Posted inଜାତୀୟ

ସତ୍ୟ ପ୍ରକାଶ ପାଇବାରୁ କିଛି ଲୋକ ବିବ୍ରତ ହେଉଛନ୍ତି, କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୫।୩ : ହିନ୍ଦି ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିରୋଧୀ କଂଗ୍ରେସକୁ ଟାଗେର୍ଟ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଦୀର୍ଘ ଦିନ ଧରି ଧବି ରହିଥିବା ସତ୍ୟ ବାହାରକୁ ଆସିବା ପରେ କିଛି ଲୋକ ବିବ୍ରତ ହୋଇପଡ଼ିଛନ୍ତି। ଫିଲ୍ମକୁ ନେଇ ପ୍ରଶ୍ନ ଉଠାଇଥିବା ଲୋକଙ୍କ ଉପରେ ପ୍ରଧାନମନ୍ତ୍ରୀ କଡ଼ା ଜବାବ ଦେଇଛନ୍ତି। ମଙ୍ଗଳବାର ଭାଜପା ସଂସଦୀୟ ଦଳର ବୈଠକକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ବର୍ଷ ବର୍ଷ ଧରି ସତ୍ୟକୁ ଦମନ କରାଯିବା ପରେ ଏବେ ଫିଲ୍ମ ମାଧ୍ୟମରେ ସତ୍ୟର ପର୍ଦ୍ଦାଫାଶ୍‌ ହୋଇଛି। ତେଣୁ କିଛି ଲୋକ ଭୟଭୀତ ଏବଂ ବିବ୍ରତ ହୋଇପଡିଛନ୍ତି।

ସେଭଳି ଲୋକ ଫିଲ୍ମକୁ ସମାଲୋଚନା କରୁଛନ୍ତି। ତଥ୍ୟ ଆଧାରରେ ଏହି ଚଳଚ୍ଚିତ୍ର ବିଷୟରେ ଆଲୋଚନା କରିବା ପରିବର୍ତ୍ତେ ସେମାନେ ଏହାକୁ ବଦନାମ କରିବାକୁ ଚେଷ୍ଟା କରୁଛନ୍ତି । ଏହି ଚଳଚ୍ଚିତ୍ର ବିରୁଦ୍ଧରେ ପୁରା ଇକୋସିଷ୍ଟମ ଛିଡା ହୋଇଛି। ମୋର ବିଷୟ ଏକ ଚଳଚ୍ଚିତ୍ର ନୁହେଁ, କିନ୍ତୁ ଯାହା ସତ୍ୟ ତାହା ବାହାରକୁ ଆଣିବା ଦେଶର ହିତରେ। ଯଦି ଏହି ଚଳଚ୍ଚିତ୍ର ଉପରେ କାହାର କିଛି ଆପତ୍ତି ଅଛି, ତେବେ ସେ ଅନ୍ୟ ଫିଲ୍ମ ପ୍ରସ୍ତୁତ କରନ୍ତୁ।

ଏତେ ବର୍ଷ ଧରି ଚାପି ହୋଇ ରହିଥିବା ସତ୍ୟକୁ କିପରି ଅଣାଯାଉଛି ତାହା ଉପରେ ସେମାନେ ଆପତ୍ତି କରିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ଫିଲ୍ମର ପ୍ରଶଂସା କରିଛନ୍ତି। କେବଳ ଏତିକି ନୁହେଁ, ସେ ଫିଲ୍ମର ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରି ଏବଂ ତାଙ୍କ ଟିମକୁ ମଧ୍ୟ ଭେଟିଥିଲେ। ଏହାର ଫଟୋ ମଧ୍ୟ ପ୍ରଧାନମନ୍ତ୍ରୀ ଟୁଇଟରରେ ଅପଲୋଡ କରିଛନ୍ତି।

୧୯୯୦ ଦଶକରେ ଜମ୍ମୁ-କଶ୍ମୀରରେ କାଶ୍ମୀର ପଣ୍ଡିତଙ୍କ ହତ୍ୟାକାଣ୍ଡକୁ ଫିଲ୍ମରେ ଦର୍ଶାଯାଇଛି। ଏହି ହତ୍ୟାକାଣ୍ଡ ଯୋଗୁ ଲକ୍ଷ ଲକ୍ଷ କଶ୍ମୀରୀ ପଣ୍ଡିତଙ୍କୁ ପଳାୟନ କରିବାକୁ ପଡିଥିଲା। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଫିଲ୍ମଟି ଉତ୍ତରପ୍ରଦେଶ, ଗୋଆ, ଗୁଜୁରାଟ, ହରିୟାଣା ସମେତ ଦେଶର ବିଭିନ୍ନ ରାଜ୍ୟରେ ଟିକସମୁକ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri