ନ୍ୟାୟ ପାଇଁ ଜୟନାରାୟଣଙ୍କୁ ଭେଟିଲେ ସୋମାଲିକା

ଭୁବନେଶ୍ୱର,୨୦।୨(ବ୍ୟୁରୋ): ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ପ୍ରେମ ସମ୍ପର୍କ ଓ ବିବାହ ପ୍ରତିଶ୍ରୁତି ମାମଲାରେ ପୂର୍ଣ୍ଣଚ୍ଛେଦ ପଡ଼ୁନାହିଁ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଗତ ୬ ତାରିଖରୁ ଜଗତ୍‌ସିଂହପୁର ଥାନା ପୋଲିସ ବିଧାୟକ ଦାସଙ୍କ ନାମରେ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ଏଭଳିସ୍ଥିତିରେ ନ୍ୟାୟ ପାଇଁ ପ୍ରେମିକା ସୋମାଲିକା ଦାଶ ରବିବାର ବିରୋଧୀ ଦଳ ନେତା ତଥା ବିଧାୟକ ଜୟନାରାୟଣ ମିଶ୍ରଙ୍କୁ ଭେଟିଛନ୍ତି। ବିଜୟଶଙ୍କର ଦେଇଥିବା ନିର୍ଯାତନା ଘଟଣାରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ଏହି ପ୍ରସଙ୍ଗକୁ ବିଧାନସଭାରେ ଉଠାଇବାକୁ ସେ ତାଙ୍କୁ ଅନୁରୋଧ କରିଛନ୍ତି। ସୋମାଲିକାଙ୍କ କଥା ଶୁଣି ଜୟନାରାୟଣ ସାହାଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଥିବା ସୂଚନା ମିଳିଛି। ସୋମାଲିକା ଗଣମାଧ୍ୟମକୁ କହିଛନ୍ତି, ସବୁ ପ୍ରମାଣ ସତ୍ତ୍ୱେ ବିଜୟଶଙ୍କର ଶାସକ ବିଜେଡିର ସଦସ୍ୟ ହୋଇଥିବାରୁ ତାଙ୍କୁ ଘଣ୍ଟ ଘୋଡ଼ାଯାଉଛି। ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉନାହିଁ। ମୁଁ କେବଳ ପୋଲିସ ଓ କୋର୍ଟରେ ଚକର କାଟୁଛି। ଏତଲା ପଞ୍ଜୀକୃତ ହେବାକୁ ୯ ମାସ ସମୟ ଲାଗିଗଲା। ହାଇକୋର୍ଟଙ୍କ ନିର୍ଦ୍ଦେଶରେ ହୋଇଥିବା ମାମଲାକୁ ୨୧ ଦିନ ପୂରିଥିଲେ ମଧ୍ୟ ପୋଲିସ ଏଯାଏ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉନି। ବିଜେଡିରେ ତ ସମସ୍ତେ କ୍ଲିନ୍‌। ନ୍ୟାୟ ପାଇଁ ବିରୋଧୀ ଦଳ ନେତାଙ୍କୁ ଭେଟିବା ସହ ବିଧାନସଭାରେ ପ୍ରସଙ୍ଗ ଉଠାଇବାକୁ ଅନୁରୋଧ କରିଛି। ଜୟନାରାୟଣ ମୋତେ ନ୍ୟାୟ ଦେଇପାରିବେ ବୋଲି ଆଶା ରଖିଥିବା ସୋମାଲିକା କହିଛନ୍ତି।
ସୂଚନାଯୋଗ୍ୟ, ଗତ ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଧାୟକ ଦାସଙ୍କ ସହ ସୋମାଲିକାଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଚର୍ଚ୍ଚା ସୃଷ୍ଟି ହୋଇଥିଲା। ପରେ ଉଭୟଙ୍କ ବିବାହ ସ୍ଥିର ହୋଇଥିଲା। ୨୦୨୨ ମେ ୧୭ରେ ଜଗତ୍‌ସିଂହପୁର ସ୍ବତନ୍ତ୍ର ବିବାହ ଅଧିକାରୀ (ଡିଏସ୍‌ଆର୍‌)ଙ୍କ କୋର୍ଟରେ ସେମାନେ ବିବାହ ପାଇଁ ଆବେଦନ କରିଥିଲେ। କିନ୍ତୁ ନିର୍ଦ୍ଧାରିତ ତାରିଖରେ ସୋମାଲିକା ଡିଏସ୍‌ଆର୍‌ଙ୍କ କାର୍ଯ୍ୟାଳୟରେ ବିବାହ ପାଇଁ ପହଞ୍ଚତ୍ଥିଲେ। ସକାଳୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସେ ସେଠାରେ ଅପେକ୍ଷା କରିଥିଲେ ମଧ୍ୟ ବିଧାୟକ ବିଜୟଶଙ୍କର ଆସି ନ ଥିଲେ। ଏହାପରେ ସୋମାଲିକା ହାଇକୋର୍ଟଙ୍କ ଆଶ୍ରୟ ନେଇଥିଲେ। ପୋଲିସ ମାମଲା ରୁଜୁ କରିବା ପରେ ସୋମାଲିକାଙ୍କ ବୟାନ ରେକର୍ଡ ସହ ଡାକ୍ତରୀମାଇନା କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

କାଲି ବର୍ଷର ଶେଷ ଅମାବାସ୍ୟା, ଭୂଲରେ ବି ଏ କାମ ଜମା କରନ୍ତୁନି, ନ ହେଲେ…

ହିନ୍ଦୁ ଧର୍ମରେ, ଅମାବାସ୍ୟା ତିଥିର ବିଶେଷ ମହତ୍ତ୍ୱ ରହିଛି, ଏବଂ ଯେତେବେଳେ ବର୍ଷର ଶେଷ ଅମାବାସ୍ୟା ଆସେ, ଏହାର ଗୁରୁତ୍ୱ ଆହୁରି ବୃଦ୍ଧି ପାଏ। ଶାସ୍ତ୍ରରେ,...

ମାତ୍ର ୧୦୦ଟଙ୍କାରୁ ଆରମ୍ଭ ଟିକେଟ, ଇଡେନ ଗାର୍ଡେନରେ ଟି-୨୦ ବିଶ୍ୱକପ ଦେଖିବାକୁ ଚାହୁଁଥିଲେ ଜାଣିରଖନ୍ତୁ ପୂରା ପ୍ରାଇସ

ନୂଆଦିଲ୍ଲୀ,୧୮।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ସମୟରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ମ୍ୟାଚ ପାଇଁ ଟିକେଟ ମୂଲ୍ୟ ପ୍ରକାଶ ପାଇଛି। କ୍ରିକେଟ...

‘ଆପଣଙ୍କ ସହ ସାକ୍ଷାତ ପରେ ଲାଗିଲା ଯେମିତି ଭଗବାନଙ୍କ ଦର୍ଶନ ମିଳିଗଲା’, ଓମାନରେ ମୋଦିଙ୍କ ସହ ସାକ୍ଷାତ ପରେ…

ମସ୍କଟ,୧୮।୧୨: ବୁଧବାର ଓମାନର ମସ୍କଟରେ ଏକ ହୋଟେଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ବାଗତ କରିଥିଲେ। ଶହ ଶହ ଲୋକ ଭାରତୀୟ...

ପ୍ରବଳ ବର୍ଷା, ତୁଷାରପାତ ସହ ଶୀତଳ ଲହରୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ସବୁ ସ୍ଥାନରେ…

ନୂଆଦିଲ୍ଲୀ,୧୮।୧୨: ସାରା ଦେଶରେ ପାଗ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି, ଏବଂ ଆଗାମୀ ୨୪ରୁ ୪୮ ଘଣ୍ଟା ଅନେକ ରାଜ୍ୟ ପାଇଁ ଚ୍ୟାଲେଞ୍ଜିଂ ସାବ୍ୟସ୍ତ ହୋଇପାରେ।...

୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ

ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬...

ଆରଏସଏସର ସାଧାରଣ ସମ୍ପାଦକ ଦତ୍ତାତ୍ରେୟଙ୍କ ବିବାଦୀୟ ବୟାନ, କହିଲେ ମୁସଲମାନ ନଦୀକୁ ପୂଜା କରନ୍ତୁ…

ନୂଆଦିଲ୍ଲୀ,୧୮।୧୨: ଡିସେମ୍ବର ୧୭, ୨୦୨୫ ରେ, ଗୋରଖପୁରର ଖୋରାବାରରେ ଥିବା ମାଲବ୍ୟ ନଗର ଶ୍ରୀରାମ ବସ୍ତି ଖେଳପଡ଼ିଆରେ ଏକ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ରାଷ୍ଟ୍ରୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri