଚନ୍ଦ୍ର ସାହୁ କହିଛନ୍ତି, ଅଭିଯୋଗ ଉପରେ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା ଚାଲିଛି ଏବଂ ଖୁବ୍‌ଶୀଘ୍ର ପରବର୍ତ୍ତୀ ପଦକ୍ଷେପ ସମ୍ପର୍କରେ ନିଷ୍ପତ୍ତି ନିଆଯିବ।
ଉଭୟେ ବିବାହ କରିବାକୁ ନିଷ୍ପତ୍ତି ନେଇ ମେ’ ୧୭ରେ ଜଗତ୍‌ସିଂହପୁର ଡିଏସ୍‌ଆର୍‌ଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ ଆବେଦନ କରିଥିଲେ। ଏହି ଆବେଦନ ପରେ ଆଇନ ଅନୁଯାୟୀ, କାହାର କୌଣସି ଆପତ୍ତି ଅଭିଯୋଗର ଶୁଣାଣି ପାଇଁ ୩୦ ଦିନ ପର୍ଯ୍ୟନ୍ତ ସମୟ ଦିଆଯାଇଥିଲା। ଅଭିଯୋଗ ନ ଥିଲେ ୩୧ରୁ ୯୦ ଦିନ ମଧ୍ୟରେ ବିବାହ କରାଯାଇପାରିବ ବୋଲି ଡିଏସ୍‌ଆର୍‌ଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଥିଲା।
ଶୁକ୍ରବାର ୩୧ ଦିନ ହୋଇଥିବାରୁ ବିବାହ ପାଇଁ ସୋମାଲିକା ସମ୍ପର୍କୀୟମାନଙ୍କ ସହ ଆସି ଡିଏସ୍‌ଆର୍‌ଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ସକାଳୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ବିଧାୟକ ଦାସଙ୍କୁ ଅପେକ୍ଷା କରି ନିରାଶ ହୋଇ ଫେରିଥିଲେ। ଏ ସମ୍ପର୍କରେ ସୋମାଲିକା କହିଛନ୍ତି, କୋର୍ଟରେ ଆବେଦନ କରିବା ପରଠାରୁ ସେ ଏକାଧିକ ଥର ବିଧାୟକ ଦାସଙ୍କ ସହ କଥା ହୋଇଛନ୍ତି। ଏହାପରେ ବିବାହ ପାଇଁ ଶୁକ୍ରବାର ଦିନ ଧାର୍ଯ୍ୟ ହୋଇଥିଲା। ଗତ ୧୬ ତାରିଖରେ ମଧ୍ୟ ଏ ବାବଦରେ ବିଧାୟକ ଦାସଙ୍କ ପରିବାର ସଦସ୍ୟଙ୍କ ସହ ଆଲୋଚନା ହୋଇଥିଲା। ଶୁକ୍ରବାର ବିବାହ ପରେ ରାତିରେ ରିଙ୍ଗ ସେରିମନି ହେବ ବୋଲି ସ୍ଥିର ହୋଇଥିଲା। କିନ୍ତୁ ବିଧାୟକ ଦାସ କୋର୍ଟରେ ପହଞ୍ଚତ୍ ନ ଥିଲେ। ପୂର୍ବରୁ ସେ ବିଧାୟକ ଦାସଙ୍କ ନାଁରେ ଜଗତ୍‌ସିଂହପୁର ଥାନା ଓ ଏସ୍‌ପିଙ୍କ ନିକଟରେ ଅଭିଯୋଗ କରିଥିଲେ। ଉଭୟ ପରିବାର ସଦସ୍ୟଙ୍କ ମଧ୍ୟରେ ଆପୋସ ବୁଝାମଣା ଭିତ୍ତିରେ ବିବାହ ପାଇଁ ସହମତି ପ୍ରକାଶ ପାଇଥିଲା। ମାତ୍ର ବିଧାୟକ ଦାସ ପ୍ରତିଶ୍ରୁତି ପୂରଣ କରି ନ ଥିବାରୁ ଏହି ମାମଲା ପୁନଃ ଚାଲୁ କରିବେ ବୋଲି ସୋମାଲିକା ଗଣମାଧ୍ୟମରେ ଶୁକ୍ରବାର ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri