Posted inଫୁରସତ

କରୋନାରୁ ରକ୍ଷା ପାଇବା ପାଇଁ ଗୋବର, ଗୋମୂତ୍ରରେ ସ୍ନାନ କରୁଛନ୍ତି ଭାରତୀୟ; ଡାକ୍ତର କହିଲେ…

ନୂଆଦିଲ୍ଲୀ,୧୨।୫: କରୋନା ମହାମାରୀର ଦ୍ୱିତୀୟ ଲହର ବର୍ତ୍ତମାନ ଭାରତରେ ଅଧିକ ମାତ୍ରାରେ ପ୍ରଭାବିତ କରିଛି। ସହରବାସୀଙ୍କ ସହିତ ଗାଁର ଲୋକମାନେ ମଧ୍ୟ ଏହି ସଂକ୍ରମଣରୁ କେମିତି ରକ୍ଷା ପାଇବେ ସେନେଇ ନାନା ଉପାୟ ଅବଲମ୍ବନ କରୁଛନ୍ତି। ଅନ୍ୟପକ୍ଷରେ ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବାକୁ ଡାକ୍ତର ପରାମର୍ଶ ଦେଉଛନ୍ତି।

ମାତ୍ର ଗୁଜରାଟର କିଛି ଲୋକ ଗୋ’ଶାଳାକୁ ଯାଇ ଶରୀରରେ ଗାଈ ଗୋବର ଏବଂ ମୂତ୍ର ବୋଳି ହେଉଛନ୍ତି। ଗୋମୂତ୍ର ପିଇବା ସହ ଏଥିରେ ସ୍ନାନ ବି କରୁଛନ୍ତି। ଏହି ଲୋକଙ୍କ କହିବା କଥା ଏପରି କରିବା ଦ୍ୱାରା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ ଏବଂ କରୋନା ଭାଇରସ ଶରୀରରେ ପ୍ରବେଶ କରିପାରେ ନାହିଁ।

ଏହି ଘଟଣା ସାମ୍ନାକୁ ଆସିବା ପରେ ଏକ ଫାର୍ମା କମ୍ପାନୀର ଆସୋସିଏଟ୍‌ ମ୍ୟାନେଜର ଗୌତମ ମଣିଲାଲ ବୋରିସା କହିଛନ୍ତି, ଗୋ’ଶାଳାକୁ କିଛି ଡାକ୍ତର ମଧ୍ୟ ଆସୁଛନ୍ତି। ତାଙ୍କର କହିବା କଥା, ଗୋବର ଏବଂ ଗୋମୂତ୍ର ଦ୍ୱାରା ରୋଗପ୍ରତିରୋଧକ ଶକ୍ତି ବଢ଼ିଥାଏ। ଗୌତମ କହିଛନ୍ତି, ଶ୍ରୀ ସ୍ବାମୀନାରାୟଣ ଗୁରୁକୁଳ ବିଶ୍ୱବିଦ୍ୟାଳୟକୁ ଯାଇ ଏହି ‘ଥେରାପୀ’ ପ୍ରୟୋଗ କରୁଛନ୍ତି। ଗୌତମଙ୍କ କହିବା ଅନୁଯାୟୀ, ଗତପର୍ଷ ସେ କରୋନା ପଜିଟିଭି ହୋଇଥିଲେ। ଏପରି ଉପାୟ ଅବଲମ୍ବନ କରିବା ଦ୍ୱାରା ସେ ଏହି ମାରାତ୍ମକ ଭାଇରସକୁ ହରାଇବାରେ ସଫଳ ହୋଇଥିଲେ।

ଅନ୍ୟପକ୍ଷରେ ଭାରତର କିଛି ବୈଜ୍ଞାନିକ ଏବଂ ଡାକ୍ତରମାନେ ମନଗଢ଼ା କରୋନା ଚିକିତ୍ସାକୁ ନେଇ ଚେତାବନୀ ମଧ୍ୟ ଦେଇଛନ୍ତି। ଡାକ୍ତର କୁହନ୍ତି, ଏପରି କରିବା ଦ୍ୱାରା ଲୋକ ଅଧିକ ଜଟିଳ ପରିସ୍ଥିତି ଦେଇ ଗତି କରିବେ ଏଥିରେ ତିଳେ ମାତ୍ର ସନ୍ଦେହ ନାହିଁ। ଗୋବର ଖାଇବା ଦ୍ୱାରା ପ୍ରାଣୀଙ୍କ ଠାରୁ ମଣିଷଙ୍କୁ ରୋଗ ହେବାର ଅଧିକ ସମ୍ଭାବନା ରହିଥାଏ। ଏହା ବ୍ୟତୀତ କରୋନା ସଂକ୍ରମଣ ବଢ଼ିବାର ଅଧିକ ଆଶଙ୍କା ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri