କଲେଜ ସାର୍‌ଙ୍କ ମୁଖା ଖୋଲିଲେ ସୋମ୍ୟାଶ୍ରୀଙ୍କ ବାପା, କହିଲେ ଏହି ସାର୍‌ ଦେଉଥିଲେ ଧମକ

ଭୁବନେଶ୍ୱର,୧୭।୭: ସୋମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ସାରା ରାଜ୍ୟ ଏବେ ହୁଲୁସ୍ତୁଲ। ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ଗୋଟିଏ ପଟେ ବିଜେଡି ଆନ୍ଦୋଳନ କରୁଥିବାବେଳେ କଂଗ୍ରେସ ଓଡ଼ିଶା ବନ୍ଦ ଡାକରା ଦେଇଛି। ବିରୋଧୀଙ୍କୁ ପ୍ରଶ୍ନବାଣରେ ଘାଇଲା ହେଲେଣି ସରକାର। ଏପଟେ ଘଟଣାକୁ ନେଇ କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିବାବେଳେ ଗୋଟିଏ ପରେ ଗୋଟିଏ ଗୁମର ସାମ୍ନାକୁ ଆସୁଛି। ଘଟଣା ପଛରେ ଆଉ କିଏ ଅଛି, ଆତ୍ମହତ୍ୟା ପାଇଁ ଛାତ୍ରୀଙ୍କୁ ଉସକାଉଥିଲେ କିଏ, ସେସବୁ ଦିଗକୁ ନେଇ ତଦନ୍ତ କରାଯାଉଛି। ଏହି ସମୟରେ ମୃତକ ସୌମ୍ୟାଶ୍ରୀଙ୍କ ବାପା ବଡ଼ ବୟାନ ଦେଇଛନ୍ତି। ଘଟଣା ପାଇଁ ସେ ପ୍ରିନ୍ସପାଲଙ୍କୁ ଏକ ପ୍ରକାର ଦାୟୀ କରୁଛନ୍ତି। ମୃତକ ବାପା କହିଛନ୍ତି, ୩୦ ତାରିଖ ଘଟଣା ପରେ ମୁଁ ପ୍ରିନ୍ସପାଲଙ୍କୁ ଭେଟିଥିଲି। ପ୍ରିନ୍ସପାଲଙ୍କୁ କହିଥିଲି ମୁଁ ମୋ ଝିଅକୁ ଏଠି ପଢାଇବାକୁ ଚାହୁଁନି। ମୋ ଝିଅର ଟିସି ଦେଇଦିଅନ୍ତୁ। ମୁଁ ନେଇକି ପଳାଇବି। ପ୍ରିନ୍ସପାଲ କହିଲେ ମୋ ଉପରେ ଭରସା କରନ୍ତୁ। ଇନକ୍ୱାରୀ ରିପୋର୍ଟ ଆସୁ, ଜିଲା ପ୍ରଶାସନର ଅଧିକାରୀ ରହିବେ। ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ଅଧ୍ୟକ୍ଷ ରହିବେ। ଏହା ସହିତ ଝିଅର ସାଙ୍ଗମାନଙ୍କ ପାଖରୁ ମୁଁ ଶୁଣିଥିଲି କି ମୋ ଝିଅକୁ ସେମାନେ ଡାକି କହିଥିଲେ ରିପୋର୍ଟ ତୁମ ବିରୋଧରେ ଯାଇଛି। ଅଭିଯୋଗକୁ ପ୍ରତ୍ୟାହାର କର। ସାର୍‌ଙ୍କୁ କ୍ଷମା ମାଗ, ମିଡିଆକୁ କ୍ଷମା ମାଗ। ନହେଲେ ଆମେ ତୁମକୁ ରଷ୍ଟିକେଟ୍‌ କରିଦେବୁ।

FM କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବା ଦାବିରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ବୁଧବାର ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ବିଜେଡି କର୍ମୀ ଆନ୍ଦୋଳନ କରୁଥିବାବେଳେ ଆଜି କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ଏହି ସମୟରେ ସୌମ୍ୟାଶ୍ରୀଙ୍କ ରୁମମେଟ୍‌ ଚାଞ୍ଚଳ୍ୟକର ଖୁଲାସା କରିଛନ୍ତି। ସେ କହିଛନ୍ତି, ପୂର୍ବ ରାତିରେ ସେ ନ ଖାଇ ବିଚଳିତ ଥିଲେ, କାନ୍ଦୁଥିଲେ। ରାତି ୩ଟା ପର୍ଯ୍ୟନ୍ତ ବି ସେ ଶୋଇ ନ ଥିଲେ, ଚାପରେ ଥିଲେ। ତାଙ୍କୁ ସାର୍‌ ପରୀକ୍ଷାରୁ ବଞ୍ଚିତ କରିଥିବାରୁ ପୂରା ଚାପରେ ଥିଲେ। ୯ ଜଣଙ୍କୁ ନୋଟିସ ହେଲା, ମାତ୍ର ପରୀକ୍ଷାରୁ ଏକା ବଞ୍ଚିତ ହୋଇଥିଲେ ସୌମ୍ୟାଶ୍ରୀ। ଘରେ ଜଣାଇବାକୁ ବାରମ୍ବାର କହି ଆସୁଥିଲି। ବଡ଼ କଥା ହେଲା, ଯିଏ ସମସ୍ତଙ୍କୁ ବୁଝାଉଥିଲା, ସେ ଏମିତି କେମିତି କରିପାରିବ?’ସେ ଯେ ଏପରି କାମ କରିଥିବ ମୁଁ ବିଶ୍ୱାସ କରିପାରୁ ନାହିଁ। ଅତ୍ୟଧିକ ଚାପରେ ଥିଲା, କିମ୍ବା ଏହା ଏକ ପ୍ରି ପ୍ଲାନ୍‌। କଲେଜରୁ ଆସିଲେ ଖାଇବା ଆଣିବ ବୋଲି କହିଥିଲା। ହେଲେ ଆତ୍ମହତ୍ୟା କରିପାରିବ କି। ଘଟଣାର ସଠିକ ତଦନ୍ତ ହେଲେ ସବୁ ସତ୍ୟ ପଦାକୁ ଆସି ପାରିବ ବୋଲି କହିଛନ୍ତି ସୌମ୍ୟାଶ୍ରୀ ରୁମମେଟ୍‌।

ସୌମ୍ୟାଶ୍ରୀ ରୁମ୍‌ମେଟ୍‌ଙ୍କ ବଡ଼ ଖୁଲାସା, ଅସଲ କଥା କହିଦେଲେ, ଏବେ ଜଣାପଡିବ ସବୁ…


Enter your email to get our daily news in your inbox.

All Right Reserved By Dharitri.Com

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri