Posted inଜାତୀୟ

‘କିଛି ଲୋକେ ଦେଶଭକ୍ତି ବୁଝିପାରନ୍ତି ନାହିଁ’

ନୂଆଦିଲ୍ଲୀ,୨୧।୧: ଦୀର୍ଘ ୫୦ ବର୍ଷ ହେଲା ଜଳୁଥିବା ଅମର ଜବାନ ଜ୍ୟୋତିକୁ ରାଜଧାନୀର ଇଣ୍ଡିଆ ଗେଟ୍‌ରୁ ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। ଏହା ଉପରେ ଦୁଃଖ ପ୍ରକାଶ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ।

“ଏହା ଏକ ବଡ଼ ଦୁଃଖର ବିଷୟ ଯେ, ଆମ ବୀର ଯବାନଙ୍କ ପାଇଁ ଜଳୁଥିବା ଅମର ଅଗ୍ନି ଆଜି ଲିଭାଇ ଦିଆଯିବ। କିଛି ଲୋକ କଦାପି ଦେଶଭକ୍ତି ଓ ବଳିଦାନ ବୁଝିପାରିବେ ନାହିଁ। କିଛି କଥା ନାହିଁ। ଆମ ଯବାନଙ୍କ ପାଇଁ ଆମେ ପୁଣି ଥରେ ଅମର ଜବାନ ଜ୍ୟୋତି ଜାଳିବୁ” ବୋଲି ରାହୁଲ ଟୁଇଟ୍‌ କରିଛନ୍ତି।

ଏହି ଅମର ଜ୍ୟୋତିକୁ ଶୁକ୍ରବାର ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ନ୍ୟାଶନାଲ ଓ୍ବାର ମେମୋରିଆଲ ଜ୍ୟୋତିରେ ମିଶ୍ରିତ କରାଯିବ। ଅପରାହ୍ନ ୩ଟା ୩୦ରେ ଆରମ୍ଭ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଡିଫେନ୍ସ ଷ୍ଟାଫ ଚିଫ୍‌, ଏୟାର ମାର୍ଶଲ ବଳଭଦ୍ର ରାଧା କ୍ରୀଷ୍ଣ ଅଧ୍ୟକ୍ଷତା କରିବେ।

ଉଲ୍ଲେଖଯୋଗ୍ୟ, ୪୦ ଏକର ଯାଗରେ ୧୭୬ କୋଟି ଟଙ୍କାରେ ନିର୍ମିତ ନ୍ୟାଶନାଲ ଓ୍ବାର ମେମୋରିଆଲକୁ ୨୦୧୯ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ଘାଟନ କରିଥିଲେ। ତା’ ପରଠୁ ଏଠାରେ ସମସ୍ତ ସାମରିକ ଆନୁଷ୍ଠାନିକ କାର୍ଯ୍ୟକ୍ରମ ଆୟୋଜନ ହେଉଛି। ବ୍ରିଟିଶ ସରକାର ପ୍ରଥମ ବିଶ୍ୱ ଯୁଦ୍ଧ (୧୯୧୪ରୁ ୨୧)ରେ ପ୍ରାଣ ହରାଇଥିବା ବ୍ରିଟିଶ ଇଣ୍ଡିଆନ ଆର୍ମିଙ୍କ ସ୍ମୃତିରେ ଇଣ୍ଡିଆ ଗେଟ୍‌ ନିର୍ମାଣ କରିଥିଲା। ୧୯୭୧ରେ ପାକିସ୍ତାନ ସହ ଯୁଦ୍ଧରେ ସହୀଦ ହୋଇଥିବା ଭାରତୀୟ ଯବାନଙ୍କ ସ୍ମୃତିରେ ୧୯୭୨ରେ ଅମର ଜବାନ ଜ୍ୟୋତି ପ୍ରଜ୍ଜ୍ୱଳନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ପାଞ୍ଚଟି ପ୍ରଦେଶ ଉପରେ ଆକ୍ରମଣ କଲା ଆମେରିକା, ମିଶାଇଲ ସିଷ୍ଟମ ସହ IRGC ସ୍ପିଡବୋଟକୁ ଟାର୍ଗେଟ

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ରବିବାର, ଆମେରିକାର ସେନା ହୋର୍ମଜଗାନ, ମାର୍କାଜି, ଆହଭାଜ, ବୁଶେହର, ଖୁଜେସ୍ତାନ ଏବଂ ସିସ୍ତାନ-ବାଲୁଚେସ୍ତାନ ସମେତ ଅନେକ…

ଭିଜିଲାନ୍ସ ପଞ୍ଝାରେ ଆଇଟିଡିଏ ସହକାରୀ ନିର୍ଦ୍ଦେଶକ, ଏକକାଳୀନ ୭ ସ୍ଥାନରେ ଚାଲିଛି ଚଢ଼ାଉ

ଭୁବନେଶ୍ୱର/କୋରାପୁଟ,୧୩ା୭(ଅମିତାଭ ବେହେରା): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ସୋମବାର ସକାଳେ ଓଡ଼ିଶା କନଷ୍ଟ୍ରକ୍ସନ କର୍ପୋରେଶନ (ଓସିସି) ଲିମିଟେଡ୍‌, ଭୁବନେଶ୍ୱରର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର…

ମୃତ୍ୟୁ ପୂର୍ବରୁ, ଲିଣ୍ଡସେ ଟ୍ରମ୍ପଙ୍କ ପାଇଁ ତିନୋଟି କାର୍ଯ୍ୟ ତାଲିକାଭୁକ୍ତ କରିଥିଲେ, ରୁଷିଆ କଥା ଉଲ୍ଲେଖ କରି ଫୋନରେ କହିଥିଲେ, ‘ମୁଁ ଏବେ ମରିପାରିବି ନାହିଁ…’

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏପର୍ଯ୍ୟନ୍ତ କମି ନାହିଁ, ଯାହା ଫଳରେ ସମଗ୍ର ମଧ୍ୟପ୍ରାଚ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଇତି ମଧ୍ୟରେ, ବରିଷ୍ଠ…

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ପ୍ରଭାବ ସମୁଦ୍ରରେ ପରିଲକ୍ଷିତ ହେଲାଣି। ବିଶେଷକରି ସମୁଦ୍ର ଜଳ ପତନ ବୃଦ୍ଧି ହେବା ସହ ଜଳଚର ଜୀବ ପ୍ରଭାବିତ ହେଉଛନ୍ତି। ଏହି କ୍ରମରେ ବହୁ…

ଅମୃତର ସନ୍ତାନ

ବହୁ ଅନୁସନ୍ଧାନରୁ ବର୍ତ୍ତମାନ ପ୍ରାୟ ସମସ୍ତ ବିଜ୍ଞାନୀ ଏକମତ ଯେ ପୃଥିବୀରେ ମାନବ ସଭ୍ୟତା ଥରଥର କରି ଛଅ ଥର ଆରମ୍ଭ ହୋଇ ପୁଣି ନଷ୍ଟ ହୋଇଯାଇଛି।…

ଗଙ୍ଗାଜଳ ବଣ୍ଟନ ଚୁକ୍ତି

ଗଙ୍ଗାଜଳ ବଣ୍ଟନ ଚୁକ୍ତି ନବୀକରଣ ଏବେ ଜାତୀୟ ସ୍ତରରେ ଆଲୋଚ୍ୟ ବିଷୟ। ବାଂଲାଦେଶ ପୂର୍ବ ଅପେକ୍ଷା ଅଧିକ ଜଳ ଦାବି କରି ବିବୃତି ଦେଉଛି। ଭାରତ ମଧ୍ୟ…

ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଇୟୁ, ୧୪ ରାଷ୍ଟ୍ରର ପ୍ରତ୍ୟାଖ୍ୟାନ

ମାନିଲା,୧୩ା୭: ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଆମେରିକା, ବ୍ରିଟେନ୍‌ ସମେତ ୧୪ ଦେଶ ପ୍ରତ୍ୟାଖ୍ୟାନ କରିଛନ୍ତି। ୨୦୧୬ର ଏକ ଅନ୍ତର୍ଜାତୀୟ ରାୟ ଅନୁଯାୟୀ ଦକ୍ଷିଣ ଚାଇନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri