ନିଆଁ ଲଗାଇ ପୋଡ଼ିଦେଲେ

ଲାଠୋର,୧୭।୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ତୁରେକେଲା ଥାନା ଅଧୀନ ଗଇନ୍ଦିମାଲ ଗ୍ରାମର ସତ୍ୟ ପସାୟତଙ୍କ ଘରେ କିଛି ଦୁର୍ବୃତ୍ତ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି।
ଫଳରେ ଘରେ ଥିବା ସମସ୍ତ ସାମଗ୍ରୀ ପୋଡି ନଷ୍ଟ ହୋଇଯାଇଛି। ଅଗ୍ନି କାଣ୍ଡରେ କେହି ମୃତାହତ ହୋଇ ନ ଥିବା ଜଣାପଡିଛି। ଏନେଇ ତୁରେକେଲା ଥାନାରେ ଏକ ଏତଲା ଦିଆଯାଇଛି।

ଗଇନ୍ଦିମାଲ ଗ୍ରାମ୍ୟ ବିଦ୍ୟାଳୟ ନିକଟରେ ସତ୍ୟ ଏକ ପ୍ରଧାନ ମନ୍ତ୍ରୀ ଆବାସ ଘର ନିର୍ମଣ କରୁଥିଲେ। ଘର ଛାତ ପର୍ଯ୍ୟନ୍ତ ହୋଇଛି। ଘର ସମ୍ମୁଖରେ ଏକ ଘର କରି ସେଠାରେ ସିମେଣ୍ଟ, ପାଣି ପମ୍ପ, ଡ୍ରାମ, ପାଇପ ଏବଂ ମିସ୍ତ୍ରୀଙ୍କ ସାମଗ୍ରୀ ରଖିଥିଲେ। ହେଲେ କେହି ଦୁର୍ବୃତ୍ତ ବୁଧବାର ବିଳମ୍ବିତ ରାତିରେ ଘରେ ନିଆଁ ଲଗାଇ ଦେବାରୁ ସବୁ ସାମଗ୍ରୀ ପୋଡି ନଷ୍ଟ ହୋଇଯାଇଛି। ଏତଲାରେ ୩ଜଣଙ୍କ ନାମରେ ଅଭିଯୋଗ ହୋଇଛି। ଏନେଇ ତୁରେକେଲା ଥାନା ଅଧିକାରୀ ପ୍ରଣୟ ମୁର୍ମୁଙ୍କୁ ପଚାରିବାରୁ ଘଟଣାର ତଦନ୍ତ ଚାଲିଥିବା କହିଥିଲେ। ତେବେ ଘଟଣାର ତଦନ୍ତ କରି ତୁରନ୍ତ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri