ନ୍ୟାୟ ପାଇଁ ଜୟନାରାୟଣଙ୍କୁ ଭେଟିଲେ ସୋମାଲିକା

ଭୁବନେଶ୍ୱର,୨୦।୨(ବ୍ୟୁରୋ): ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ପ୍ରେମ ସମ୍ପର୍କ ଓ ବିବାହ ପ୍ରତିଶ୍ରୁତି ମାମଲାରେ ପୂର୍ଣ୍ଣଚ୍ଛେଦ ପଡ଼ୁନାହିଁ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଗତ ୬ ତାରିଖରୁ ଜଗତ୍‌ସିଂହପୁର ଥାନା ପୋଲିସ ବିଧାୟକ ଦାସଙ୍କ ନାମରେ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ଏଭଳିସ୍ଥିତିରେ ନ୍ୟାୟ ପାଇଁ ପ୍ରେମିକା ସୋମାଲିକା ଦାଶ ରବିବାର ବିରୋଧୀ ଦଳ ନେତା ତଥା ବିଧାୟକ ଜୟନାରାୟଣ ମିଶ୍ରଙ୍କୁ ଭେଟିଛନ୍ତି। ବିଜୟଶଙ୍କର ଦେଇଥିବା ନିର୍ଯାତନା ଘଟଣାରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ଏହି ପ୍ରସଙ୍ଗକୁ ବିଧାନସଭାରେ ଉଠାଇବାକୁ ସେ ତାଙ୍କୁ ଅନୁରୋଧ କରିଛନ୍ତି। ସୋମାଲିକାଙ୍କ କଥା ଶୁଣି ଜୟନାରାୟଣ ସାହାଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଥିବା ସୂଚନା ମିଳିଛି। ସୋମାଲିକା ଗଣମାଧ୍ୟମକୁ କହିଛନ୍ତି, ସବୁ ପ୍ରମାଣ ସତ୍ତ୍ୱେ ବିଜୟଶଙ୍କର ଶାସକ ବିଜେଡିର ସଦସ୍ୟ ହୋଇଥିବାରୁ ତାଙ୍କୁ ଘଣ୍ଟ ଘୋଡ଼ାଯାଉଛି। ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉନାହିଁ। ମୁଁ କେବଳ ପୋଲିସ ଓ କୋର୍ଟରେ ଚକର କାଟୁଛି। ଏତଲା ପଞ୍ଜୀକୃତ ହେବାକୁ ୯ ମାସ ସମୟ ଲାଗିଗଲା। ହାଇକୋର୍ଟଙ୍କ ନିର୍ଦ୍ଦେଶରେ ହୋଇଥିବା ମାମଲାକୁ ୨୧ ଦିନ ପୂରିଥିଲେ ମଧ୍ୟ ପୋଲିସ ଏଯାଏ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉନି। ବିଜେଡିରେ ତ ସମସ୍ତେ କ୍ଲିନ୍‌। ନ୍ୟାୟ ପାଇଁ ବିରୋଧୀ ଦଳ ନେତାଙ୍କୁ ଭେଟିବା ସହ ବିଧାନସଭାରେ ପ୍ରସଙ୍ଗ ଉଠାଇବାକୁ ଅନୁରୋଧ କରିଛି। ଜୟନାରାୟଣ ମୋତେ ନ୍ୟାୟ ଦେଇପାରିବେ ବୋଲି ଆଶା ରଖିଥିବା ସୋମାଲିକା କହିଛନ୍ତି।
ସୂଚନାଯୋଗ୍ୟ, ଗତ ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଧାୟକ ଦାସଙ୍କ ସହ ସୋମାଲିକାଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଚର୍ଚ୍ଚା ସୃଷ୍ଟି ହୋଇଥିଲା। ପରେ ଉଭୟଙ୍କ ବିବାହ ସ୍ଥିର ହୋଇଥିଲା। ୨୦୨୨ ମେ ୧୭ରେ ଜଗତ୍‌ସିଂହପୁର ସ୍ବତନ୍ତ୍ର ବିବାହ ଅଧିକାରୀ (ଡିଏସ୍‌ଆର୍‌)ଙ୍କ କୋର୍ଟରେ ସେମାନେ ବିବାହ ପାଇଁ ଆବେଦନ କରିଥିଲେ। କିନ୍ତୁ ନିର୍ଦ୍ଧାରିତ ତାରିଖରେ ସୋମାଲିକା ଡିଏସ୍‌ଆର୍‌ଙ୍କ କାର୍ଯ୍ୟାଳୟରେ ବିବାହ ପାଇଁ ପହଞ୍ଚତ୍ଥିଲେ। ସକାଳୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସେ ସେଠାରେ ଅପେକ୍ଷା କରିଥିଲେ ମଧ୍ୟ ବିଧାୟକ ବିଜୟଶଙ୍କର ଆସି ନ ଥିଲେ। ଏହାପରେ ସୋମାଲିକା ହାଇକୋର୍ଟଙ୍କ ଆଶ୍ରୟ ନେଇଥିଲେ। ପୋଲିସ ମାମଲା ରୁଜୁ କରିବା ପରେ ସୋମାଲିକାଙ୍କ ବୟାନ ରେକର୍ଡ ସହ ଡାକ୍ତରୀମାଇନା କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri