କିଛି ଲୋକ ସାମ୍ବାଦିକତାକୁ ସମ୍ପତ୍ତି କରିବାକୁ ଚେଷ୍ଟା କରୁଛନ୍ତି: ଅନୁରାଗ

ଭୁବନେଶ୍ୱର,୪।୧୦(ଶର୍ମିଷ୍ଠା ପାଣିଗ୍ରାହୀ)ଗାନ୍ଧିଜୀ ସାମ୍ବାଦିକତାକୁ ସେବାର ମାଧ୍ୟମ ମାନୁଥିଲେ। ଏବେ କିଛି ଲୋକ ଏହାକୁ ସମ୍ପତ୍ତି କରିବାକୁ ଚେଷ୍ଟା କରୁଛନ୍ତି। ତେଣୁ ସେମାନଙ୍କୁ ଗାନ୍ଧୀଙ୍କ କଥା ମନେପକାଇଦେବାକୁ ଚାହୁଁଛି। ସୋସିଆଲ ମିଡିଆରେ ମିଛ ଖବର ପ୍ରସାରଣ ସମାଜରେ ବହୁତ କ୍ଷତି ପହଞ୍ଚାଇଥାଏ ବୋଲି ମଙ୍ଗଳବାର ଦୈନିକ ଖବରକାଗଜ ‘ସମ୍ବାଦ’ର ୪୦ତମ ସ୍ବନକ୍ଷତ୍ର ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ସିଂ ଠାକୁର ଏଭଳି ମତ ଦେଇଛନ୍ତି। ସେ କହିଛନ୍ତି, ରାଷ୍ଟ୍ର ଗଢ଼ିବାରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ। ସାମ୍ବାଦିକତାରେ ଆଞ୍ଚଳିକ ଭାଷାର ମଧ୍ୟ ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ସେ କହିଛନ୍ତି।
କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଗଣତନ୍ତ୍ରରେ ମତକୁ ନେଇ ବିତର୍କ ହୋଇପାରେ। ବିଚାରକୁ ନେଇ ଆଲୋଚନା ଓ ସମାଲୋଚନା ହେବ। କିନ୍ତୁ ସମସ୍ତେ ଲକ୍ଷ୍ମଣରେଖା ଭିତରେ ରହିବା ଦରକାର । ବିଚାର ପାର୍ଥକ୍ୟକୁ ସମ୍ମାନକରି ଶିଖିବା ଦରକାର; ଏହା ହିଁ ଗଣତନ୍ତ୍ରର ବଡ଼ ସର୍ତ୍ତ । ସମ୍ବାଦର ମୂଳ ଦାୟିତ୍ୱକୁ ଅଣଦେଖା କରି ବିଚାର କରିବା ଉଚିତ ନୁହେଁ । କିଛି ବିଷୟରେ ଆମ ଭିତରେ ଅସହମତି ଥାଇପାରେ, କିନ୍ତୁ କେତେକ ବିଷୟରେ ଆମକୁ ସହମତ ହେବାକୁ ପଡ଼ିିବ ବୋଲି ପ୍ରଧାନ କହିଛନ୍ତି। କାର୍ଯ୍ୟକ୍ରମରେ ପୌରୋହିତ୍ୟ କରି ‘ସମ୍ବାଦ’ ସମ୍ପାଦକ ତନୟା ପଟ୍ଟନାୟକ କହିଛନ୍ତି, ‘ସମ୍ବାଦ’ ଆଜି କେବଳ ଏକ ଖବରକାଗଜ କିମ୍ବା ଅନୁଷ୍ଠାନ ନୁହେଁ, ଏହା ଏକ ଆନ୍ଦୋଳନ, ଏକ ଚିନ୍ତାଧାରା, ଭାବ ଓ ଏକ ଅଭିଯାନ। ‘ସମ୍ବାଦ’ର ଫିଚର୍‌ ସମ୍ପାଦକ ଗୌରହରି ଦାସ ଅତିଥି ପରିଚୟ ଦେଇଥିଲେ। ପରିଚାଳନା ନିର୍ଦ୍ଦେଶିକା ମୋନିକା ନାୟାର୍‌ ପଟ୍ଟନାୟକ ଅଭିଭାଷଣ ଦେଇଥିଲେ। କାର୍ଯ୍ୟକ୍ରମରେ ଅତିଥିମାନେ ‘ସମ୍ବାଦ’ର ବାର୍ଷିକ ବିଶେଷାଙ୍କ ଉନ୍ମୋଚନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri