ଝାଡ଼ଖଣ୍ଡୀ ହାତୀଙ୍କ ସହ ସେଲ୍‌ଫି ନେବାକୁ ଯାଇ ହଇରାଣ କରୁଛନ୍ତି ଯୁବକ, ଭିଡିଓ ଭାଇରାଲ ପରେ କାର୍ଯ୍ୟାନୁଷ୍ଠାନ ଦାବି

ବାରିପଦା ଅଫିସ,୪ା୧୨-ଝାଡଖଣ୍ଡୀ ହାତୀପଲକୁ ଦେଖିବା ବାହାନାରେ ଜଣେ ଯୁବକ ସେଲଫି ନେବାକୁ ଯାଇ ହାତୀ ଗୋଡାଉଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଭିଡିଓଟି ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ନଡପୁର ଗାଁ ପାଖ ଜଙ୍ଗଲରେ ଉତ୍ତୋଳନ କରାଯାଇଥିବା ଜଣାପଡିଛି। କିଛି ଦିନ ପୂର୍ବରୁ ଝାଡଖଣ୍ଡରୁ ଆସିଥିବା ହାତୀମାନଙ୍କ ମଧ୍ୟରୁ ୪୨ଟି ହାତୀ ଉକ୍ତ ଜଙ୍ଗଲ ଦେଇ ବାଲେଶ୍ୱର ନୀଳଗିରି ଅଭିମୁଖେ ଯାଇଥିଲେ। ସେଠାରୁ ଫେରିବା ବାଟରେ କିଛି ଯୁବକ ହାତୀ ଦେଖିବା ବାହାନାରେ ମୋବାଇଲରେ ଫଟୋ ଉତ୍ତୋଳନ କରିବା ସାଙ୍ଗକୁ ସେଲଫି ନେଉଥିଲେ। ହାତୀମାନଙ୍କୁ ହଇରାଣ ହରକତ କରି ଭିଡିଓ ଉତ୍ତୋଳନ କରିବା ଦ୍ୱାରା ପାଇଲଟ ଦନ୍ତାମାନେ ଜନବସତି ମୁଖେ ଅଗ୍ରସର ହେଉଛନ୍ତି। ଫଳରେ ନିରୀହ ଲୋକମାନେ ହାତୀ ଆକ୍ରମଣର ଶିକାର ହୋଇ ମୃତ୍ୟୁବରଣ କରୁଛନ୍ତି ବୋଲି ଅଭିଯୋଗ ହୋଇଛି।

ଏ ସମ୍ପର୍କରେ ପରିବେଶବିତ୍‌ ଭାନୁମିତ୍ର ଆଚାର୍ଯ୍ୟ କୁହନ୍ତି, ଜନସଚେତନତାର ଆବଶ୍ୟକତା ରହିଛି ା ହାତୀ ରହୁଥିବା ଅଞ୍ଚଳରେ ପୋଲିସ ଓ ବନବିଭାଗ ପକ୍ଷରୁ ଅଞ୍ଚଳକୁ ସିଲ୍‌ କରିବା ସହିତ ବାହାରୁ ଆସୁଥିବା ଲୋକମାନଙ୍କୁ ବାରଣ କରିବା ଉଚିତ। ଏଥିରେ ବ୍ୟତିକ୍ରମ ହେଲେ ୱାଇଲ୍ଡ ଲାଇଫ ଆକ୍ଟରେ ଗିରଫ କରିବା ସହିତ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆବଶ୍ୟକ ବୋଲି କହିଛନ୍ତି। ତେବେ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶନୁଯାୟୀ ହାତୀ ଘଉଡାଇବା ନିୟମ ନ ଥିବା ବେଳେ କେବଳ ସେମାନଙ୍କର ଗତିବିଧିକୁ ଅନୁସରଣ କରିବା ଉଚିତ ବୋଲି ଜଣାଯାଇଛି। ସେହିପରି ହାତୀପଲଙ୍କ ଗତବିଧିକୁ ନେଇ ବନବିଭାଗ ପକ୍ଷରୁ ପ୍ରୟାସ ଜାରି ରହିଥିବା ବେଳେ ଆବଶ୍ୟକ କର୍ମଚାରୀ ଅଭାବରୁ ଏଭଳି ପରିସ୍ଥିତି ସୃଷ୍ଟି ହେଉଛି ବୋଲି ଅଂଚଳବାସୀ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri