ରାସ୍ତାରେ ଅଣ୍ଡା ବିକ୍ରି କରୁଥିବା ସମୟରେ ନାବାଳକଙ୍କ ସହ ଘଟିଲା କିଛି ଏଭଳି

ଇନ୍ଦୋର,୨୪।୭କରୋନା ସଙ୍କଟ ଯୋଗୁ ସାରା ବିଶ୍ୱରେ ବେରୋଜଗାର ସମସ୍ୟା ଆହୁରି ବୃଦ୍ଧି ପାଇଛି। ଏହା ଅସଂଗଠିତ କ୍ଷେତ୍ରର ଶ୍ରମିକମାନଙ୍କ ଉପରେ ସିଧାସଳଖ ପ୍ରଭାବ ପକାଇଛି। ଯେଉଁମାନେ ପ୍ରତିଦିନ ଠେଲା ଲଗାଇ ପରିବାର ପ୍ରତିପୋଷଣ କରୁଛନ୍ତି ସେମାନଙ୍କ ଉପରେ ଏହାର ବିଶେଷ ପ୍ରଭାବ ପଡ଼ିଛି। କରୋନା କାଳରେ ବେରୋଜଗାର ଯୋଗୁଁ କେତେକ ଶିକ୍ଷକଙ୍କଠାରୁ ଆରମ୍ଭ କରି ଅଭିନେତା ପର୍ଯ୍ୟନ୍ତ ସମସ୍ତେ ଠେଲା ଲଗାଇ ପରିବା ବିକ୍ରି କରୁଥିବା ଦେଖିବାକୁ ମିଳୁଛି। ଇତିମଧ୍ୟରେ ନିଜ ଘର ଚଳାଇବା ପାଇଁ ଜଣେ ନାବାଳକ ରାସ୍ତାରେ ଅଣ୍ଡା ବ୍ରିକ୍ରି କରୁଥିଲେ। ସେହି ସମୟରେ ନଗର ନିଗମର ଏକ ଟିମ୍‌ ଆସି ଉକ୍ତ ଠେଲାକୁ ଓଲଟାଇ ଦେଇଥିଲେ। ଫଳରେ ପ୍ରାୟ ସବୁ ଅଣ୍ଡା ତଳେ ପଡ଼ି ଫାଟିଯାଇଥିଲା। ଯାହାକୁ ଦେଖି ଉକ୍ତ ନାବାଳକ ତାଙ୍କୁ ସିନା କିଛି କହିପାରି ନ ଥିଲେ, କିନ୍ତୁ ତାଙ୍କ ଆଖିରେ ଆଖି ଲୁହ ଓ ଛାତିରେ କୋହଭରି ଯାଇଥିଲା। ପରିବାର ଚଳାଇବାର ଚିନ୍ତା ଓ ଜିନିଷର କ୍ଷତି ଯେପରି ତାଙ୍କ ମୁଣ୍ଡ ଉପରେ ଚଡ଼କ ପଡ଼ିଯାଇଥିଲା। ସେହି ସମୟର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯାହାକୁ ନେଇ କେତେକ ୟୁଜର୍ସ ପ୍ରଶାସନ ଉପରେ ବିରକ୍ତିଭାବ ପ୍ରକାଶ କରିବା ସହ ଏହି ଘଟଣାକୁ ନିନ୍ଦା କରିଛନ୍ତି। ଏହି ଘଟଣା ମଧ୍ୟପ୍ରଦେଶର ଇନ୍ଦୋରର ବୋଲି କୁହାଯାଉଛି। ଅନ୍ୟପଟେ ଏହି ଘଟଣା ସର୍ବସମ୍ମୁଖକୁ ଆସିବା ପରେ ମ୍ୟୁନସିପାଲିଟି କର୍ପୋରେସନ କମିଶନର ଏନେଇ ଅତିରିକ୍ତ କମିଶନରଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri