ଆମ୍ବେଡ୍‌କରଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ

ଜଟଣୀ,୨୮ା୬ (ଡି.ଏନ୍‌.ଏ.):ଜଟଣୀ ଥାନା ଅଧୀନ ବଡ଼ତୋଟା ବିଏସ୍‌ଏଫ୍‌ କ୍ୟାମ୍ପ ସମ୍ମୁଖ ରାସ୍ତା ପାର୍ଶ୍ୱରେ ଥିବା ବାବା ସାହେବ ଆମ୍ବେଡ୍‌କରଙ୍କ ପ୍ରତିମୂର୍ତ୍ତିର ହାତକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେଇଛନ୍ତି। ଏନେଇ ସୋମବାର ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବା ସହ ଭୀମ ଆର୍ମି ଏକତା ମିଶନ, ଦଳିତ ଆଦିବାସୀ ମହାସଂଘ ଓ ସ୍ଥାନୀୟ ଦଳିତ ଆଦିବାସୀ ପରିବାର ୪ ଦଫା ଦାବିରେ ଘଟଣାସ୍ଥଳରେ ୫ ଘଣ୍ଟା ରାସ୍ତାରୋକୋ କରିଥିଲେ। ସୂଚନା ମୁତାବକ, ବାବା ସାହେବ ଆମ୍ବେଡକର ମିଶନ ଅଫ ଓଡ଼ିଶା ପକ୍ଷରୁ ଗତ ଏପ୍ରିଲ ୧୪ରେ ବଡ଼ତୋଟା ଗ୍ରାମସ୍ଥ ବିଏସ୍‌ଏଫ୍‌ କ୍ୟାମ୍ପ ସମ୍ମୁଖ ଜଟଣୀ-ଖୋର୍ଦ୍ଧା ମୁଖ୍ୟରାସ୍ତା ପାର୍ଶ୍ୱରେ ଆମ୍ବେଡକରଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଥିଲା। ରବିବାର ରାତିରେ କେହି ଦୁର୍ବୃତ୍ତ ଏହି ପ୍ରତିମୂର୍ତ୍ତିର ହାତକୁ ଭାଙ୍ଗିଦେଇଛନ୍ତି। ଏହି ଘଟଣା ପ୍ରଚାରିତ ହେବା ପରେ ଭୀମ ଆର୍ମି ଏକତା ମିଶନ ସହଯୋଗରେ ସ୍ଥାନୀୟ ଦଳିତ ଆଦିବାସୀ ପରିବାରର ସାଧାରଣ ସମ୍ପାଦକ ସର୍ବେଶ୍ୱର ନାୟକ, ଦଳିତ ଆଦିବାସୀ ମହାସଂଘର ମୋହନ ନାୟକ, କୁନ୍ଦନ ନାୟକ ପ୍ରମୁଖ ୪ ଦଫା ଦାବିରେ ସୋମବାର ଭୋର୍‌ ୫ଟାରୁ ରାସ୍ତାରୋକୋ କରିଥିଲେ। ଫଳରେ ଉଭୟ ପାର୍ଶ୍ୱରୁ ଆସୁଥିବା ଯାନବାହନ ଅଟକି ରହିଥିଲା। ପୁନଃ ନୂତନ ପ୍ରତିମୂର୍ତ୍ତି ସ୍ଥାପନ, ବାରିକେଡ୍‌ ନିର୍ମାଣ, ଦୁଇଦିନ ମଧ୍ୟରେ ଦୁର୍ବୃତ୍ତଙ୍କୁ ଗିରଫ ଏବଂ ପ୍ରତିମୂର୍ତ୍ତି ସ୍ଥାପନ ସ୍ଥାନକୁ ସଙ୍ଗଠନ ନାମରେ ନାମିତ କରିବା ପାଇଁ ଦାବି କରିଥିଲେ। ଖବର ପାଇ ଜଟଣୀ ଥାନା ଅଧିକାରୀ ଦୟାନିଧି ନାୟକ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିବା ପରେ ପୂର୍ବାହ୍ନ ୧୦ଟାରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା। ପରେ ଯାନବାହନ ଚଳାଚଳ ସ୍ବାଭାବିକ ହୋଇଥିଲା। ଦାବି ପୂରଣ ନ ହେଲେ ଆଗାମୀ ଦିନରେ ଜଟଣୀ ଥାନା ଏବଂ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ସଙ୍ଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ନିଶା କବଳରେ ଏକ ପଞ୍ଚମାଂଶ କିଶୋରୀକିଶୋର

ନୂଆଦିଲ୍ଲୀ,୨୯ା୭: ସମ୍ପ୍ରତି କିଶୋରୀକିଶୋରଙ୍କ ମଧ୍ୟରେ ନିଶା ସେବନର ପ୍ରବଣତା ବୃଦ୍ଧି ପାଇବାରେ ଲାଗିଛି। ଅଧିକାଂଶ ନିଶା ସେବନ କରି ଏକ ଖୁସ୍‌ମିଜାସ୍‌ ସ୍ଥିତିରେ ରହିବାକୁ ଚାହୁଁଛନ୍ତି। ନିକଟରେ…

ଆମେରିକା ସହ ଯୁଦ୍ଧକୁ ଡେଇଁଲା ସାଉଦି ଆରବ, ଇରାନ ଉପରେ କଲା ବୋମା ବର୍ଷା

ତେହରାନ,୨୯।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରୁଛି। ଏହି ଦୁଇଟି ଦେଶ ସହିତ, ଅନ୍ୟ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ମଧ୍ୟ…

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୨୯ା୭(ଅଜିତ୍‌ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ (ବ୍ୟାସ ପୂର୍ଣ୍ଣିମା) ତିଥି ବୁଧବାର ଶ୍ରୀବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଦ୍ୱିତୀୟ ଭୋଗମଣ୍ଡପ ଶେଷ…

ଓଡ଼ିଶାରେ ଧର୍ମେନ୍ଦ୍ର ପ୍ରଧାନ: ଆସୁ ଆସୁ କହିଦେଲେ ଏମିତି…ରାଜନୀତିରେ ଖେଳିଗଲା ହଇଚଇ

ଭୁବନେଶ୍ୱର, ୨୯।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର…

‘ସୁପ୍ରିମ କୋର୍ଟଙ୍କ ସର୍ତ୍ତ ଗ୍ରହଣୀୟ ନୁହେଁ,’ ସରକାରଙ୍କୁ ସମାଲୋଚନା ସହ ଅଲଟିମେଟମ ଦେଲା CJP

ନୂଆଦିଲ୍ଳୀ,୨୯।୭: କକ୍ରୋଚ ଜନତା ପାର୍ଟି (CJP) ମଙ୍ଗଳବାର କହିଛି ଯେ ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ ଆଦେଶ ପ୍ରତିବାଦ ସମୟରେ ପଞ୍ଜିକୃତ FIR ଗୁଡ଼ିକର ତଦନ୍ତ ଜାରି ରଖିବା ପାଇଁ…

ବରଗଡ଼ ଜଳାର୍ଣ୍ଣବ: ଗ୍ରାମାଞ୍ଚଳଠୁ ସହରାଞ୍ଚଳ ଜନଜୀବନ ପ୍ରଭାବିତ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ ହୋଇ ପଡ଼ିଛି। ଜିଲାର ଗ୍ରାମାଞ୍ଚଳଠୁ ସହରାଞ୍ଚଳ ପର୍ଯ୍ୟନ୍ତ ଜନଜୀବନ ପ୍ରଭାବିତ ହୋଇଛି। ଗଳିକନ୍ଦି ରାସ୍ତା ଜଳମଗ୍ନ ହୋଇପଡ଼ିଛି ।…

ଭାଙ୍ଗିଲା ରିଙ୍ଗ ରୋଡ଼ : ୨୦ ଫୁଟ୍‌ ଘାଇ କରି ପଶିଲା ପାଣି, ୫୦ରୁ ଅଧିକ ପରିବାର ସ୍ଥାନାନ୍ତର

ବଞ୍ଚୋ,୨୯।୭ (ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ ସାହୁ ): ଲଗାଣ ବର୍ଷା ଓ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପରେ ଆଜି ଭୋର ପ୍ରାୟ ୪ଟାରୁ ଆନନ୍ଦପୁର ସହରରେ ବନ୍ୟା…

କାଳୀ ମନ୍ଦିରରୁ ଚୋରି ଘଟଣା: ଗଞ୍ଜାମ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ମନ୍ଦିର ପରିଚାଳନା କମିଟି ସଦସ୍ୟ, କହିଲେ…

ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ ) : ଚଳିତ ବର୍ଷ ଜୁଲାଇ ୪ ତାରିଖ ମଧ୍ୟ ରାତ୍ରରେ ଗଞ୍ଜାମ ଜିଲା ତାରାସିଂ ଥାନା ଅନ୍ତର୍ଗତ ଗାଲେରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri