Posted inଖେଳ

‘ଅନ୍ୟ ଜଣେ ନେଇଗଲେ ମୋ ସଫଳତାର ଶ୍ରେୟ’

ନୂଆଦିଲ୍ଲୀ,୧୦।୨: ଅଷ୍ଟ୍ରେଲିଆରେ ୨୦୨୦-୨୧ରେ ଭାରତ ଐତିହାସିକ ସିରିଜ୍‌ ଜିତିଥିଲା। ପ୍ରଥମ ମ୍ୟାଚ୍‌ରେ ୩୬ ରନ୍‌ରେ ଅଲଆଉଟ୍‌ ହେବା ପରେ ଟିମ୍‌ ଇଣ୍ଡିଆ ଅଷ୍ଟ୍ରେଲିଆକୁ ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ରେ ୨-୧ରେ ହରାଇ ଦେଇଥିଲା। ଅଷ୍ଟ୍ରେଲିଆରେ ଐତିହାସିକ ବିଜୟ ହାସଲ କରିଥିବା ଦଳର ଉପ ଅଧିନାୟକ ଅଜିଙ୍କ୍ୟ ରାହାନେ ଗୁରୁବାର କହିଛନ୍ତି, “ଅଷ୍ଟ୍ରେଲିଆରେ ମୁଁ ନେଇଥିବା ନିଷ୍ପତ୍ତିର ଶ୍ରେୟ ଅନ୍ୟ ଜଣେ ନେଇଗଲେ”।

ଆଡିଲେଡ୍‌ ଟେଷ୍ଟରେ ଭାରତୀୟ ଦଳର ଶୋଚନୀୟ ପରାଜୟ ପରେ ଅଧିନାୟକ ବିରାଟ କୋହଲି ସ୍ବଦେଶ ଫେରି ଯାଇଥିଲେ। ତାଙ୍କ ଅନୁପସ୍ଥିତିରେ ଟିମ୍‌ ଇଣ୍ଡିଆର ମଙ୍ଗ ସମ୍ଭାଳିଥିଲେ ରାହାନେ। ତା’ ପରେ ଯାହା ଘଟିଲା ତାହା ଉଲ୍ଲେଖ ରହିଛି ଟେଷ୍ଟ କ୍ରିକେଟ ଇତିହାସରେ। ମେଲବୋର୍ନରେ ଖେଳାଯାଇଥିବା ଦ୍ୱିତୀୟ ମ୍ୟାଚ୍‌କୁ ଜିତି ଭାରତ ସିରିଜ୍‌କୁ ପ୍ରତ୍ୟାବର୍ତ୍ତନ କରିଥିଲା।

“ମୋତେ ଜଣାଅଛି, ମୁଁ ସେଠାରେ କ’ଣ କରିଛି। ମୋତେ କାହାକୁ କହିବାର ଆବଶ୍ୟକତା ନାହିଁ। ସଫଳତାର ଶ୍ରେୟ ପାଇଁ ପଚାରିବା ମୋ ସ୍ବଭାବ ନୁହେଁ। କିନ୍ତୁ ସେଠାରେ ଫିଲ୍ଡ ମଧ୍ୟରେ ଏବଂ ଡ୍ରେସିଂ ରୁମ୍‌ରେ ମୁଁ ଯେଉଁ ନିଷ୍ପତ୍ତି ନେଇଥିଲି, ତାହାର ଶ୍ରେୟ ଅନ୍ୟ ଜଣେ ନେଇଗଲେ” ବୋଲି ରାହାନେ ‘ବ୍ୟାକଷ୍ଟେଜ ଓ୍ବିଥ ବୋରିଆ’ର ଏକ ଏପିସୋଡ୍‌ରେ କହିଛନ୍ତି।

“ଆମେ ସିରିଜ୍‌ ଜିତିଲୁ, ତାହା ମୋ ପାଇଁ ଗୁରୁତ୍ୱପୂର୍ଣ୍ଣ। ତାହା ଏକ ଐତିହାସିକ ସିରିଜ୍‌ ଥିଲା। ମୋ ପାଇଁ ମଧ୍ୟ ଏହା ସ୍ବତନ୍ତ୍ର। କିନ୍ତୁ ମୋ ସଫଳତାର ଶ୍ରେୟ ନେଇଥିବା ବ୍ୟକ୍ତି ଗଣମାଧ୍ୟମରେ ‘ମୁଁ ଏହି ନିଷ୍ପତ୍ତି ନେଇଥିଲି’ ବୋଲି କହୁଛନ୍ତି। ମୋ କଥା ହେଲା ମୁଁ ଫିଲ୍ଡରେ କେଉଁ ନିଷ୍ପତ୍ତି ନେଇଥିଲି, ତାହା ମୋତେ ଜଣା” ବୋଲି ୩୩ ବର୍ଷୀୟ ବ୍ୟାଟର କହିଛନ୍ତି। ପୂର୍ବତନ ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀଙ୍କ ନାମ ନେଇ ନ ଥିଲେ ମଧ୍ୟ ଏଭଳି କହି ରାହାନେ ତାଙ୍କୁ ହିଁ ଟାର୍ଗେଟ୍‌ କରିଛନ୍ତି। କାରଣ ଶାସ୍ତ୍ରୀ ଗଣମାଧ୍ୟମ ଆଗରେ ଅଷ୍ଟ୍ରେଲିଆ ଗସ୍ତରେ ଭାରତୀୟ ଦଳର ସଫଳତାର ଶ୍ରେୟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri